ଦେଶ ପାଳୁଛି ୭୨ତମ ସାଧାରଣତନ୍ତ୍ର ଦିବସ, ସବୁଠି ଉଡ଼ିଲା ତ୍ରିରଙ୍ଗା - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Monday, January 25, 2021

ଦେଶ ପାଳୁଛି ୭୨ତମ ସାଧାରଣତନ୍ତ୍ର ଦିବସ, ସବୁଠି ଉଡ଼ିଲା ତ୍ରିରଙ୍ଗା

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଆଜି ଆମ ଦେଶ ପାଳନ କରୁଛି ୭୨ତମ ସାଧାରଣତନ୍ତ୍ର ଦିବସ। ଏହି ଅବସରରେ ରାଜଧାନୀ ଭୁବନେଶ୍ୱରରେ ରାଜ୍ୟସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଥିବା ବେଳେ ବିଭିନ୍ନ ଜିଲ୍ଲାରେ ଜିଲ୍ଲାସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି।

କଟକରେ ଅନୁଷ୍ଠିତ ଜିଲ୍ଲାସ୍ତରୀୟ ସାଧାରଣତନ୍ତ୍ର ଦିବସରେ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଜାତୀୟ ପତାକା ଉତ୍ତୋଳନ କରିଥିଲେ। ଏହା ସହିତ ଆୟୋଜିତ କାର୍ଯ୍ୟକ୍ରମରେ ୨୧ ଜଣ କୋଭିଡ୍ ଯୋଦ୍ଧାଙ୍କୁ ସମ୍ମାନିତ କରିଥିଲେ। ସେହିପରି ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ହାସଲ କରିଥିବା ୧୩ ଜଣ ଛାତ୍ରଛାତ୍ରୀଙ୍କୁ ପୁରସ୍କୃତ କରାଯାଇଥିଲା।

ବାଲେଶ୍ୱରରେ ଆୟୋଜିତ ଜିଲ୍ଲାସ୍ତରୀୟ ସାଧାରଣତନ୍ତ୍ର ଦିବସରେ ଆଇନ ମନ୍ତ୍ରୀ ପ୍ରତାପ ଜେନା ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ପତାକା ଉତ୍ତୋଳନ କରିଥିଲେ। ସମ୍ବଲପୁରରେ ଅନୁଷ୍ଠିତ ଜିଲ୍ଲାସ୍ତରୀୟ ସାଧାରଣତନ୍ତ୍ର ଦିବସରେ ମନ୍ତ୍ରୀ ଟୁକୁନି ସାହୁ ଯୋଗ ଦେଇ ପତାକା ଉତ୍ତୋଳନ କରିଥିଲେ। ସେଠାରେ ସେ କରୋନା ଯୋଦ୍ଧାମାନଙ୍କୁ ସମ୍ମାନିତ କରିଥିଲେ।

ବାରିପଦାରେ ମୟୂରଭଞ୍ଜର ଜିଲ୍ଲାସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି। ବାରିପଦା ପୁଲିସ୍ ରିଜର୍ଭ ପଡ଼ିଆରେ ମନ୍ତ୍ରୀ ସୁଶାନ୍ତ ସିଂ ପତକା ଉତ୍ତୋଳନ କରି ପରେଡ୍‌ରେ ଅଭିବାଦନ ଗ୍ରହଣ କରିଥିଲେ। ପୁରୀରେ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ପତାକା ଉତ୍ତୋଳନ କରିଥିଲେ।

ବଲାଙ୍ଗିରରେ ନିରାଡ଼ମ୍ବର ଭାବେ ୭୨ତମ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି। ସ୍କୁଲ୍ ଓ ଗଣଣିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ଏଥିରେ ମୁଖ୍ୟ ଅତିଥିଭାବେ ଯୋଗ ଦେଇ ଜାତୀୟ ପତାକା ଉତ୍ତୋଳନ କରିଥିଲେ। କରୋନା କଟକଣା ଯୋଗୁ କେବଳ ହୋମଗାର୍ଡ ଓ ପୁଲିସ୍‌ର ଦୁଇଟି ଦଳ ଏହି କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ। ପରେଡ୍ ହୋଇ ନଥିଲା।

ଯାଜପୁର ଜିଲା ସ୍କୁଲ ପଡିଆରେ ୭୨ ତମ ଜିଲାସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି । ଏଥିରେ ମନ୍ତ୍ରୀ ଅଶୋକ ପଣ୍ଡା ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଜାତୀୟ ପତାକା ଉତ୍ତୋଳନ କରିଥିଲେ। କୋଭିଡ କଟକଣା ମଧ୍ୟରେ ଏହି ସାଧାରଣତନ୍ତ୍ର ଦିବସ ପାଳିତ ହୋଇଥିଲା। ଏହି ଅବସରରେ ଯାଜପୁର ଜିଲ୍ଲାପାଳ ଚକ୍ରବର୍ତ୍ତୀ ସିଂ ରାଠୋର,ଏସପି ରାହୁଲ ପି ଆର ସମେତ ଅନେକ ବରିଷ୍ଠ ଅଧିକାରୀ ଉପସ୍ଥିତ ଥିଲେ।

ଝାରସୁଗୁଡ଼ା ଜିଲ୍ଲା ପ୍ରଶାସନ ପକ୍ଷରୁ ମନମୋହନ ସ୍କୁଲ ପ୍ରାଙ୍ଗଣରେ ୭୨ତମ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି। ମୁଖ୍ୟ ଅତିଥି ଭାବେ ଝାରସୁଗୁଡ଼ା ଜିଲ୍ଲାପାଳ ସରୋଜ କୁମାର ସାମଲ ଯୋଗ ଦେଇ ପତକା ଉତ୍ତୋଳନ କରିଥିଲେ।

କୋରାପୁଟ ପୁଲିସ୍ ପଡ଼ିଆରେ ୭୨ତମ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି। ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ମନ୍ତ୍ରୀ ପ୍ରେମାନନ୍ଦ ନାୟକ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିବା ସହ ସମ୍ମିଳିତ ପରେଡ୍‌ରେ ଅଭିବାଦନ ଗ୍ରହଣ କରିଥିଲେ। ପରେଡ୍‌ରେ ୪ଟି ଦଳ ଭାଗ ନେଇଥିଲେ। ଏହି ଅବସରରେ କୋଭିଡ ଯୋଦ୍ଧାମାନଙ୍କୁ ପୁରସ୍କୃତ କରାଯାଇଥିଲା। କୋରାପୁଟ ଜିଲ୍ଲାପାଳ ମଧୁସୂଦନ ମିଶ୍ର, ଦକ୍ଷିଣ ପଶ୍ଚିମାଂଚଳ ରେଂଜ ଡିଆଇଜି ଓ କୋରାପୁଟ ଏସପିଙ୍କ ସମେତ ଜିଲ୍ଲାର ସମସ୍ତ ଅଧିକାରୀମାନେ ଉପସ୍ଥିତ ଥିଲେ।

କେନ୍ଦୁଝର ଜିଲ୍ଲା ଆନନ୍ଦପୁରରେ ଉପଖଣ୍ଡ ସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି। ଆନନ୍ଦପୁର ଉପ-ଜିଲ୍ଲାପାଳ ସରୋଜ କୁମାର ଦତ୍ତ ପତାକା ଉତ୍ତୋଳନ କରିଥିଲେ। ଏହି ଅବସରରେ ସେ କୋଭିଡ୍ ଯୋଦ୍ଧାମାନଙ୍କୁ ସମ୍ମାନିତ କରିଥିଲେ।

ସେହିପରି ଅନ୍ୟାନ୍ୟ ଜିଲ୍ଲା, ବ୍ଳକ୍ ଓ ସବ୍‌ଡିଭିଜନ ସ୍ତରରେ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି। ଏସବୁ ସହିତ ସମସ୍ତ ସରକାରୀ ଓ ବେସରକାରୀ ଅନୁଷ୍ଠାନ ପକ୍ଷରୁ ମଧ୍ୟ ସାଧାରଣତନ୍ତ୍ର ଦିବସ ପାଳନ କରାଯାଇଛି।

The post ଦେଶ ପାଳୁଛି ୭୨ତମ ସାଧାରଣତନ୍ତ୍ର ଦିବସ, ସବୁଠି ଉଡ଼ିଲା ତ୍ରିରଙ୍ଗା appeared first on Odisha Reporter.



from Odisha Reporter https://ift.tt/3qWWlnD

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages