ଓଡ଼ିଶାରୁ ୨ଜଣଙ୍କୁ ରାଷ୍ଟ୍ରପତି ପୁଲିସ ପଦକ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Monday, January 25, 2021

ଓଡ଼ିଶାରୁ ୨ଜଣଙ୍କୁ ରାଷ୍ଟ୍ରପତି ପୁଲିସ ପଦକ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଘୋଷଣା ହେଲା ପୁଲିସ ପଦକ। ସାଧାରଣତନ୍ତ୍ର ଦିବସ ଅବସରରେ ବିଭିନ୍ନ କ୍ଷେତ୍ରରେ ଉଲ୍ଲେଖନୀୟ ସେବା ପାଇଁ ପୁଲିସ ପଦକ ଘୋଷଣା ହୋଇଛି । ବିଭିନ୍ନ ବର୍ଗରୁ ଚଳିତବର୍ଷ ଓଡ଼ିଶାରୁ ମୋଟ ୧୩ ଜଣଙ୍କୁ ମିଳିବ ମେଡାଲ । ସେଥିମଧ୍ୟରୁ ଓଡ଼ିଶାର ୨ଜଣଙ୍କୁ ରାଷ୍ଟ୍ରପତି ପୁଲିସ ପଦକ ମିଳିବ। ଅନ୍ୟ ୧୧ ଜଣ ପୁଲିସ କର୍ମଚାରୀଙ୍କୁ ଉଲ୍ଲେଖନୀୟ ସେବା ପଦକ ଦିଆଯିବ।

ଗୁଇନ୍ଦା ନିର୍ଦ୍ଦେଶକ ରାଧାକୃଷ୍ଣ ଶର୍ମା ଏବଂ BSPA ଡେପୁଟୀ ସୁବେଦାର ବୁଦ୍ଧି ବାହାଦୁର ଥାପାଙ୍କୁ ରାଷ୍ଟ୍ରପତି ପୁଲିସ ପଦକରେ ସମ୍ମାନିତ କରାଯିବ। ସେହିପରି ଆଇନ ଶୃଙ୍ଖଳା ପାଇଁ ଆଇଜି ପ୍ରବୀଣ କୁମାର, ASP ରବୀନ୍ଦ୍ର ଦାସ, ASP ଭବାନୀ ଶଙ୍କର ମିଶ୍ର, ଡେପୁଟୀ କମାଣ୍ଡାଣ୍ଟ ଅଶୋକ ଦେହୁରୀ, ଏସିପି ପ୍ରକାଶ ପାଲ, ASI ମନୋରଂଜନ ଶତପଥୀ, ହାବିଲଦାର ସରୋଜ ଭୋଇ, ହାବିଲଦାର ସେକ୍ ନାଶିରୁଦ୍ଦିନ, କନଷ୍ଟେବଲ ଗୌତମ ପାତ୍ର ପ୍ରମୁଖ ପୁଲିସ ପଦକ ପାଇବେ।

The post ଓଡ଼ିଶାରୁ ୨ଜଣଙ୍କୁ ରାଷ୍ଟ୍ରପତି ପୁଲିସ ପଦକ appeared first on Odisha Reporter.



from Odisha Reporter https://ift.tt/3sRWgTZ

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages