୨୨ ବର୍ଷୀୟ ଯୁବକଙ୍କ ସମେତ ୩ ଜଣଙ୍କ ଜୀବନ ନେଲା କରୋନା - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, January 1, 2021

୨୨ ବର୍ଷୀୟ ଯୁବକଙ୍କ ସମେତ ୩ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ କରୋନାରେ ଆଉ ୩ ଜଣଙ୍କର ମୃତ୍ୟୁ ଘଟିଛି। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧,୮୭୬ରେ ପହଞ୍ଚିଯାଇଛି।

୩ ମୃତକଙ୍କ ମଧ୍ୟରେ ଜଣେ ମହିଳା ଅଛନ୍ତି। ତାଙ୍କୁ ୬୦ ବର୍ଷ ହୋଇଥିଲା ଓ ସେ ଭୁବନେଶ୍ୱରର ବାସିନ୍ଦା ଥିଲେ। କଟକ ଜିଲ୍ଲାରୁ ଜଣେ ୬୧ ବର୍ଷୀୟ ବୃଦ୍ଧଙ୍କ ମୃତ୍ୟୁ ଘଟିଥିବା ବେଳେ ସେ ଡାଇବେଟିସ୍‌ରେ ମଧ୍ୟ ପୀଡ଼ିତ ଥିଲେ।
ନବରଙ୍ଗପୁରର ଜଣେ ୨୨ ବର୍ଷୀୟ ଯୁବକଙ୍କର ମୃତ୍ୟୁ ଘଟିଛି। ତାଙ୍କର ଅନ୍ୟ କୌଣସି ସ୍ୱାସ୍ଥ୍ୟଜନିତ ସମସ୍ୟା ନଥିଲା।

ଭୁବନେଶ୍ୱରରେ ଆଉ ଜଣଙ୍କ ମୃତ୍ୟୁ ଘଟିବା ସହିତ ଖୋର୍ଦ୍ଧା ଜିଲ୍ଲାରେ କରୋନା ମୃତକଙ୍କ ସଂଖ୍ୟା ୩୨୪ ହୋଇଛି। ସେହିପରି କଟକ ଜିଲ୍ଲାରେ ଏହି ସଂଖ୍ୟା ୧୩୯ ଓ ନବରଙ୍ଗପୁରରେ ୧୪ରେ ପହଞ୍ଚିଛି।

ଅନ୍ୟପକ୍ଷରେ ଆଜି ଆସିଥିବା ରିପୋର୍ଟ ଅନୁଯାୟୀ ରାଜ୍ୟରେ ୨୪୫ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। କିନ୍ତୁ ଗଞ୍ଜାମ ସମେତ ୬ଟି ଜିଲ୍ଲାରୁ ଜଣେ ବି ନୂଆ ଆକ୍ରାନ୍ତ ଚିହ୍ନଟ ହୋଇ ନାହାନ୍ତି। ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୨୯,୮୬୬ରେ ପହଞ୍ଚିଯାଇଛି। ସେମାନଙ୍କ ମଧ୍ୟରୁ ୩,୨୫,୪୩୨ ଜଣ ସୁସ୍ଥ ହୋଇସାରିଥିବା ବେଳେ ୨,୫୦୫ ଜଣ ଚିକିତ୍ସାଧୀନ ଅଛନ୍ତି।

The post ୨୨ ବର୍ଷୀୟ ଯୁବକଙ୍କ ସମେତ ୩ ଜଣଙ୍କ ଜୀବନ ନେଲା କରୋନା appeared first on Odisha Reporter.



from Odisha Reporter https://ift.tt/383O3ne

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages