ଭୁବନେଶ୍ୱରରେ ହେବ ଆଉ ଏକ ଫୁଟ୍ ଓଭର ବ୍ରିଜ୍‌ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Monday, January 18, 2021

ଭୁବନେଶ୍ୱରରେ ହେବ ଆଉ ଏକ ଫୁଟ୍ ଓଭର ବ୍ରିଜ୍‌

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଭୁବନେଶ୍ୱରରେ ନିର୍ମାଣ ହେବ ଆଉ ଏକ ଫୁଟ୍ ଓଭର ବ୍ରିଜ୍। ୧୬ ନମ୍ବର ଜାତୀୟ ରାଜପଥରେ ସହିଦନଗର-ସତ୍‌ସଙ୍ଗ ବିହାର ମଧ୍ୟରେ ତିଆରି ହେବ ଏହି ଫୁଟ୍ ଓଭର ବ୍ରିଜ୍। ଏ ନେଇ ଜାତୀୟ ରାଜପଥ ପ୍ରାଧିକରଣ (ଏନ୍‌ଏଚ୍‌ଏଆଇ) ପକ୍ଷରୁ ଚିଠି ଆସିଛି। ଭୁବନେଶ୍ୱର ସ୍ଥିତ ଜାତୀୟ ରାଜପଥ ପ୍ରାଧିକରଣର ପ୍ରକଳ୍ପ ନିର୍ଦ୍ଦେଶକଙ୍କ ନିକଟକୁ ଆସିଛି ଏହି ଚିଠି।

ସତ୍‌ସଙ୍ଗ ବିହାରର ଶ୍ୟାମା ପ୍ରସାଦ ମୂଖାର୍ଜୀ ପାର୍କ ନିକଟରେ ଏହି ଫୁଟ୍ ଓଭର ବ୍ରିଜ୍ ନିର୍ମାଣ ହେବ। ଏହାର ଲମ୍ବ ୧୩୦୦ ମିଟର ହେବ। ଏଥିପାଇଁ ପ୍ରଥମ ପର୍ଯ୍ୟାୟରେ ୧କୋଟି ୨୫ ଲକ୍ଷ ଟଙ୍କା ଅନୁମୋଦନ ହୋଇଛି। ଏହା ସହିତ ଭୁବନେଶ୍ୱର ସ୍ଥିତ ଏନ୍‌ଏଚ୍ଏଆଇର ପ୍ରକଳ୍ପ ନିର୍ଦ୍ଦେଶକଙ୍କୁ ଏହି ଫୁଟ୍ ଓଭର ବ୍ରିଜ୍‌ର ସବିଶେଷ ବ୍ୟୟ ଅଟକଳ ସହିତ ଡିଜାଇନ୍‌ ଦାଖଲ କରିବାକୁ ନିର୍ଦ୍ଦେଶ ଦିଆଯାଇଛି।

ଦୀର୍ଘ ଦିନରୁ ଉଭୟ ସହିଦ ନଗର ଓ ଭିଏସଏସ ନଗର ବାସିନ୍ଦାଙ୍କ ପକ୍ଷରୁ ଏକ ଫୁଟ୍ ଓଭର ବ୍ରିଜ୍ ନିର୍ମାଣ ପାଇଁ ଦାବି ହୋଇଆସୁଥିଲା। ଏବେ ଓଭର ବ୍ରିଜ୍ ହେବା ପରେ ସ୍ଥାନୀୟ ବାସିନ୍ଦାଙ୍କର ଦୀର୍ଘଦିନର ସମସ୍ୟାର ସମାଧାନ ହେବା ନେଇ ଆଶା କରାଯାଉଛି।

ଏହି ଫୁଟ୍‌ ଓଭର ବ୍ରିଜ୍‌ ନିର୍ମାଣ ନେଇ ଆସିଥିବା ଚିଠି ସଂପର୍କରେ ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀ ମଧ୍ୟ ଟ୍ୱିଟ୍ କରି ସୂଚନା ଦେଇଛନ୍ତି। ତା’ସହିତ ସେ ଖୁସି ପ୍ରକଟ କରିଛନ୍ତି। ସାଂସଦ ଶ୍ରୀମତୀ ଷଡ଼ଙ୍ଗୀ ଲେଖିଛନ୍ତି ଯେ ତାଙ୍କ ନିର୍ବାଚନ ମଣ୍ଡଳୀରେ ଦୀର୍ଘ ଦିନରୁ ହୋଇଆସୁଥିବା ଦାବି ପୂରଣ ହୋଇଛି। ସହିଦ ନଗର ଓ ସତ୍‌ସଙ୍ଗ ବିହାର ମଧ୍ୟରେ ଫୁଟ୍ ଓଭର ବ୍ରିଜ୍ ନିର୍ମାଣ ହେବ। ଏହି ଫୁଟ୍ ଓଭର ବ୍ରିଜ୍‌ ନିର୍ମାଣ ପାଇଁ ସେ ବି ଅନୁରୋଧ କରିଥିଲେ ଓ ଏନ୍‌ଏଚ୍‌ଏଆଇ କର୍ତ୍ତୃପକ୍ଷ ଏହାକୁ ରକ୍ଷା କରିଥିବାରୁ ସେ କୃତଜ୍ଞତା ଜଣାଇଛନ୍ତି।

ଭୁବନେଶ୍ୱର ସ୍ଥିତ ଏନ୍‌ଏଚ୍‌ଏଆଇ ନିର୍ଦ୍ଦେଶକ ରାମ ପ୍ରସାଦ ପଣ୍ଡା କହିଛନ୍ତି, ମାସେ ଭିତରେ ରାଜଧାନୀରେ ଆଉ ୨ଟି ଫୁଟ୍ ଓଭରବ୍ରିଜ୍ ପାଇଁ ପ୍ରସ୍ତାବ ଦିଆଯିବ। ଏଥତ୍ପାଇଁ ସର୍ଭେ ଚାଲିଛି। ଆବଶ୍ୟକତା ଅନୁସାରେ ରସୁଲଗଡ଼-ପଳାଶୁଣି ରାସ୍ତାରେ ଫୁଟ୍ ଓଭର ବ୍ରିଜ୍ କରାଯିବ। ସେହିପରି ଜୟଦେବ ବିହାର-ନୟାପଲ୍ଲୀ ପୂଜାମଣ୍ଡପ ମଧ୍ୟରେ ଆଉ ଗୋଟେ ଫୁଟ୍ ଓଭର ବ୍ରିଜ୍ ନିର୍ମାଣ ହେବ। ସେହିଭଳି ଜୁନ୍ ଶେଷ ସୁଦ୍ଧା ଖଣ୍ଡଗିରି ଓଭର ବ୍ରିଜ୍ ବ୍ୟବହାର ଉପଯୋଗୀ ହେବ।

The post ଭୁବନେଶ୍ୱରରେ ହେବ ଆଉ ଏକ ଫୁଟ୍ ଓଭର ବ୍ରିଜ୍‌ appeared first on Odisha Reporter.



from Odisha Reporter https://ift.tt/2LCx6YR

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages