RSPରେ ୪ ଠିକା ଶ୍ରମିକ ମୃତ୍ୟୁ ଘଟଣା; ପୁଣି ଜଣେ ନିଲମ୍ବିତ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, January 6, 2021

RSPରେ ୪ ଠିକା ଶ୍ରମିକ ମୃତ୍ୟୁ ଘଟଣା; ପୁଣି ଜଣେ ନିଲମ୍ବିତ

ରାଉରକେଲା(ଓଡ଼ିଶା ରିପୋର୍ଟର): ଗତକାଲି ରାଉରକେଲା ଷ୍ଟିଲ ପ୍ଲାଣ୍ଟରେ କୋଲ୍ କେମିକାଲ୍ ଡିପାର୍ଟମେଣ୍ଟରେ ଗ୍ୟାସ୍ ଲିକ୍ ଯୋଗୁଁ ୪ ଠିକା ଶ୍ରମିକଙ୍କ ମୃତ୍ୟୁ ହୋଇଥିଲା। ଏହି ଦୁର୍ଘଟଣାରେ ୧୦ ଜଣ ଅସୁସ୍ଥ ହୋଇପଡ଼ିଥିଲେ। ଏହି ଘଟଣାରେ ରାଉରକେଲା ଷ୍ଟିଲ୍‌ ପ୍ଲାଣ୍ଟ ସିଇଓ ଗତକାଲି ୨ DGMଙ୍କୁ ନିଲମ୍ବିତ କରିଥିବା ବେଳେ ଆଜି  ସେଫ୍ଟି ବିଭାଗର ଆସିଷ୍ଟାଣ୍ଟ ମ୍ୟାନେଜର ସ୍ମୃତିରଞ୍ଜନ ସାହୁଙ୍କୁ ନିଲମ୍ବନ କରିଛନ୍ତି।

ଏହି ଘଟଣାରେ ରାଉରକେଲା ଷ୍ଟିଲ୍‌ ପ୍ଲାଣ୍ଟ ସିଇଓ ୨ ଜଣ DGMଙ୍କୁ ନିଲମ୍ବିତ କରିଥିଲେ। କର୍ତ୍ତବ୍ୟରେ ଅବହେଳା ଦର୍ଶାଇ କୋଲ୍‌ କେମିକାଲ ଡିପାର୍ଟମେଣ୍ଟର DGM ଏନ୍‌. ଦାସ ଓ ଏନର୍ଜି ମ୍ୟାନେଜମେଣ୍ଟ DGM ଜି. ବାରିକଙ୍କୁ ପ୍ଲାଣ୍ଟ ସିଇଓ  ଗତକାଲି ନିଲମ୍ବିତ କରିଥିଲେ। ଏଥିସହ ମୃତକଙ୍କ ପରିବାରରୁ ଜଣଙ୍କୁ ଚାକିରି ଦେବା ନେଇ ନିଷ୍ପତ୍ତି ନିଆଯାଇଥିବା ରାଉରକେଲା ଷ୍ଟିଲ ପ୍ଲାଣ୍ଟ ସଂଚାର ବିଭାଗ ପକ୍ଷରୁ ଏନେଇ ସୂଚନା ଦିଆଯାଇଛି।

ସୂଚନାଯୋଗ୍ୟ, ଗତକାଲି ପୂର୍ବାହ୍ନ ପ୍ରାୟ ୯ଟାରେ  RSPର କୋଲ୍ କେମିକାଲ୍‌ ଡିପାର୍ଟମେଣ୍ଟରେ ଗ୍ୟାସ ଲିକ୍‌ ହୋଇ ୧୦ ଜଣ ଅସୁସ୍ଥ ହୋଇପଡ଼ିଥିଲେ। ସେମାନଙ୍କୁ ପ୍ରଥମେ ପ୍ଲାଣ୍ଟରେ ଥିବା ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ମାତ୍ର ସେଠାରେ ସେମାନଙ୍କ ସ୍ୱାସ୍ଥ୍ୟ ଅବସ୍ଥା ଗୁରୁତର ହେବାରୁ ଆଇଜିଏଚକୁ ସ୍ଥାନାନ୍ତରିତ କରାଯାଇଥିଲା। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ୪ ଜଣଙ୍କ ମୃତ୍ୟୁ ହୋଇଥିଲା। ଅନ୍ୟ ୬ ଜଣ ସୁସ୍ଥ ଥିବା ଜଣାପଡ଼ିଛି।

ବିଭିନ୍ନ ଶ୍ରମିକ ସଙ୍ଗଠନ ପକ୍ଷରୁ ପ୍ଲାଣ୍ଟ ମଧ୍ୟରେ ନିରାପତ୍ତା ବ୍ୟବସ୍ଥାକୁ କଡ଼ାକଡ଼ି ଭାବେ ପାଳନ କରାଯିବା ସହ ମୃତ ଠିକା ଶ୍ରମିକଙ୍କ ପରିବାର ସଦସ୍ୟଙ୍କୁ ଥଇଥାନ କରିବାକୁ ଦାବି ହୋଇଥିଲା। ପୂର୍ବରୁ ମଧ୍ୟ କୋଲ୍ କେମିକାଲ୍ ଡିପାର୍ଟମେଣ୍ଟରେ ଅଘଟଣ ଘଟି ବହୁ ଜୀବନହାନୀ ହୋଇଥିବା ବେଳେ ପ୍ଲାଣ୍ଟ କର୍ତ୍ତୃପକ୍ଷ ଏହାକୁ ଗୁରୁତ୍ୱ ଦେଉ ନ ଥିବାରୁ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଥିଲା।

The post RSPରେ ୪ ଠିକା ଶ୍ରମିକ ମୃତ୍ୟୁ ଘଟଣା; ପୁଣି ଜଣେ ନିଲମ୍ବିତ appeared first on Odisha Reporter.



from Odisha Reporter https://ift.tt/2XoH0iF

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages