ପୁଣି ଫେରିଲା ଶୀତ, ଥରୁଛି ଓଡ଼ିଶା - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Monday, February 1, 2021

ପୁଣି ଫେରିଲା ଶୀତ, ଥରୁଛି ଓଡ଼ିଶା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): କିଛି ଦିନର ବ୍ୟବଧାନ ପରେ ପୁଣିଥରେ ଫେରିଛି ଜାଡ଼ । ଗତ ୨ ଦିନ ଧରି ରାଜ୍ୟରେ ଅସହ୍ୟ ଥଣ୍ଡା ଅନୁଭୂତ ହେଉଛି । ସନ୍ଧ୍ୟା ହେଲେ ଶୀତର ମାତ୍ରା କମୁଥିବା ବେଳେ ସକାଳ ୯ଟା ପର୍ଯ୍ୟନ୍ତ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି । ଆସନ୍ତା ୨୪ ଘଣ୍ଟା ପାଇଁ ୭ଟି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଓ ୧୬ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।

ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଥିବା ଜିଲ୍ଲାଗୁଡିକ ହେଉଛି ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଦେବଗଡ଼, ବଲାଙ୍ଗିର ଓ କନ୍ଧମାଳ । ସେହିପରି ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ବରଗଡ଼, ସମ୍ବଲପୁର, ଅନୁଗୁଳ, ଢେଙ୍କାନାଳ, ସୋନପୁର, ବୌଦ୍ଧ, କଳାହାଣ୍ଡି, ନୂଆପଡ଼ା, ନୟାଗଡ଼ ଓ ଖୋର୍ଦ୍ଧା ଆଦି ୧୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହି ଜିଲ୍ଲାଗୁଡିକରେ ସର୍ବନିମ୍ନ ତାପମାତ୍ରା କମ୍ ରହିବାର ଥିବାରୁ ସତର୍କ ରହିବାକୁ ସ୍ୱତନ୍ତ୍ର ରିଲିଫ କମିଶନର ଜିଲ୍ଲାପାଳମାନଙ୍କୁ ଚିଠି ଲେଖିଛନ୍ତି ।

The post ପୁଣି ଫେରିଲା ଶୀତ, ଥରୁଛି ଓଡ଼ିଶା appeared first on Odisha Reporter.



from Odisha Reporter https://ift.tt/3anIj7U

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages