୧୭ ଜିଲ୍ଲାରୁ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ, ରାଜଧାନୀରେ ଗଲା ଆଉ ଜଣଙ୍କ ଜୀବନ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, February 19, 2021

୧୭ ଜିଲ୍ଲାରୁ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ, ରାଜଧାନୀରେ ଗଲା ଆଉ ଜଣଙ୍କ ଜୀବନ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ୫୩ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୩୧ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୨୨ଟି ହେଉଛି ଲୋକାଲ୍ କେସ୍‌। ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଦିଆଯାଇଥିବା ରିପୋର୍ଟରେ ରହିଛି ଏହି ତଥ୍ୟ।

୧୭ଟି ଜିଲ୍ଲାରୁ ଏହି ନୂଆ ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି। ସମ୍ବଲପୁରରୁ ସର୍ବାଧିକ ୧୧ ଜଣ ଚିହ୍ନଟ ହୋଇଛନ୍ତି।

ବାଲେଶ୍ୱରରୁ ଜଣେ ଚିହ୍ନଟ ହୋଇଥିବା ବେଳେ ବରଗଡ଼ରୁ ୪, ଭଦ୍ରକରୁ ୨, ବଲାଙ୍ଗିରରୁ ଜଣେ, ବୌଦ୍ଧରୁ ଜଣେ, କଟକରୁ ୩, ଯାଜପୁରରୁ ୪, ଝାରସୁଗୁଡ଼ାରୁ ୫, କଳାହାଣ୍ଡିରୁ ଜଣେ, ଖୋର୍ଦ୍ଧାରୁ ୩, କୋରାପୁଟରୁ ୩, ନୂଆପଡ଼ାରୁ ୩, ପୁରୀରୁ ୨, ରାୟଗଡ଼ାରୁ ଜଣେ, ସୋନପୁରରୁ ଜଣେ ଓ ସୁନ୍ଦରଗଡ଼ରୁ ୭ ଜଣ ଚିହ୍ନଟ ହୋଇଛନ୍ତି।

ଅନୁଗୋଳ, ଢେଙ୍କାନାଳ, ଦେବଗଡ଼, ଜଗତସିଂହପୁର, କନ୍ଧମାଳ, କେନ୍ଦ୍ରାପଡ଼ା, କେନ୍ଦୁଝର, ମାଲକାନଗିରି, ମୟୂରଭଞ୍ଜ, ନବରଙ୍ଗପୁର, ନୟାଗଡ଼, ଗଞ୍ଜାମ ଓ ଗଜପତି ଜିଲ୍ଲାରୁ ଜଣେ ବି ନୂଆ ଆକ୍ରାନ୍ତ ଚିହ୍ନଟ ହୋଇ ନାହାନ୍ତି।

୫୩ଟି ନୂଆ କେସ୍ ସହିତ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୩୬,୫୧୩ରେ ପହଞ୍ଚିଛି। ସେମାନଙ୍କ ମଧ୍ୟରୁ ୩,୩୩,୮୮୮ ଜଣ ସୁସ୍ଥ ହୋଇସାରିଛନ୍ତି। ୬୫୮ ଜଣ ଚିକିତ୍ସାଧୀନ ଅଛନ୍ତି।

ସେହିପରି କରୋନାରେ ରାଜ୍ୟରେ ଆଉ ଜଣଙ୍କର ମୃତ୍ୟୁ ଘଟିଛି। ସେ ଭୁବନେଶ୍ୱରର ବାସିନ୍ଦା ଥିଲେ। ତାଙ୍କୁ ୭୪ ବର୍ଷ ହୋଇଥିଲା। ତାଙ୍କର ଉଚ୍ଚ ରକ୍ତଚାପ ସହିତ ଡାଇବେଟିସ୍ ଓ କିଡ୍‌ନୀ ଜନିତ ସମସ୍ୟା ମଧ୍ୟ ରହିଥିଲା।

ଆଉ ଜଣଙ୍କ ମୃତ୍ୟୁ ସହିତ ଖୋର୍ଦ୍ଧା ଜିଲ୍ଲାରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୩୩୭ ଛୁଇଁଥିବା ବେଳେ ରାଜ୍ୟରେ ଏହି ସଂଖ୍ୟା ୧,୯୧୪ ହୋଇଛି।

The post ୧୭ ଜିଲ୍ଲାରୁ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ, ରାଜଧାନୀରେ ଗଲା ଆଉ ଜଣଙ୍କ ଜୀବନ appeared first on Odisha Reporter.



from Odisha Reporter https://ift.tt/3bm9Ab8

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages