୨୦ ଜିଲ୍ଲାରୁ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ, ଗଲା ଆଉ ଜଣଙ୍କ ଜୀବନ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Saturday, February 6, 2021

୨୦ ଜିଲ୍ଲାରୁ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ, ଗଲା ଆଉ ଜଣଙ୍କ ଜୀବନ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ୮୨ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୪୯ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୩୩ଟି ହେଉଛି ଲୋକାଲ୍ କେସ୍। ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଆଜି ଦିଆଯାଇଥିବା ରିପୋର୍ଟରେ ଏହି ସୂଚନା ରହିଛି।

୨୦ଟି ଜିଲ୍ଲା ଓ ଷ୍ଟେଟ୍‌ ପୁଲ୍‌ରୁ ଏହି ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ସୁନ୍ଦରଗଡ଼ ଜିଲ୍ଲାରୁ ସର୍ବାଧିକ ୧୫ ଜଣ ଚିହ୍ନଟ ହୋଇଛନ୍ତି। ଅନୁଗୋଳ ଜିଲ୍ଲାରୁ ୯ ଜଣ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୩, ବରଗଡ଼ରୁ ୬, ବଲାଙ୍ଗିରରୁ ୫, କଟକରୁ ୫, ଦେବଗଡ଼ରୁ ୩, ଗଜପତିରୁ ଜଣେ, ଗଞ୍ଜାମରୁ ୨, ଯାଜପୁରରୁ ୩, ଝାରସୁଗୁଡ଼ାରୁ ୨, କଳାହାଣ୍ଡିରୁ ଜଣେ, କେନ୍ଦୁଝରରୁ ୨, ଖୋର୍ଦ୍ଧାରୁ ୫, ମୟୂରଭଞ୍ଜରୁ ୫, ନୂଆପଡ଼ାରୁ ଜଣେ, ପୁରୀରୁ ୨, ରାୟଗଡ଼ାରୁ ୨, ସମ୍ବଲପୁରରୁ ୭ ଓ ସୋନପୁରରୁ ୨ ଜଣ ଚିହ୍ନଟ ହୋଇଛନ୍ତି।

ଷ୍ଟେଟ୍‌ ପୁଲ୍‌ରୁ ଜଣେ ଚିହ୍ନଟ ହୋଇଥିବା ବେଳେ ଭଦ୍ରକ, ବୌଦ୍ଧ, ଢେଙ୍କାନାଳ, ଜଗତସିଂହପୁର, କନ୍ଧମାଳ, କେନ୍ଦ୍ରାପଡ଼ା, କୋରାପୁଟ, ମାଲକାନଗିରି, ନବରଙ୍ଗପୁର ଓ ନୟାଗଡ଼ ଜିଲ୍ଲାରୁ ଜଣେ ବି ନୂଆ ଆକ୍ରାନ୍ତ ଚିହ୍ନଟ ହୋଇ ନାହାନ୍ତି।

୮୨ଟି ନୂଆ କେସ୍ ସହିତ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୩୫,୫୪୮ ହୋଇଯାଇଛି। ସେମାନଙ୍କ ମଧ୍ୟରୁ ୩,୩୨,୭୩୩ ଜଣ ସୁସ୍ଥ ହୋଇସାରିଛନ୍ତି। ୮୫୩ ଜଣ ଚିକିତ୍ସାଧୀନ ଅଛନ୍ତି।

ଗଲା ଆଉ ଜଣଙ୍କ ଜୀବନ
ସେହିପରି କରୋନାରେ ଆକ୍ରାନ୍ତ ହୋଇ ରାଜ୍ୟରେ ଆଉ ଜଣଙ୍କର ମୃତ୍ୟୁ ଘଟିଛି। ସେ ଜଣେ ମହିଳା ଥିଲେ। ତାଙ୍କୁ ୮୫ ବର୍ଷ ହୋଇଥିଲା। ସେ ଭୁବନେଶ୍ୱରର ବାସିନ୍ଦା ଥିଲେ। ସେ ଡାଇବେଟିସ୍ ଜନିତ ସମସ୍ୟା ସହିତ ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡ଼ିତ ଥିଲେ।

ଭୁବନେଶ୍ୱରରେ ଆଉ ଜଣଙ୍କ ମୃତ୍ୟୁ ସହିତ ଖୋର୍ଦ୍ଧା ଜିଲ୍ଲାରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୩୩୬ରେ ପହଞ୍ଚି ଯାଇଛି। ଏହା ସମଗ୍ର ରାଜ୍ୟରେ ସର୍ବାଧିକ ସେହିପରି ରାଜ୍ୟରେ ଏହି ସଂଖ୍ୟା ୧,୯୦୯ ହୋଇଛି।

The post ୨୦ ଜିଲ୍ଲାରୁ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ, ଗଲା ଆଉ ଜଣଙ୍କ ଜୀବନ appeared first on Odisha Reporter.



from Odisha Reporter https://ift.tt/3jlxB5U

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages