ଆଜି ୬ ଘଣ୍ଟିଆ ଓଡ଼ିଶା ବନ୍ଦ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, February 14, 2021

ଆଜି ୬ ଘଣ୍ଟିଆ ଓଡ଼ିଶା ବନ୍ଦ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ତୈଳ ଦରର ଅହେତୁକ ବୃଦ୍ଧି ପ୍ରତିବାଦରେ ତଥା ଅନ୍ୟାନ୍ୟ ବିଭିନ୍ନ ପ୍ରସଙ୍ଗରେ ଆଜି ରାଜ୍ୟ କଂଗ୍ରେସ ପକ୍ଷରୁ ୬ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରା ଦିଆଯାଇଛି। ସକାଳ ୭ଟାରୁ ଏହି ବନ୍ଦ ପାଳନ ଆରମ୍ଭ ହୋଇଥିବା ବେଳେ ଏହା ଦିନ ଗୋଟାଏ ପର୍ଯ୍ୟନ୍ତ ଚାଲିବ।

ଶାନ୍ତିପୂର୍ଣ୍ଣ ଭାବେ ବନ୍ଦ ପାଳନ କରିବା ପାଇଁ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ ଆହ୍ୱାନ ଦେଇଥିବା ବେଳେ ରାଜଧାନୀ ଭୁବନେଶ୍ୱର ସମେତ ରାଜ୍ୟର ବିଭିନ୍ନ ଅଞ୍ଚଳରେ ବନ୍ଦର ପ୍ରଭାବ ଦେଖିବାକୁ ମିଳିଛି। ରାଜଧାନୀର ବିଭିନ୍ନ ସ୍ଥାନରେ କଂଗ୍ରେସ କର୍ମୀ ପିକେଟିଂ କରି ରାସ୍ତା ଅବରୋଧ କରିଛନ୍ତି। ଫଳରେ ରାଜଧାନୀରେ ଜାତୀୟ ରାଜପଥରେ ଗାଡ଼ି ଚଳାଚଳ ବନ୍ଦ ରହିଛି ଓ ଅଟକି ରହିଛି ଶହ ଶହ ଗାଡ଼ି। ସେହିପରି ଭୁବନେଶ୍ୱର ଷ୍ଟେସନରେ କଂଗ୍ରେସ କର୍ମୀଙ୍କ ପକ୍ଷରୁ ରେଳରୋକ କରାଯାଇଛି।

ପେଟ୍ରୋଲ ଓ ଡିଜେଲ୍ ଦର ବୃଦ୍ଧି ସହିତ ବେକାରୀ ସମସ୍ୟା, ରାଜ୍ୟରେ ନାରୀ ଓ ଶିଶୁ ନିର୍ଯାତନା ବୃଦ୍ଧି, ବିଗିଡ଼ିଥିବା ଆଇନ ଶୃଙ୍ଖଳା ପରିସ୍ଥିତି ଭଳି ଏକାଧିକ ପ୍ରସଙ୍ଗ ନେଇ ବନ୍ଦ ପାଳନ କରୁଛି କଂଗ୍ରେସ। ମାହାଙ୍ଗା ହତ୍ୟାକାଣ୍ଡ, କୋଟିଆରେ ଆନ୍ଧ୍ର ପ୍ରଦେଶର ନିର୍ବାଚନ ଓ ମହାନଦୀ ପ୍ରସଙ୍ଗରେ ବି ବନ୍ଦ ପାଳନ କରାଯାଉଛି।

ଏହି ବନ୍ଦରୁ ଆମ୍ବୁଲାନ୍ସ, ଜରୁରୀ ସେବାରେ ନିୟୋଜିତ ଥିବା ଯାନବାହାନ, ଔଷଧ ଦୋକାନ ଓ ଅତ୍ୟାବଶ୍ୟକ ସେବାରେ ଥିବା ଗାଡ଼ିକୁ ବାଦ୍ ଦିଆଯାଇଛି। ସେହିଭଳି ବିବାହ ପାଇଁ ଯାଉଥିବା ବରଯାତ୍ରୀ ଗାଡ଼ିକୁ ବି ବନ୍ଦରୁ ବାଦ୍ ଦିଆଯାଇଛି।

ଅନ୍ୟପକ୍ଷରେ ଛାତ୍ରାଛାତ୍ରୀଙ୍କ ସୁରକ୍ଷା ଦୃଷ୍ଟିରୁ ଆଜି ରାଜ୍ୟର ସମସ୍ତ ସ୍କୁଲ, କଲେଜ ଏବଂ ବିଶ୍ୱବିଦ୍ୟାଳୟ ବନ୍ଦ ରଖିବାକୁ ଘୋଷଣା କରିଛନ୍ତି ରାଜ୍ୟ ସରକାର। ସେହିପରି ସକାଳ ୬ଟାରୁ ଦିନ ଗୋଟାଏ ପର୍ଯ୍ୟନ୍ତ ଘରୋଇ ବସ୍ ଚଳାଚଳ ବନ୍ଦ ରଖିଛି ବସ୍ ମାଲିକ ସଂଘ। ମୋ ବସ୍ ସେବାକୁ ମଧ୍ୟ ଦିନ ୨ଟା ଯାଏଁ ବନ୍ଦ ରଖାଯାଇଛି।

The post ଆଜି ୬ ଘଣ୍ଟିଆ ଓଡ଼ିଶା ବନ୍ଦ appeared first on Odisha Reporter.



from Odisha Reporter https://ift.tt/3qnHCSD

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages