ବାଣ କାରଖାନାରେ ବିସ୍ଫୋରଣ, ମୃତ୍ୟୁ ସଂଖ୍ୟା ୧୯କୁ ବୃଦ୍ଧି - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, February 12, 2021

ବାଣ କାରଖାନାରେ ବିସ୍ଫୋରଣ, ମୃତ୍ୟୁ ସଂଖ୍ୟା ୧୯କୁ ବୃଦ୍ଧି

ଚେନ୍ନାଇ: ତାମିଲନାଡୁର ବିରୁଦ୍ଧୁନଗର ସ୍ଥିତ ବାଣ କାରଖାନା ବିସ୍ଫୋରଣ ଘଟଣାରେ ମୃତ୍ୟୁସଂଖ୍ୟା ୧୯କୁ ବୃଦ୍ଧି ପାଇଛି। ୨୫ରୁ ଅଧିକ ଲୋକ ଗୁରୁତର ଆହତ ହୋଇଛନ୍ତି। ଏବେବି ୧୦ରୁ ଅଧିକ ଲୋକ ହସ୍ପିଟାଲରେ ଜୀବନ ମରଣ ସହ ସଂଘର୍ଷ କରୁଛନ୍ତି । ଗତକାଲି ମଧ୍ୟାହ୍ନ ପ୍ରାୟ ୧.୩୦ରେ ଏହି ବିସ୍ଫୋରଣ ଘଟିଛି।

କେମିକାଲ ମିଶ୍ରଣ ଯୋଗୁଁ ଏହି ବିସ୍ଫୋରଣ ଘଟିଥିବା ପୁଲିସ ସୂଚନା ଦେଇଛି। ସେପଟେ ଗତକାଲି ଘଟଣାସ୍ଥଳରେ ୧୦ଟି ଦମକଳ ଗାଡି ପହଞ୍ଚି ନିଆଁକୁ ଆୟତ୍ତ କରିଥିଲା। ଉଦ୍ଧାରକାରୀ ଦଳ କାରଖାନା ମଧ୍ୟରେ ଥିବା ଲୋକଙ୍କୁ ବାହାର କରି ସ୍ଥାନୀୟ ହସ୍ପିଟାଲରେ ଭର୍ତ୍ତି କରିଥିଲେ। ପ୍ରଥମେ ଘଟଣାରେ ୧୧ ଜଣଙ୍କ ମୃତ୍ୟୁ ଘଟିଥିଲା। ତେବେ ଚିକିତ୍ସାଧୀନ ଅବସ୍ଥାରେ ଆଉ ୮ ଜଣଙ୍କ ମୃତ୍ୟୁ ଘଟିଛି। ପୁଲିସ୍‌ ମାମଲା ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଛି।

ସେପଟେ ଏହି ଘଟଣା ପ୍ରଧନମନ୍ତ୍ରୀ ନରେନ୍ଦ୍ର ମୋଦି ଦୁଃଖ ପ୍ରକାଶ କରିବା ସହ ମୃତକଙ୍କ ପରିବାରକୁ ୨-୨ ଲକ୍ଷ ଏବଂ ଆହତଙ୍କୁ ୫୦-୫୦ ହଜାର ଟଙ୍କାର ଆର୍ଥିକ ସହାୟତା ଘୋଷଣା କରିଛନ୍ତି। ତାମିଲନାଡୁ ସରକାର ମୃତକଙ୍କ ପରିବାରକୁ ୩ ଲକ୍ଷ ଓ ଗୁରୁତର ଆହତଙ୍କୁ ୧ ଲକ୍ଷ ଟଙ୍କାର କ୍ଷତି ପୂରଣ ଦେବାକୁ ଘୋଷଣା କରିଛନ୍ତି।

The post ବାଣ କାରଖାନାରେ ବିସ୍ଫୋରଣ, ମୃତ୍ୟୁ ସଂଖ୍ୟା ୧୯କୁ ବୃଦ୍ଧି appeared first on Odisha Reporter.



from Odisha Reporter https://ift.tt/3qgekW0

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages