ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ମହାମାରୀ କରୋନାକୁ ନେଇ ରାଜ୍ୟରେ ଜାରି ହୋଇଛି ପୁଣି ଥରେ କଟକଣା। ସଂକ୍ରମଣ ପ୍ରବଣ ରାଜ୍ୟ ଫେରନ୍ତା ପାଇଁ ସାମାନ୍ୟ ବଦଳିଛି ନିୟମ।
ଏଣିକି ୫ ରାଜ୍ୟ ଫେରନ୍ତାଙ୍କ ଉପରେ ରହିବ କଡ଼ା ନଜର। ମହାରାଷ୍ଟ୍ର, କେରଳ, ପଞ୍ଜାବ, ମଧ୍ୟପ୍ରେଦଶ ଓ ଛତିଶଗଡରୁ ଆସୁଥିବା ଯାତ୍ରୀମାନଙ୍କ ଉପରେ ବିଶେଷ ନଜର ରଖାଯିବ।
ଏସବୁ ରାଜ୍ୟରୁ ଯେଉଁ ଯାତ୍ରୀମାନେ ଆସିବେ ସେମାନେ ବାଧ୍ୟତାମୂଳକ ସପ୍ତାହେ ହୋମ୍ ଆଇସୋଲେସନରେ ରହିବେ। ଏହି ରାଜ୍ୟ ଗୁଡିକରେ ଦ୍ରୁତ ସଂକ୍ରମଣକୁ ନଜରରେ ରଖି ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଏହି ଘୋଷଣା କରାଯାଇଛି। ଏନେଇ ସବୁ ଜିଲ୍ଲାର ଜିଲ୍ଲାପାଳମାନଙ୍କୁ ଚିଠି ଲେଖାଯାଇଛି।
ସମସ୍ତ ଯାତ୍ରୀ ୭ଦିନ ପାଇଁ ହୋମ୍ ଆଇସୋଲେସନରେ ରହିବା ବାଧ୍ୟତାମୂଳକ ହେବ। ଯଦି ଏହି ଅବଧି ମଧ୍ୟରେ ସେମାନଙ୍କ ମଧ୍ୟରେ କିଛି ଲକ୍ଷଣ ଦେଖାଦିଏ ତା’ହେଲେ ସେମାନେ ଆରଟି-ପିସିଆର ପରୀକ୍ଷା କରିବେ। ପଜିଟିଭ୍ ଚିହ୍ନଟ ହେଲେ, କରୋନା ପ୍ରୋଟୋକଲ ଅନୁଯାୟୀ ଚିକିତ୍ସା କରାଯିବ।
ଏହିସବୁ ରାଜ୍ୟରୁ ଫେରିଥିବା ବ୍ୟକ୍ତି, ବାହାରେ ବୁଲି ପାରିବେ ନାହିଁ, ୭ ଦିନ ଘରୋଇ ସଙ୍ଗରୋଧରେ ରହିବାକୁ ବାଧ୍ୟ। ମାସ୍କ ପିନ୍ଧିବା ସହ ସାମାଜିକ ଦୂରତ୍ୱକୁ କଡ଼ାକଡ଼ି ଭାବେ ପାଳନ କରାଯିବ। ସମସ୍ତ ଜିଲ୍ଲାରେ ଆରଟି-ପିସିଆର ଟେଷ୍ଟିଂ ସଂଖ୍ୟା ବୃଦ୍ଧି କରାଯିବ। ଏ ନେଇ ସବୁ ଜିଲ୍ଲାପାଳ, ବିମାନବନ୍ଦର ଓ ରେଳୱେ କର୍ତୃପକ୍ଷଙ୍କୁ ଚିଠି ଲେଖିଥିଲେ ସ୍ୱାସ୍ଥ୍ୟବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ୍ତ ମହାପାତ୍ର।
ପୂର୍ବରୁ ୧୨ଟି ରାଜ୍ୟ ଫେରନ୍ତାଙ୍କ ଉପରେ ନଜର ରଖିବାକୁ କୁହାଯାଇଥିଲା। ଦେଶରେ କରୋନା ବଢ଼ୁଥିବା ବେଳେ ଏପରି ସତର୍କମୂଳକ ପଦକ୍ଷେପ ନିଆଯାଇଛି। ବିମାନବନ୍ଦର ଓ ରେଳ ଷ୍ଟେସନ ଗୁଡ଼ିକରେ ଯାଞ୍ଚ ବ୍ୟବସ୍ଥାକୁ କଡାକଡ଼ି କରାଯିବ। ସମସ୍ତ ଯାତ୍ରୀଙ୍କର ଥର୍ମାଲ ସ୍କ୍ରିନିଂ କରାଯିବ। ଯଦି କୌଣସି ଯାତ୍ରୀଙ୍କ ଠାରେ ଲକ୍ଷଣ ଥିବ, ତେବେ ସାଙ୍ଗେ ସାଙ୍ଗେ ରାପିଡ୍ ଆଂଟିଜେନ୍ ଟେଷ୍ଟ କରାଯିବ।
The post ୫ ରାଜ୍ୟ ଫେରନ୍ତାଙ୍କ ଉପରେ କଡ଼ା ନଜର appeared first on Odisha Reporter.
from Odisha Reporter https://ift.tt/3aXmugF
No comments:
Post a Comment