୧୮ ଜିଲ୍ଲାରୁ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ, ଗଲା ଆଉ ଜଣଙ୍କ ଜୀବନ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, February 14, 2021

୧୮ ଜିଲ୍ଲାରୁ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ, ଗଲା ଆଉ ଜଣଙ୍କ ଜୀବନ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ୮୮ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୫୧ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୩୭ଟି ହେଉଛି ଲୋକାଲ୍ କେସ୍‌। ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

୧୮ଟି ଜିଲ୍ଲା ଓ ଷ୍ଟେଟ୍ ପୁଲ୍‌ରୁ ଏହି ନୂଆ ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ସର୍ବାଧିକ ୨୭ ଜଣ ସୁନ୍ଦରଗଡ଼ ଜିଲ୍ଲାରୁ ଅଛନ୍ତି।

ଅନୁଗୋଳ ଜିଲ୍ଲାରୁ ୩ ଜଣ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୪, ବରଗଡ଼ରୁ ୧୦, ବଲାଙ୍ଗିରରୁ ଜଣେ, ବୌଦ୍ଧରୁ ଜଣେ, କଟକରୁ ଜଣେ, ଦେବଗଡ଼ରୁ ଜଣେ, ଯାଜପୁରରୁ ୪, ଝାରସୁଗୁଡ଼ାରୁ ୩, କଳାହାଣ୍ଡିରୁ ଜଣେ, କେନ୍ଦୁଝରରୁ ୫, ଖୋର୍ଦ୍ଧାରୁ ୩, ମୟୂରଭଞ୍ଜରୁ ୭, ନୟାଗଡ଼ରୁ ଜଣେ, ନୂଆପଡ଼ାରୁ ୨, ପୁରୀରୁ ୯ ଓ ସମ୍ବଲପୁରରୁ ୪ ଜଣ ଅଛନ୍ତି।

ଷ୍ଟେଟ୍‌ ପୁଲ୍‌ରୁ ଜଣେ ଚିହ୍ନଟ ହୋଇଥିବା ବେଳେ ଭଦ୍ରକ, ଢେଙ୍କାନାଳ, ଜଗତସିଂହପୁର, କନ୍ଧମାଳ, କେନ୍ଦ୍ରାପଡ଼ା, କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ରାୟଗଡ଼ା, ସୋନପୁର, ଗଜପତି ଓ ଗଞ୍ଜାମ ଜିଲ୍ଲାରୁ ଜଣେ ବି ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇ ନାହାନ୍ତି।

୮୮ଟି ନୂଆ କେସ୍ ସହିତ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୩୬,୨୬୨ରେ ପହଞ୍ଚି ଯାଇଛି। ସେମାନଙ୍କ ମଧ୍ୟରୁ ୩,୩୩,୫୫୪ ଜଣ ସୁସ୍ଥ ହୋଇସାରିଲେଣି। ୭୪୪ ଜଣ ଚିକିତ୍ସାଧୀନ ଅଛନ୍ତି।

ଅନ୍ୟପକ୍ଷରେ କିଛି ଦିନର ବ୍ୟବଧାନ ପରେ ରାଜ୍ୟରେ କରୋନାରେ ଆଉ ଜଣଙ୍କ ମୃତ୍ୟୁ ଘଟିଛି। ମୃତ ବ୍ୟକ୍ତି ଜଣଙ୍କ ସମ୍ବଲପୁର ଜିଲ୍ଲାର ବାସିନ୍ଦା ଥିଲେ। ଏହା ସହିତ ସମ୍ବଲପୁର ଜିଲ୍ଲାରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୭୮ ହୋଇଛି। ସେହିପରି ରାଜ୍ୟରେ ଏହି ସଂଖ୍ୟା ୧,୯୧୧କୁ ବୃଦ୍ଧି ପାଇଛି।

The post ୧୮ ଜିଲ୍ଲାରୁ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ, ଗଲା ଆଉ ଜଣଙ୍କ ଜୀବନ appeared first on Odisha Reporter.



from Odisha Reporter https://ift.tt/2LRYBxB

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages