କରୋନା ଟିକା ନେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, February 28, 2021

କରୋନା ଟିକା ନେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): କରୋନା ଟିକା ନେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ବିଧାନସଭା ପରିସର ଚିକିତ୍ସାଳୟରେ ଟିକା ନେଲେ ମୁଖ୍ୟମନ୍ତ୍ରୀ। ଏନେଇ ମୁଖ୍ୟମନ୍ତ୍ରୀ ଟ୍ୱିଟ କରି ଜଣାଇଛନ୍ତି।

ଏହାପୂର୍ବରୁ ଆଜି ସକାଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟ କରୋନା ଟିକା ନେଇଛନ୍ତି। କୋଭିଡ଼ର ପ୍ରଥମ ଟିକା ସେ ଦିଲ୍ଲୀ ଏମ୍ସରେ ନେଇଛନ୍ତି। ଏ ସଂପର୍କରେ ସେ ନିଜେ ଟ୍ୱିଟ୍ କରି ଜଣାଇଛନ୍ତି। ଟିକା ନେବା ପରେ ସେ ସମସ୍ତ ଡାକ୍ତର ଏବଂ ବୈଜ୍ଞାନିକମାନଙ୍କୁ ଧନ୍ୟବାଦ ଦେଇଛନ୍ତି। ବୈଜ୍ଞାନିକ ଏବଂ ଡାକ୍ତରଙ୍କ ଉଦ୍ୟମ ଯୋଗୁଁ ଭାରତ ଆଜି କୋଭିଡ ବିରୋଧରେ ଭଲ ଭାବେ ଲଢ଼େଇ କରିପାରୁଛି ବୋଲି ମୋଦି କହିଛନ୍ତି। ଏଥିସହ ଆଜିଠାରୁ ବୟସ୍କ ଓ ବହୁବିଧ ରୋଗରେ ପୀଡ଼ିତ ଲୋକଙ୍କ ଟିକାକରଣ ଆରମ୍ଭ ହୋଇଛି।

୬୦ ବର୍ଷରୁ ଅଧିକ ବୟସର ଲୋକେ ପରିଚୟପତ୍ର ଦେଖାଇ ଟିକା ନେଉଛନ୍ତି।  ୪୫ ବର୍ଷରୁ ଅଧିକ ଓ ୬୦ ବର୍ଷରୁ କମ୍ ବୟସର ଲୋକେ ଯେଉଁମାନେ କି ବହୁବିଧ ରୋଗରେ ପୀଡ଼ିତ, ସେମାନେ ଡାକ୍ତରୀ ସାର୍ଟିଫିକେଟ ଦେଖାଇବେ।  ଉଭୟ ସରକାରୀ ଓ ପ୍ରାଇଭେଟ ହସ୍ପିଟାଲରେ ଟିକା ଦିଆଯିବ।  ସରକାରୀ ହସ୍ପିଟାଲରେ ଏହି ଟିକା ମାଗଣାରେ ମିଳିବାକୁ ଥିବା ବେଳେ ପ୍ରାଇଭେଟ ହସ୍ପିଟାଲରେ ପ୍ରତି ଡୋଜକୁ ଦେବାକୁ ପଡ଼ିବ ୨୫୦ ଟଙ୍କା । ଯିଏ ଟିକା ନେବ, ସେ COWIN ପୋର୍ଟାଲରେ ପଂଜୀକରଣ କରିବେ । ଯିଏ ପଂଜୀକରଣ କରିନଥିବ, ଅନ୍ ସାଇଟ୍ ପଂଜୀକରଣ କରି ଟିକା ନେଇପାରିବେ ।

ଟିକା ନେବା ବ୍ୟକ୍ତି ନିଜେ ଟିକା କରଣ କେନ୍ଦ୍ର ବାଛି ପାରିବେ। ସେପଟେ ଭୁବନେଶ୍ୱରରେ ଟିକାକରଣ ପାଇଁ ୨୨ଟି ହସ୍ପିଟାଲ ମନୋନୀତ ହୋଇଛି। ୧୨ଟି ସରକାରୀ ଏବଂ ୧୦ଟି ଘରୋଇ ହସ୍ପିଟାଲରେ ଦିଆଯିବ ଟିକା। ସେଥିରୁ ଘରୋଇ ହସପିଟାଲ ଗୁଡ଼ିକ ହେଲା ସମ୍, କିମ୍ସ, କଳିଙ୍ଗ, ବ୍ଲୁ ହ୍ୱିଲ୍‌, ଆଦିତ୍ୟ ଅଶ୍ୱିନୀ, ଆମ୍ରି, ଉତ୍କଳ, ନୀଳାଚଳ, କେୟାର ଓ ହାଇଟେକ୍ ହସପିଟାଲ। ସରକାରୀ ହସ୍ପିଟାଲରେ ଟିକା ସଂପୂର୍ଣ୍ଣ ମାଗଣାରେ ମିଳିବ।

The post କରୋନା ଟିକା ନେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ appeared first on Odisha Reporter.



from Odisha Reporter https://ift.tt/2ZXBRPV

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages