ଆସନ୍ତାକାଲିଠୁ ବର୍ଷା, ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, February 14, 2021

ଆସନ୍ତାକାଲିଠୁ ବର୍ଷା, ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ବଦଳିବ ପାଗର ମିଜାଜ।  ଆସନ୍ତାକାଲିଠୁ ରହିଛି ବର୍ଷା ସମ୍ଭାବନା ।  କାଲିଠୁ ୧୯ ତାରିଖ ପର୍ଯ୍ୟନ୍ତ ରାଜ୍ୟର କିଛି ସ୍ଥାନରେ ବର୍ଷା ହେବା ନେଇ ଆକଳନ କରିଛି ପାଣିପାଗ ବିଭାଗ। ଆସନ୍ତାକାଲି ସମ୍ବଲପୁର, ନୂଆପଡା, ବରଗଡ, ଝାରସୁଗୁଡା, ସୁନ୍ଦରଗଡ, ଦେବଗଡର କିଛି ସ୍ଥାନରେ ସ୍ପଳ୍ପରୁ ମଧ୍ୟମ ଧରଣର ବର୍ଷା ହେବା ସମ୍ଭାବନା ରହିଛି।

ସେହିପରି ୧୭ ତାରିଖରେ ଗଜପତି, ଗଞ୍ଜାମ, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ଢେଙ୍କାନାଳ, ଯାଜପୁର, ବାଲେଶ୍ୱର, ଭଦ୍ରକ ସମେତ ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ସ୍ଥାନରେ ସ୍ପଳ୍ପରୁ ମଧ୍ୟମ ଧରଣର  ବର୍ଷା ହୋଇପାରେ।  ଏ ନେଇ ୧୫ଟି ଜିଲ୍ଲାକୁ ଜାରି ହୋଇଛି ୟେଲୋ ଓ୍ୱାର୍ଣ୍ଣିଂ। ୧୭ ତାରିଖରେ ରାୟଗଡ଼ା, ଗଜପତି, ଗଂଜାମ, କନ୍ଧମାଳ, କଳାହାଣ୍ଡି, ବୌଦ୍ଧ, ସୋନପୁର, ବଲାଙ୍ଗିର ଜିଲ୍ଲାକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି।

ସେହିପରି ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ଯାଜପୁର, ଅନୁଗୁଳ, ଢେଙ୍କାନାଳ ଜିଲ୍ଲାକୁ ମଧ୍ୟ ୟେଲୋ ଓ୍ୱାର୍ଣ୍ଣିଂ ଜାରି ହୋଇଛି। ଏସବୁ ଜିଲ୍ଲାର ଗୋଟିଏରୁ ଦୁଇଟି ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି। ଆସନ୍ତା ୩ରୁ ୪ ଦିନ ଯାଏଁ ରାତିର ତାପମାତ୍ରାରେ ବଡ ଧରଣର ପରିବର୍ତ୍ତନ ହେବନାହିଁ ବୋଲି ପାଣିପାଗ ବିଭାଗ କହିଛି ।

The post ଆସନ୍ତାକାଲିଠୁ ବର୍ଷା, ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ appeared first on Odisha Reporter.



from Odisha Reporter https://ift.tt/2N79UCz

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages