୧୮ ଜିଲ୍ଲାରୁ ୮୭ କରୋନା ଆକ୍ରାନ୍ତ ଚିହ୍ନଟ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, February 3, 2021

୧୮ ଜିଲ୍ଲାରୁ ୮୭ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ୮୭ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୫୧ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୩୬ଟି ହେଉଛି ଲୋକାଲ୍ କେସ୍‌। ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ସୁନ୍ଦରଗଡ଼ ଜିଲ୍ଲାରୁ ସର୍ବାଧିକ ୨୬ ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ବରଗଡ଼ରୁ ୨ ଜଣ ଚିହ୍ନଟ ହୋଇଥିବା ବେଳେ ବଲାଙ୍ଗିରରୁ ଜଣେ, ବୌଦ୍ଧରୁ ଜଣେ, କଟକରୁ ୬, ଦେବଗଡ଼ରୁ ଜଣେ, ଗଜପତିରୁ ଜଣେ, ଗଞ୍ଜାମରୁ ୪, ଜଗତସିଂହପୁରରୁ ଜଣେ, ଯାଜପୁରରୁ ୨, ଝାରସୁଗୁଡ଼ାରୁ ୩, କେନ୍ଦୁଝରରୁ ଜଣେ, ଖୋର୍ଦ୍ଧାରୁ ୭, କୋରାପୁଟରୁ ଜଣେ, ମୟୂରଭଞ୍ଜରୁ ୯, ପୁରୀରୁ ୮, ରାୟଗଡ଼ରୁ ୪ ଓ ସମ୍ବଲପୁରରୁ ୬ ଜଣ ଚିହ୍ନଟ ହୋଇଛନ୍ତି।

ଷ୍ଟେଟ୍‌ ପୁଲ୍‌ରୁ ୩ ଜଣ ଚିହ୍ନଟ ହୋଇଥିବା ବେଳେ ଅନୁଗୋଳ, ଭଦ୍ରକ, ବାଲେଶ୍ୱର, ଢେଙ୍କାନାଳ, କଳାହାଣ୍ଡି, କନ୍ଧମାଳ, କେନ୍ଦ୍ରାପଡ଼ା, ମାଲକାନଗିରି, ନୟାଗଡ଼, ନବରଙ୍ଗପୁର, ନୂଆପଡ଼ା ଓ ସୋନପୁର ଜିଲ୍ଲାରୁ ଜଣେ ବି ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇ ନାହାନ୍ତି।

୮୭ଟି ନୂଆ କେସ୍ ସହିତ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୩୫,୩୬୯ରେ ପହଞ୍ଚିଥିବା ବେଳେ ୩,୩୨,୪୯୯ ଜଣ ସୁସ୍ଥ ହୋଇସାରିଛନ୍ତି। ୯୧୦ ଜଣ ଚିକିତ୍ସାଧୀନ ଅଛନ୍ତି।

ଅନ୍ୟପକ୍ଷରେ ୧୦ ଦିନ ପରେ ରାଜ୍ୟରେ ଆଉ ଜଣଙ୍କର କରୋନାରେ ମୃତ୍ୟୁ ଘଟିଛି। ମୃତ ବ୍ୟକ୍ତି ଜଣଙ୍କର କଳାହାଣ୍ଡି ଜିଲ୍ଲାର। ତାଙ୍କୁ ୬୮ ବର୍ଷ ହୋଇଥିଲା। ସେ ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡ଼ିତ ଥିଲେ। ଏହା ସହିତ କଳାହାଣ୍ଡି ଜିଲ୍ଲାରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୩୨ରେ ପହଞ୍ଚିଛି। ସେହିପରି ରାଜ୍ୟରେ ଏହି ସଂଖ୍ୟା ୧,୯୦୭ରେ ପହଞ୍ଚିଛି।

The post ୧୮ ଜିଲ୍ଲାରୁ ୮୭ କରୋନା ଆକ୍ରାନ୍ତ ଚିହ୍ନଟ appeared first on Odisha Reporter.



from Odisha Reporter https://ift.tt/36GcJRE

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages