୨୧ ଜିଲ୍ଲାରୁ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ, ଗତକାଲି ଅପେକ୍ଷା ବଢ଼ିଲା ସଂଖ୍ୟା - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, February 5, 2021

୨୧ ଜିଲ୍ଲାରୁ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ, ଗତକାଲି ଅପେକ୍ଷା ବଢ଼ିଲା ସଂଖ୍ୟା

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ୯୭ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୫୮ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୩୯ଟି ହେଉଛି ଲୋକାଲ୍ କେସ୍‌। ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

୨୧ଟି ଜିଲ୍ଲା ଓ ଷ୍ଟେଟ୍‌ ପୁଲ୍‌ରୁ ଏହି ନୂଆ ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି। ସୁନ୍ଦରଗଡ଼ ଓ କଟକ ଜିଲ୍ଲାରୁ ସର୍ବାଧିକ ୧୬ ଜଣ ଲେଖାଏଁ ଚିହ୍ନଟ ହୋଇଛନ୍ତି। ଅନୁଗୋଳ ଜିଲ୍ଲାରୁ ୫ ଜଣ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୨, ବରଗଡ଼ରୁ ୧୨, ବଲାଙ୍ଗିରରୁ ଜଣେ, ଦେବଗଡ଼ରୁ ୩, ଢେଙ୍କାନାଳରୁ ଜଣେ, ଗଜପତିରୁ ୩, ଗଞ୍ଜାମରୁ ଜଣେ, ଯାଜପୁରରୁ ୬, ଝାରସୁଗୁଡ଼ାରୁ ୪, କଳାହାଣ୍ଡିରୁ ୨, କେନ୍ଦ୍ରାପଡ଼ାରୁ ଜଣେ, କେନ୍ଦୁଝରରୁ ୨, ଖୋର୍ଦ୍ଧାରୁ ୬, ମୟୂରଭଞ୍ଜରୁ ୪, ନୂଆପଡ଼ାରୁ ୨, ପୁରୀରୁ ୩, ରାୟଗଡ଼ାରୁ ୪ ଓ ସମ୍ବଲପୁରରୁ ୨ ଜଣ ଚିହ୍ନଟ ହୋଇଛନ୍ତି।

ଷ୍ଟେଟ୍‌ ପୁଲ୍‌ରୁ ମାତ୍ର ଜଣେ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଭଦ୍ରକ, ବୌଦ୍ଧ, ଜଗତସିଂହପୁର, କନ୍ଧମାଳ, କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ନୟାଗଡ଼ ଓ ସୋନପୁର ଜିଲ୍ଲାରୁ ଜଣେ ବି ନୂଆ ଆକ୍ରାନ୍ତ ଚିହ୍ନଟ ହୋଇ ନାହାନ୍ତି।

୯୭ଟି ନୂଆ କେସ୍ ସହିତ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୩୫,୪୬୬ରେ ପହଞ୍ଚିଛି। ସେମାନଙ୍କ ମଧ୍ୟରୁ ୩,୩୨,୬୧୧ରେ ପହଞ୍ଚିଛି। ୮୯୧ ଜଣ ଚିକିତ୍ସାଧୀନ ଅଛନ୍ତି।

କରୋନା ଯୋଗୁ ପୁଣି ଜଣଙ୍କ ମୃତ୍ୟୁ ଘଟିଛି। ୧୦ ଦିନ ପରେ ଗତକାଲି ଜଣଙ୍କର କରୋନାରେ ମୃତ୍ୟୁ ଘଟିଥିବା ନେଇ ରିପୋର୍ଟ ଆସିଥିଲା। ଆଜି ପୁଣି ଜଣଙ୍କର କରୋନାରେ ମୃତ୍ୟୁ ହୋଇଥିବା ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ମୃତକ ଜଣଙ୍କ କଟକ ଜିଲ୍ଲାର ବାସିନ୍ଦା ଥିଲେ। ତାଙ୍କୁ ୮୩ ବର୍ଷ ହୋଇଥିଲା। ତାଙ୍କର ଡାଇବେଟିସ୍ ଜନିତ ସମସ୍ୟା ବି ଥିଲା। ତା’ସହିତ ସେ ଉଚ୍ଚ ରକ୍ତଚାପରେ ପୀଡ଼ିତ ଥିଲେ। ତାଙ୍କ ମୃତ୍ୟୁ ସହିତ କଟକ ଜିଲ୍ଲାରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୪୨ରେ ପହଞ୍ଚିଛି। ସେହିପରି ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧,୯୦୮ ହୋଇଛି। ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩୩୫ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଗଞ୍ଜାମରୁ ୨୪୮, ପୁରୀରୁ ୧୧୭, ସୁନ୍ଦରଗଡ଼ରୁ ୧୭୩ ଓ ବାଲେଶ୍ୱରରୁ ୯୫ ଜଣଙ୍କ ମୃତ୍ୟୁ ଘଟିଛି। ଦେବଗଡ଼ ଜିଲ୍ଲାରେ କରୋନାରେ ସବୁଠୁ କମ୍ ଲୋକଙ୍କ ମୃତ୍ୟୁ ଘଟିଛି। ଜିଲ୍ଲାରୁ ମାତ୍ର ୫ ଜଣ କରୋନାରେ ଆକ୍ରାନ୍ତ ହୋଇ ପ୍ରାଣ ହରାଇଛନ୍ତି।

ସୂଚନାଯୋଗ୍ୟ, ଗତକାଲି ଯେଉଁ ରିପୋର୍ଟ ଆସିଥିଲା ସେଥିରେ ୮୭ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ଉଲ୍ଲେଖ ରହିଥିଲା। ଆଜି ଯେଉଁ ରିପୋର୍ଟ ଆସିଛି, ସେଥିରେ ୯୭ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା କୁହାଯାଇଛି। ଜାନୁଆରୀ ୩୧ ତାରିଖ ପରଠାରୁ ରାଜ୍ୟରେ କୌଣସି ଦିନ ନୂଆ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦୦ ଛୁଇଁନି। ଜାନୁଆରୀ ମାସରେ ମଧ୍ୟ ଅନେକ ଦିନ ୧୦୦ରୁ କମ୍ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିଲେ।

The post ୨୧ ଜିଲ୍ଲାରୁ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ, ଗତକାଲି ଅପେକ୍ଷା ବଢ଼ିଲା ସଂଖ୍ୟା appeared first on Odisha Reporter.



from Odisha Reporter https://ift.tt/3aEzYgb

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages