୨୩ ଫେବ୍ରୁଆରୀ, ମଙ୍ଗଳବାର: ଅଚିହ୍ନା ବ୍ୟକ୍ତିଙ୍କ ଯୋଗୁ ସମସ୍ୟା ସମାଧାନ ହେବ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Monday, February 22, 2021

୨୩ ଫେବ୍ରୁଆରୀ, ମଙ୍ଗଳବାର: ଅଚିହ୍ନା ବ୍ୟକ୍ତିଙ୍କ ଯୋଗୁ ସମସ୍ୟା ସମାଧାନ ହେବ

ମେଷ: ସ୍ୱାସ୍ଥ୍ୟରେ ଉନ୍ନତି ହେବା ସହ ଶତ୍ରୁଙ୍କ ସହିତ ମୁକାବିଲା  କରିପାରିବେ। ପାରିବାରିକ କ୍ଷେତ୍ରରେ ସୁଖ ସମୃଦ୍ଧି ବୃଦ୍ଧି ହୋଇ ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ। ବନ୍ଧୁ, ମିତ୍ର, ସହକର୍ମୀ, ଭାଗୀଦାରଙ୍କ ପାଇଁ ଲାଭ ପାଇବେ।

 ବୃଷ: କୌଣସି ଅଚିହ୍ନା ବ୍ୟକ୍ତିଙ୍କ ସହଯୋଗରେ ସମସ୍ତ ସମସ୍ୟା ସମାଧାନ ହୋଇଯିବ। ଆଇନ ଅଦାଲତ ତଥା ଲେଖାପଢାରୁ ଶୁଭଫଳ ମିଳିବ। କର୍ମକ୍ଷେତ୍ରରେ କୌଣସି ବରିଷ୍ଠ ରାଜନେତାଙ୍କ ସାହାଯ୍ୟ ପାଇ ଆତ୍ମନିର୍ଭରଶୀଳ ହେବେ।

ମିଥୁନ:ସହକର୍ମୀଙ୍କ ସମର୍ଥନ ଓ ଅଧସ୍ତନଙ୍କର ସହଯୋଗ ଯୋଗୁଁ କର୍ମକ୍ଷେତ୍ରରେ ସୁନାମ ଅର୍ଜନ କରିବେ। ବ୍ୟବସାୟ ସମ୍ବନ୍ଧିତ ଯାତ୍ରା କରିବାକୁ ପଡିପାରେ। ଆଲୋଚନା କ୍ଷେତ୍ରରେ ଠିକ୍ ନିଷ୍ପତ୍ତି ନେଲେ ଆର୍ଥିକ ସଙ୍କଟ ଦୂର ହେବ।

 କର୍କଟ: ଛାତ୍ରାଛାତ୍ରୀମାନଙ୍କ ଅଧ୍ୟୟନ କ୍ଷେତ୍ରରେ ସୁନାମ ଅର୍ଜନ କରିବେ। ପାରିବାରିକ କ୍ଷେତ୍ରରେ ବନ୍ଧୁ ମିତ୍ରଙ୍କଦ୍ୱାରା  ଲାଭବାନ ହେବେ। ଆର୍ଥିକ ପରିସ୍ଥିତି ଉତ୍ତମ ଥିଲେ ମଧ୍ୟ ବସନ ଭୂଷଣରେ ଅଧିକ ବ୍ୟୟ ଘଟିପାରେ।

 ସିଂହ: ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିପାରନ୍ତି। ଅନେକ ସମସ୍ୟାର ସମାଧାନ ହୋଇ ପରିବାରରେ ହସ ଖୁସିର ବାତାବରଣ ଖେଳିଯିବ। ବ୍ୟବସାୟ ସମ୍ବନ୍ଧୀୟ ସମସ୍ତ ଜରୁରୀ କାର୍ଯ୍ୟ  ସୁଚାରୁ ରୂପେ ହେବ।

 କନ୍ୟା: ବ୍ୟବସାୟ କ୍ଷେତ୍ରରେ ସମସ୍ୟା ଦୂର ହୋଇଯିବା ଫଳରେ ଅର୍ଥ ଲାଭ ସୁଯୋଗ ପାଇବେ। କର୍ମକ୍ଷେତ୍ରରେ ରାଜକୀୟ ସମ୍ମାନ ମିଳିବା ସହ ନିଜର ଇଚ୍ଛା ପୂରଣ ପାଇଁ କୌଣସି କର୍ମ କରି ପ୍ରଶଂସା ପାଇବେ। କେହି ବାଦ ସାଧିବା ଉଦ୍ଦେଶ୍ୟରେ କାଗଜପତ୍ର ଗୋଳମାଳ କରାଇପାରେ।

 ତୁଳା: ବୃତ୍ତିଗତ ଦୃଷ୍ଟିରୁ  ସ୍ୱାଭିମାନ ସୁରକ୍ଷିତ ରହିବା ଫଳରେ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ।  ବ୍ୟୟ ଭରଣା କରି ଯଥେଷ୍ଟ ବଳକା ଲାଭାଂଶର ଉପଭୋକ୍ତା ହୋଇପାରିବେ। ପ୍ରବାସ ଯାତ୍ରାରେ ଲାଭବାନ ହେବା ସହ ଉଚ୍ଚଶିକ୍ଷା ପାଇବାର ସୁଯୋଗ ମଧ୍ୟ ପାଇପାରିବେ।

 ବିଛା: ସମାଜ ସେବାରେ ସୁନାମ ଅର୍ଜନ କରିପାରିବେ। ବରିଷ୍ଠ ଉଚ୍ଚାଧିକାରୀଙ୍କ ସହ ସମ୍ବନ୍ଧ ଦୃଢିଭୂତ ହେବ। ସାଧାରଣ କଥାକୁ ନେଇ ମନରେ ବିରକ୍ତ ଭାବ ପ୍ରକାଶ ପାଇପାରେ।

 ଧନୁ: ବ୍ୟବସାୟ କ୍ଷେତ୍ରରେ ପ୍ରସାର, ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ। କର୍ମକ୍ଷେତ୍ରରେ ଆନ୍ତରିକ ଉତ୍ସାହ ଉଦ୍ଦୀପନା ବୃଦ୍ଧି ହେବା ସହ ଜାଗା, ଜମି ଏବଂ ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିପାରିବେ। ଜ୍ଞାନ ଗବେଷଣା ସ୍ତରରେ କୃତକାର୍ଯ୍ୟ ହୋଇ ଯଶ ମାନ ପ୍ରତିଷ୍ଠା ପ୍ରାପ୍ତି ହେବ।

 ମକର: ସମାଜସେବା, ଧର୍ମିକ ଅନୁଷ୍ଠାନରେ ଯୋଗଦେଇ ପ୍ରଶଂସା ପାଇବେ। କର୍ମକ୍ଷେତ୍ରର କେତେକ ସମସ୍ୟାକୁ ସମାଧାନ କରି ମାନ ସମ୍ମାନ ପାଇବେ। ବୈଷୟିକ ଆଭିବୃଦ୍ଧିକୁ ତ୍ୱରାନ୍ୱିତ କରି ଉଚ୍ଚମାନ୍ୟତାର ଅଧିକାରୀ ହୋଇପାରନ୍ତି।

 କୁମ୍ଭ: ସନ୍ତାନଙ୍କର ଉନ୍ନତିରେ ଖୁସି ହେବା ସହ ସାମାଜିକ ସ୍ତରରେ ପ୍ରଶଂସିତ ହେବେ। ବୃତ୍ତିଗତ କର୍ମକୁ ଅଧିକ ଗୁରୁତ୍ୱ ଦେଇ କର୍ମ କ୍ଷେତ୍ରରେ ଉନ୍ନତି କରିପାରିବେ। ବ୍ୟବସାୟ କ୍ଷେତ୍ରରେ ସୁଖ ସୌଭାଗ୍ୟ ତଥା ଯଶ ପ୍ରସିଦ୍ଧି ଆଶା କରି ହେବ।

 ମୀନ: ପରିବାରରେ ଅପ୍ରୀତିକର ପରିସ୍ଥିତି ଦେଖାଦେଲେ ମଧ୍ୟ କୌଶଳକ୍ରମେ ସମାଧାନ କରିବେ। କ୍ରୋଧକୁ ଦମନ କରି ହସ ଖୁସିର ବାତାବରଣ ସୃଷ୍ଟି ହେବ। ନିଜର ଯୋଜନା ମୁତାବକ କାମକଲେ କୌଣସି  ପ୍ରକାର ଅସୁବିଧା ହେବ ନାହିଁ।

The post ୨୩ ଫେବ୍ରୁଆରୀ, ମଙ୍ଗଳବାର: ଅଚିହ୍ନା ବ୍ୟକ୍ତିଙ୍କ ଯୋଗୁ ସମସ୍ୟା ସମାଧାନ ହେବ appeared first on Odisha Reporter.



from Odisha Reporter https://ift.tt/2OYd5Nn

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages