୧୭ ଜିଲ୍ଲାରୁ ପୁଣି ଚିହ୍ନଟ ହେଲେ ନୂଆ କରୋନା ଆକ୍ରାନ୍ତ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, February 17, 2021

୧୭ ଜିଲ୍ଲାରୁ ପୁଣି ଚିହ୍ନଟ ହେଲେ ନୂଆ କରୋନା ଆକ୍ରାନ୍ତ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ଧୀରେ ଧୀରେ କମିବାରେ ଲାଗିଛି ମହାମାରୀ କରୋନାର କୋପ। ଦୀର୍ଘଦିନ ହେବ ୧୦୦ ତଳେ କରୋନା ସଂକ୍ରମିତି ଚିହ୍ନଟ ହେଇଛନ୍ତି। ଆଜି ପୁଣି ଗତ ୨୪ ଘଣ୍ଟାରେ ୧୭ ଜିଲ୍ଲାରୁ ୭୫ଟି କରୋନାର ନୂଆ ମାମଲା ସାମ୍ନାକୁ ଆସିଛି। ସେଥିରୁ କ୍ୱାରେଣ୍ଟାଇନ ସେଣ୍ଟରରୁ ୪୬ ଏବଂ ଲୋକାଲ କେସ ୨୯ଟି ରହିଛି।

ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରେ ଅନୁଗୋଳ ଜିଲ୍ଲାରୁ ୮ଜଣ, ବାଲେଶ୍ୱର ଜିଲ୍ଲାରୁ ୪ଜଣ, ବରଗଡ଼ ଜିଲ୍ଲାରୁ ୯ଜଣ, ବଲାଙ୍ଗୀର ଜିଲ୍ଲାରୁ ୪ଜମ, ଦେଓଗଡ଼ ଜିଲ୍ଲାରୁ ଜଣେ, ଗଞ୍ଜାମ ଜିଲ୍ଲାରୁ ଜଣେ, ଜଗତସିଂହପୁର ଜିଲ୍ଲାରୁ ଜଣେ, ଯାଜପୁର ଜିଲ୍ଲାରୁ ୩ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୩ଜଣ, କେନ୍ଦୁଝର ଜିଲ୍ଲାରୁ ୭ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୩ଜଣ, ନୂଆପଡ଼ା ଜିଲ୍ଲାରୁ ୨ଜଣ, ପୁରୀ ଜିଲ୍ଲାରୁ ୨ଜଣ, ରାୟଗଡ଼ା ଜିଲ୍ଲାରୁ ୫ଜଣ, ସମ୍ବଲପୁର ଜିଲ୍ଲାରୁ ୯ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୧ଜଣ ଅଛନ୍ତି ।

ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୬୩୯୭ ପହଞ୍ଚିଛି। ଏଥିମଧ୍ୟରୁ ୭୩୨ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୩୩୭୦୦ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସହିପରି କରୋନାରେ ବର୍ତ୍ତମାନ ଯାଏ ୧୯୧୨ଜଣ ପ୍ରାଣ ହରାଇଛନ୍ତି।

The post ୧୭ ଜିଲ୍ଲାରୁ ପୁଣି ଚିହ୍ନଟ ହେଲେ ନୂଆ କରୋନା ଆକ୍ରାନ୍ତ appeared first on Odisha Reporter.



from Odisha Reporter https://ift.tt/3pB0nkB

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages