ରାଜଧାନୀରେ ମୁଣ୍ଡକାଟି ହତ୍ୟା, ମହିଳାଙ୍କର ହେବ ଫିଙ୍ଗରପ୍ରିଣ୍ଟ ମ୍ୟାଚିଂ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, February 10, 2021

ରାଜଧାନୀରେ ମୁଣ୍ଡକାଟି ହତ୍ୟା, ମହିଳାଙ୍କର ହେବ ଫିଙ୍ଗରପ୍ରିଣ୍ଟ ମ୍ୟାଚିଂ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜଧାନୀ ଭୁବନେଶ୍ୱରରେ ମର୍ଡ଼ର ହୋଇଥିବା ମହିଳାଙ୍କ ପରିଚୟ ମିଳିନାହିଁ। ଏପରିକି ସମ୍ପୃକ୍ତ ମହିଳାଙ୍କ ମୁଣ୍ଡକୁ କମିଶନରେଟ ପୁଲିସ ପାଉନି। ଯେଉଁଥିପାଇଁ ମହିଳାଙ୍କ ପରିଚୟ ଜଣାପଡ଼ିନାହିଁ। ମହିଳାଙ୍କ ପରିଚୟ ଜାଣିବା ପାଇଁ ଫିଙ୍ଗରପ୍ରିଣ୍ଟ ମ୍ୟାଚିଂ କରିବାକୁ ପୁଲିସ ଯୋଜନା କରୁଛି। NCRB ପାଖରେ ଥିବା ଫିଙ୍ଗରପ୍ରିଣ୍ଟ ମ୍ୟାଚିଂ କରିବାକୁ ଯୋଜନା କରାଯାଉଛି। ମହିଳାଙ୍କ ବିଷୟରେ NCRBରେ ପୂର୍ବରୁ ତଥ୍ୟ ଥିଲେ ପରିଚୟ ମିଳିପାରେ ବୋଲି ପୁଲିସ ଅନୁମାନ କରୁଛି। ଫିଙ୍ଗରପ୍ରିଣ୍ଟ ମ୍ୟାଚିଂ ନେଇ ଭୁବନେଶ୍ୱର ଡିସିପି ଉମାଶଙ୍କର ଦାସ ସୂଚନା ଦେଇଛନ୍ତି।

ସୂଚନାରୁ ପ୍ରକାଶ, ଗତମାସ ଭରତପୁର-ଚନ୍ଦକା ରାସ୍ତାର ଦାଶପୁର ପାଖରେ ଜଣେ ଅଚିହ୍ନା ମହିଳାଙ୍କ ମୁଣ୍ଡ ବିହୀନ ମୃତଦେହ ପଡ଼ିଥିଲା। ଏନେଇ ସ୍ଥାନୀୟ ଲୋକେ ପୁଲିସକୁ ଖବର ଦେଇଥିଲେ। ପୁଲିସ ମୃତଦେହ ଜବତ କରି ଘଟଣାର ତଦନ୍ତ ଆରମ୍ଭ କରିଥିଲା। ହେଲେ ବର୍ତ୍ତମାନ ସୁଦ୍ଧା ମୃତ ମହିଳାଙ୍କ ପରିଚୟ ଜାଣିପାରି ନାହିଁ। ଏପରିକି ମହିଳାଙ୍କ ମହିଳାଙ୍କ ମୁଣ୍ଡ ପୁଲିସ ଖୋଜି ପାଇନାହିଁ। ପ୍ରାଥମିକ ଅନୁସନ୍ଧାନରୁ ମହିଳାଙ୍କୁ କେହି ହତ୍ୟା କରି ଏଠାରେ ଫିଙ୍ଗିଦେଇଥିବା ସନ୍ଦେହ କରୁଛି ପୁଲିସ।

ମହିଳାଙ୍କ ପରିଚୟ ଜାଣିବା ପାଇଁ ଭୁବନେଶ୍ୱର ଓ ଆଖପାଖ ଥାନାକୁ ପୁଲିସ ଖବର ଦେଇଥିଲା। ମାତ୍ର ପୁଲିସ ଏପର୍ଯ୍ୟନ୍ତ କୌଣସି ତଥ୍ୟ ପାଇନାହିଁ। ଜଣେ ଆଡିସିନାଲ୍‌ ଏସ୍‌ପି ରାଙ୍କର ଅଫିସରଙ୍କ ତତ୍ତ୍ୱବଧାନରେ ଏକ ୫ ଜଣିଆ ଟିମ୍‌ ଘଟଣାର ତଦନ୍ତ କରୁଥିବା ବେଳେ ପୁଲିସ ମହିଳାଙ୍କ ପରିଚୟ ଜାଣିବା ପାଇଁ ରାଜଧାନୀର ବିଭିନ୍ନ ଅଞ୍ଚଳରେ ପୋଷ୍ଟର ମାରିଛି। ମହିଳାଙ୍କ ସମ୍ପର୍କରେ ସୂଚନା ଦେଲେ ପୁରସ୍କାର ଦିଆଯିବ ବୋଲି ପୂର୍ବରୁ ପୁଲିସ ଘୋଷଣା କରିଥିଲା।

The post ରାଜଧାନୀରେ ମୁଣ୍ଡକାଟି ହତ୍ୟା, ମହିଳାଙ୍କର ହେବ ଫିଙ୍ଗରପ୍ରିଣ୍ଟ ମ୍ୟାଚିଂ appeared first on Odisha Reporter.



from Odisha Reporter https://ift.tt/3tMGkmf

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages