ଆଜିଠୁ ବର୍ଷା, ସତର୍କ ରହିବାକୁ ସୂଚନା - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, February 16, 2021

ଆଜିଠୁ ବର୍ଷା, ସତର୍କ ରହିବାକୁ ସୂଚନା

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଭିଜିବ ଓଡ଼ିଶା, ଆଜିଠୁ ବର୍ଷା ସମ୍ଭାବନା। ପାଣିପାଗ ବିଭାଗର ସୂଚନା ଅନୁଯାୟୀ ଆଜି ଏବଂ ଆସନ୍ତାକାଲି ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ସମ୍ଭାବନା ରହିଛି। ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼, କେନ୍ଦୁଝର, ମୟୂରଭଂଜ, ବାଲେଶ୍ୱର, ଅନୁଗୁଳ, ବଲାଙ୍ଗିର, ନୂଅାପଡ଼ା ଓ ବରଗଡ଼  ଏହି ୧୧ଟି ଜିଲ୍ଲାରେ ବର୍ଷା ହେବା ସଂଭାବନା ରହିଛି।

ସେହିଭଳି ୧୮ ଓ ୧୯ ତାରିଖରେ ୧୨ ଜିଲ୍ଲାରେ ବର୍ଷା ହୋଇପାରେ । ଏହି ସବୁ ଜିଲ୍ଲାକୁ ପାଣିପାଗ ବିଭାଗ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରିଛି  ପାଣିପାଗ ବିଭାଗର ସୂଚନା ପରେ ଏହି ସବୁ ଜିଲ୍ଲାର ଜିଲ୍ଲାପାଳଙ୍କୁ ଚିଠି ଲେଖି ସତର୍କ ରହିବାକୁ ସୂଚନା ଦିଆଯାଇଛି। ସ୍ୱତନ୍ତ୍ର ରିଲିଫ କମିଶନରଙ୍କ କାର୍ଯ୍ୟାଳୟ ପକ୍ଷରୁ  ସ୍ଥିତି ଉପରେ ନଜର ରଖିବାକୁ ଜିଲ୍ଲାପାଳ ମାନଙ୍କୁ କୁହାଯାଇଛି।  ସେହିପରି ଫସଲ ସୁରକ୍ଷିତ ରଖିବାକୁ ଲୋକଙ୍କୁ ପରାମର୍ଶ ଦିଆଯାଇଛି।

The post ଆଜିଠୁ ବର୍ଷା, ସତର୍କ ରହିବାକୁ ସୂଚନା appeared first on Odisha Reporter.



from Odisha Reporter https://ift.tt/37gTr5J

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages