ପୁଣି୧୦୦ ଉପରକୁ ଉଠିଲା ନୂଆ କରୋନା ଆକ୍ରାନ୍ତଙ୍କ ସଂଖ୍ୟା - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, February 9, 2021

ପୁଣି୧୦୦ ଉପରକୁ ଉଠିଲା ନୂଆ କରୋନା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ୮ ଦିନ ପରେ ରାଜ୍ୟରେ ପୁଣି ୧୦୦ରୁ ଅଧିକ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଆଜି ଦିଆଯାଇଥିବା ରିପୋର୍ଟ ଅନୁଯାୟୀ ୧୦୫ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ଏହି ନୂଆ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୬୩ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୪୨ଟି ହେଉଛି ଲୋକାଲ୍ କେସ୍‌।

୨୨ଟି ଜିଲ୍ଲା ଓ ଷ୍ଟେଟ୍‌ ପୁଲ୍‌ରୁ ଏହି ଆକ୍ରାନ୍ତମାନଙ୍କୁ ଚିହ୍ନଟ କରାଯାଇଛି। ସୁନ୍ଦରଗଡ଼ ଜିଲ୍ଲାରୁ ସର୍ବାଧିକ ୧୪ ଜଣ ଚିହ୍ନଟ ହୋଇଛନ୍ତି।

ଅନୁଗୋଳ ଜିଲ୍ଲାରୁ ୩ ଜଣ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୩, ବରଗଡ଼ରୁ ୫, ଭଦ୍ରକରୁ ୫, ବଲାଙ୍ଗିରରୁ ୩, କଟକରୁ ୧୩, ଗଞ୍ଜାମରୁ ୩, ଜଗତସିଂହପୁରରୁ ଜଣେ, ଯାଜପୁରରୁ ୪, ଝାରସୁଗୁଡ଼ାରୁ ୫, କନ୍ଧମାଳରୁ ୩, କେନ୍ଦ୍ରାପଡ଼ାରୁ ଜଣେ, କେନ୍ଦୁଝରରୁ ୪, ଖୋର୍ଦ୍ଧାରୁ ୧୩, କୋରାପୁଟରୁ ଜଣେ, ମୟୂରଭଞ୍ଜରୁ ୫, ନୂଆପଡ଼ାରୁ ୨, ପୁରୀରୁ ୭, ରାୟଗଡ଼ାରୁ ୩, ସମ୍ବଲପୁରରୁ ୩ ଓ ସୋନପୁରରୁ ଜଣେ ଚିହ୍ନଟ ହୋଇଛନ୍ତି।

ଷ୍ଟେଟ୍‌ ପୁଲ୍‌ରୁ ୩ ଜଣ ଚିହ୍ନଟ ହୋଇଥିବା ବେଳେ ବୌଦ୍ଧ, ଗଜପତି, ଦେବଗଡ଼, ଢେଙ୍କାନାଳ, କଳାହାଣ୍ଡି, ମାଲକାନଗିରି, ନବରଙ୍ଗପୁର ଓ ନୟାଗଡ଼ ଜିଲ୍ଲାରୁ ଜଣେ ବି ନୂଆ ଆକ୍ରାନ୍ତ ଚିହ୍ନଟ ହୋଇ ନାହାନ୍ତି।

୧୦୫ଟି ନୂଆ କେସ୍ ସହିତ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୩୫,୭୯୭ରେ ପହଞ୍ଚି ଯାଇଛି। ସେମାନଙ୍କ ମଧ୍ୟରୁ ୩,୩୩,୦୩୧ ଜଣ ସୁସ୍ଥ ହୋଇସାରିଛନ୍ତି। ୮୦୩ ଜଣ ଚିକିତ୍ସାଧୀନ ଅଛନ୍ତି। ଅନ୍ୟପକ୍ଷରେ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୯୧୦ରେ ପହଞ୍ଚିଛି।

ସୂଚନାଯୋଗ୍ୟ, ଶେଷଥର ପାଇଁ ଜାନୁଆରୀ ୩୦ ତାରିଖରେ ଆସିଥିବା ରିପୋର୍ଟରେ ୧୦୦ରୁ ଅଧିକ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିଲେ।

The post ପୁଣି୧୦୦ ଉପରକୁ ଉଠିଲା ନୂଆ କରୋନା ଆକ୍ରାନ୍ତଙ୍କ ସଂଖ୍ୟା appeared first on Odisha Reporter.



from Odisha Reporter https://ift.tt/3tH6DtZ

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages