ଆଜି ବନକଲାଗି ନୀତି; ୪ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, February 2, 2021

ଆଜି ବନକଲାଗି ନୀତି; ୪ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ

ପୁରୀ(ଓଡ଼ିଶା ରିପୋର୍ଟର): ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ବନକ ଲାଗି ନୀତି ଅନୁଷ୍ଠିତ ହେବ । ଦ୍ୱିତୀୟ ଭୋଗ ମଣ୍ତପ ପରେ ଦତ୍ତ ମହାପାତ୍ର ସେବାୟତମାନେ ରତ୍ନବେଦୀରେ ମହାପ୍ରଭୁଙ୍କ ଏହି ଗୁପ୍ତ ନୀତି ଆରମ୍ଭ କରିବେ । ବନକଲାଗି ନୀତି ପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ନୀତି ନିର୍ଘଣ୍ଟ ଚୂଡ଼ାନ୍ତ ହୋଇଛି। ଏହା ଏକ ଗୁପ୍ତ ସେବା ହୋଇଥିବାରୁ ପ୍ରାୟ ୪ ଘଣ୍ଟା ଧରି ସର୍ବସାଧାରଣ ଦର୍ଶନ ବନ୍ଦ ରହିବ।

ପ୍ରଥା ଓ ପରମ୍ପରା ଅନୁଯାୟୀ, ଶ୍ରୀମନ୍ଦିରରେ ପ୍ରତି ବୁଧବାର କିମ୍ବା ଗୁରୁବାର ବନକ ଲାଗି ନୀତି ପାଳନ ହେବାର ବିଧି ରହିଛି । ଶ୍ରୀମନ୍ଦିର ନୀତି ନିର୍ଘଣ୍ଟ ଅନୁଯାୟୀ ଅପରାହ୍ନ ୪ଟାରୁ ମହାପ୍ରଭୁଙ୍କର ଶ୍ରୀମୁଖ ଶୃଙ୍ଗାର ନୀତି ଆରମ୍ଭ କରାଯିବ । ପ୍ରାୟ ୪ ଘଣ୍ଟା ଧରି ଏହି ବନକ ଲାଗି ନୀତି କରାଯାଉଥିବା ବେଳେ ମହାପ୍ରଭୁଙ୍କ ଶ୍ରୀମୁଖକୁ ବିଭିନ୍ନ ପ୍ରାକୃତିକ ରଙ୍ଗରେ ସଜ୍ଜିତ କରାଯିବ । ଏଥିପାଇଁ ଆବଶ୍ୟକ ହେଙ୍ଗୁଳ, ହରିତାଳ, କର୍ପୁର ଓ କସ୍ତୁରୀ ବ୍ୟବହାର କରାଯାଇ ଦତ୍ତ ମହାପାତ୍ର ସେବାୟତମାନେ ଏହି ନୀତି ସଂପନ୍ନ କରିବେ । ବନକ ଲାଗି ବା ଶ୍ରୀମୁଖ ଶୃଙ୍ଗାର ଦ୍ୱାରା ଶ୍ରୀଜିଉଙ୍କ ମୁଖ ମଣ୍ତଳ ଅଧିକ ସୁନ୍ଦର ଓ ଆକର୍ଷଣୀୟ ଦେଖାଯାଇଥାଏ।

The post ଆଜି ବନକଲାଗି ନୀତି; ୪ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ appeared first on Odisha Reporter.



from Odisha Reporter https://ift.tt/36BRRL8

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages