ଅଧା ଜିଲ୍ଲାରୁ ଚିହ୍ନଟ ହୋଇ ନାହାନ୍ତି ଜଣେ ବି ନୂଆ କରୋନା ଆକ୍ରାନ୍ତ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Saturday, February 13, 2021

ଅଧା ଜିଲ୍ଲାରୁ ଚିହ୍ନଟ ହୋଇ ନାହାନ୍ତି ଜଣେ ବି ନୂଆ କରୋନା ଆକ୍ରାନ୍ତ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ୫୯ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୩୪ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୨୫ଟି ହେଉଛି ଲୋକାଲ୍ କେସ୍‌। ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

୧୫ଟି ଜିଲ୍ଲାରୁ ଏହି ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି। ତେବେ କୌଣସି ଜିଲ୍ଲାରୁ ଅନୁଗୋଳ ଜିଲ୍ଲାରୁ ୭ ଜଣ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୪, ବରଗଡ଼ରୁ ୯, କଟକରୁ ୨, ଦେବଗଡ଼ରୁ ୨, ଯାଜପୁରରୁ ୨, ଝାରସୁଗୁଡ଼ାରୁ ଜଣେ, କଳାହାଣ୍ଡିରୁ ୨, କେନ୍ଦ୍ରାପଡ଼ାରୁ ଜଣେ, ଖୋର୍ଦ୍ଧାରୁ ୬, ମୟୂରଭଞ୍ଜରୁ ୨, ନୂଆପଡ଼ାରୁ ୨, ପୁରୀରୁ ୩, ସମ୍ବଲପୁରରୁ ୭ ଓ ସୁନ୍ଦରଗଡ଼ରୁ ୯ ଜଣ ଚିହ୍ନଟ ହୋଇଛନ୍ତି।

ଭଦ୍ରକ, ବଲାଙ୍ଗିର, ବୌଦ୍ଧ, ଢେଙ୍କାନାଳ, ଜଗତସିଂହପୁର, କନ୍ଧମାଳ, କେନ୍ଦୁଝର, କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ନୟାଗଡ଼, ରାୟଗଡ଼ା, ସୋନପୁର, ଗଜପତି ଓ ଗଞ୍ଜାମ ଜିଲ୍ଲାରୁ ଜଣେ ବି ନୂଆ ଆକ୍ରାନ୍ତ ଚିହ୍ନଟ ହୋଇନାହାନ୍ତି।

୫୯ଟି ନୂଆ କେସ୍ ସହିତ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୩୬,୧୦୧ରେ ପହଞ୍ଚି ଯାଇଛି। ସେମାନଙ୍କ ମଧ୍ୟରୁ ୩,୩୩,୩୫୧ ଜଣ ସୁସ୍ଥ ହୋଇସାରିଲେଣି। ୭୮୭ ଜଣ ଚିକିତ୍ସାଧୀନ ଅଛନ୍ତି। ସେହିପରି ରାଜ୍ୟରେ କରୋନା ଯୋଗୁ ୧,୯୧୦ ଜଣଙ୍କର ମୃତ୍ୟୁ ଘଟି ସାରିଛି।

The post ଅଧା ଜିଲ୍ଲାରୁ ଚିହ୍ନଟ ହୋଇ ନାହାନ୍ତି ଜଣେ ବି ନୂଆ କରୋନା ଆକ୍ରାନ୍ତ appeared first on Odisha Reporter.



from Odisha Reporter https://ift.tt/3tW1TRC

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages