ମୁଣ୍ଡବିହୀନ ଶବ ମିଳିବା ଘଟଣା; ମିଳିଲା ମହିଳାଙ୍କ ପରିଚୟ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, February 10, 2021

ମୁଣ୍ଡବିହୀନ ଶବ ମିଳିବା ଘଟଣା; ମିଳିଲା ମହିଳାଙ୍କ ପରିଚୟ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜଧାନୀ ଭୁବନେଶ୍ୱରର ଭରତପୁର-ଚନ୍ଦକା ରାସ୍ତାର ଦାଶପୁର ନିକଟରୁ ଗତ ମାସରେ ଜଣେ ମହିଳାଙ୍କ ମୁଣ୍ଡବିହୀନ ଶବ ମିଳିବା ପରେ ତାଙ୍କ ପରିଚୟ ଜାଣିବାକୁ ଖୋଳତାଡ଼ ଆରମ୍ଭ କରିଥିଲା କମିଶନରେଟ ପୁଲିସ୍‌। ଏ ପର୍ଯ୍ୟନ୍ତ ସମ୍ପୃକ୍ତ ମହିଳାଙ୍କ ମୁଣ୍ଡ ଜବତ ହୋଇପାରି ନ ଥିବା ବେଳେ  ମୃତ ମହିଳାଙ୍କ ପରିଚୟ କିନ୍ତୁ ପାଇପାରିଛି ପୁଲିସ୍‌ ।  ଏନେଇ କିଛି ଖୁଲାସା କରାଯାଇ ନ ଥିବା ବେଳେ ଆଗାମୀ ସମୟରେ ପରିଚୟ ପ୍ରକାଶ କରାଯିବ କହିଛି ପୁଲିସ୍‌  ।

ମହିଳାଙ୍କ ପରିଚୟ ଜାଣିବା ପାଇଁ ଫିଙ୍ଗରପ୍ରିଣ୍ଟ ମ୍ୟାଚିଂ କରିବାକୁ ଯୋଜନା କରାଯାଉଥିବା ଗତକାଲି କମିଶନରେଟ ପୁଲିସ୍‌ ପକ୍ଷରୁ କୁହାଯାଇଥିଲା। NCRB ପାଖରେ ଥିବା ଫିଙ୍ଗରପ୍ରିଣ୍ଟ ମ୍ୟାଚିଂ କରିବାକୁ ଯୋଜନା କରାଯାଉଛି। ମହିଳାଙ୍କ ବିଷୟରେ NCRBରେ ପୂର୍ବରୁ ତଥ୍ୟ ଥିଲେ ପରିଚୟ ମିଳିପାରେ ବୋଲି  ଗତକାଲି ଭୁବନେଶ୍ୱର ଡିସିପି ଉମାଶଙ୍କର ଦାସ ସୂଚନା ଦେଇଥିଲେ।

ସୂଚନାରୁ ପ୍ରକାଶ, ଗତମାସ ଭରତପୁର-ଚନ୍ଦକା ରାସ୍ତାର ଦାଶପୁର ପାଖରେ ଜଣେ ଅଚିହ୍ନା ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ପଡ଼ିଥିଲା। ଏନେଇ ସ୍ଥାନୀୟ ଲୋକେ ପୁଲିସକୁ ଖବର ଦେଇଥିଲେ। ପୁଲିସ ମୃତଦେହ ଜବତ କରି ଘଟଣାର ତଦନ୍ତ ଆରମ୍ଭ କରିଥିଲା।  ପ୍ରାଥମିକ ଅନୁସନ୍ଧାନରୁ ମହିଳାଙ୍କୁ କେହି ହତ୍ୟା କରି ଏଠାରେ ଫିଙ୍ଗିଦେଇଥିବା ସନ୍ଦେହ କରି ତଦନ୍ତ ଆରମ୍ଭ କରିଥିଲା ପୁଲିସ।

ମହିଳାଙ୍କ ପରିଚୟ ଜାଣିବା ପାଇଁ ଭୁବନେଶ୍ୱର ଓ ଆଖପାଖ ଥାନାକୁ ପୁଲିସ ଖବର ଦେଇଥିଲା।   ଜଣେ ଆଡିସିନାଲ୍‌ ଏସ୍‌ପି ରାଙ୍କର ଅଫିସରଙ୍କ ତତ୍ତ୍ୱବଧାନରେ ଏକ ୫ ଜଣିଆ ଟିମ୍‌ ଘଟଣାର ତଦନ୍ତ କରୁଥିବା ବେଳେ ମହିଳାଙ୍କ ପରିଚୟ ଜାଣିବା ପାଇଁ ରାଜଧାନୀର ବିଭିନ୍ନ ଅଞ୍ଚଳରେ ପୋଷ୍ଟର ମଧ୍ୟ ମରାଯାଇଥିଲା । ମହିଳାଙ୍କ ସମ୍ପର୍କରେ ସୂଚନା ଦେଲେ ପୁରସ୍କାର ଦିଆଯିବ ବୋଲି ପୂର୍ବରୁ ପୁଲିସ ଘୋଷଣା କରିଥିଲା।

The post ମୁଣ୍ଡବିହୀନ ଶବ ମିଳିବା ଘଟଣା; ମିଳିଲା ମହିଳାଙ୍କ ପରିଚୟ appeared first on Odisha Reporter.



from Odisha Reporter https://ift.tt/3aXFLxm

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages