ବିଧାନସଭା ପାଇଁ ଆଜିଠୁ ଟ୍ରାଫିକ କଟକଣା; ଜାଣନ୍ତୁ, କେଉଁ ରୁଟ୍‌ରେ ଯିବେ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, February 17, 2021

ବିଧାନସଭା ପାଇଁ ଆଜିଠୁ ଟ୍ରାଫିକ କଟକଣା; ଜାଣନ୍ତୁ, କେଉଁ ରୁଟ୍‌ରେ ଯିବେ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ବିଧାନସଭା ଅଧିବେଶନ ବେଳେ ଆତ୍ମଦାହ ଉଦ୍ୟମ ଘଟଣା ବୃଦ୍ଧି ପାଉଥିବାରୁ କମିଶନରେଟ ପୁଲିସ ପକ୍ଷରୁ ପ୍ରଥମଥର ପାଇଁ ଟ୍ରାଫିକ କଟକଣା ନିମନ୍ତେ ନିଷ୍ପତ୍ତି ନିଆଯାଇଛି। ଏହି କଟକଣା ଆଜିଠୁ ବିଧାନସଭା ଅଧିବେଶନର କାର୍ଯ୍ୟଦିବସଗୁଡ଼ିକରେ ଲାଗୁ ହେବ।

ପୁଲିସ କମିଶନର ସୁଧାଂଶୁ ଷଡ଼ଙ୍ଗୀ ଏନେଇ ଜାରି ଏକ ପ୍ରେସ୍ ରିଲିଜରେ କହିଛନ୍ତି ଯେ, ହାଉସିଂ ବୋର୍ଡ ପଟୁ ଆସୁଥିବା ସମସ୍ତ ଗାଡ଼ି କେଶରୀ ଟକିଜଠାରୁ ଆଗକୁ ନଯାଇ ବାମପଟ ରାସ୍ତାରେ ନିଜ ଗନ୍ତବ୍ୟ ସ୍ଥଳକୁ ଯିବେ। ଏଜି ଛକରୁ ପିଏମଜି ଛକ ଆଡ଼କୁ ଆସୁଥିବା ସମସ୍ତ ଗାଡ଼ି ଜୟଦେବ ଭବନରେ ଅଟକି ଡାହାଣକୁ ଯାଇ ଇନ୍ଦିରା ଗାନ୍ଧି ପାର୍କ ରାସ୍ତାରେ ଆଗକୁ ଯିବେ।

ମାଷ୍ଟର କ୍ୟାଣ୍ଟିନ ପଟୁ ଲୋଏର ପିଏମଜି ଆଡ଼କୁ ଆସୁଥିବା ସମସ୍ତ ଗାଡ଼ି ଉପର ପିଏମଜି ଛକଠାରୁ ବାମ କିମ୍ବା ଡାହାଣ ପାର୍ଶ୍ୱ  ଦେଇ ଯାଇପାରିବେ। କିନ୍ତୁ ସେମାନଙ୍କୁ ମହାତ୍ମା ଗାନ୍ଧି ମାର୍ଗରେ ଯିବା ପାଇଁ ଅନୁମତି ଦିଆଯିବ ନାହିଁ। ୧୨୦ ବାଟାଲିୟନ ଛକପଟୁ ପିଏମଜି ଛକ ଆଡ଼କୁ ଆସୁଥିବା ସମସ୍ତ ଗାଡ଼ି ପାୱାର ହାଉସ ଛକ ଆଡ଼କୁ ଯିବେ। ରାଜଭବନ ଛକ ପଟୁ ଏମଏଲଏ କଲୋନୀ ଓ ରବୀନ୍ଦ୍ର ମଣ୍ଡପକୁ ଯାଉଥିବା ଗାଡ଼ିଗୁଡ଼ିକ ଶାସ୍ତ୍ରୀ ନଗର ଆଡ଼କୁ ଯିବେ। ଏହି କଟକଣା ବିଧାନସଭା, ରାଜ୍ୟ ସଚିବାଳୟ ଓ ଅନ୍ୟାନ୍ୟ ସରକାରୀ ଦପ୍ତରକୁ ଯାଉଥିବା ଅଧିକୃତ ଗାଡ଼ି ପାଇଁ ଲାଗୁ ହେବ ନାହିଁ ବୋଲି ଶ୍ରୀ ଷଡ଼ଙ୍ଗୀ କହିଛନ୍ତି।

ସୂଚନାଯୋଗ୍ୟ, ବଜେଟ୍ ଅଧିବେଶନବେଳେ ବିଭିନ୍ନ ଆଡ଼କୁ ଲୋକେ ଆସି ନିଜର ସମସ୍ୟା ପାଇଁ ଆତ୍ମଦାହ ଉଦ୍ୟମ ଭଳି ପଦକ୍ଷେପ ନେଉଥିବାରୁ କମିଶନରେଟ ପୁଲିସ ଏପରି ନିଷ୍ପତ୍ତି ନେଇଥିବା ଜଣାପଡ଼ିଛି।

The post ବିଧାନସଭା ପାଇଁ ଆଜିଠୁ ଟ୍ରାଫିକ କଟକଣା; ଜାଣନ୍ତୁ, କେଉଁ ରୁଟ୍‌ରେ ଯିବେ appeared first on Odisha Reporter.



from Odisha Reporter https://ift.tt/3qrX2Fw

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages