ରାଜ୍ୟରେ ୧୧୩ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ, ସୁନ୍ଦରଗଡ଼ରେ ସର୍ବାଧିକ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Monday, March 22, 2021

ରାଜ୍ୟରେ ୧୧୩ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ, ସୁନ୍ଦରଗଡ଼ରେ ସର୍ବାଧିକ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ୧୧୩ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତ ୨୪ ଘଣ୍ଟାରେ ଏହି ନୂଆ ଆକ୍ରାନ୍ତମାନଙ୍କୁ ଚିହ୍ନଟ କରାଯାଇଛି।

ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଟ୍ୱିଟ୍ କରାଯାଇଥିବା ଏହି ରିପୋର୍ଟ ଅନୁଯାୟୀ, ୧୧୩ ଆକ୍ରାନ୍ତଙ୍କ ମଧ୍ୟରୁ ୬୭ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୪୬ଟି ହେଉଛି ଲୋକାଲ୍ କେସ୍‌।

ସୁନ୍ଦରଗଡ଼ ଜିଲ୍ଲାରୁ ସର୍ବାଧିକ ୨୦ ଜଣ ଚିହ୍ନଟ ହୋଇଥିବା ବେଳେ କଟକରୁ ୧୭ ଓ ଖୋର୍ଦ୍ଧାରୁ ୧୪ ଜଣ ଚିହ୍ନଟ ହୋଇଛନ୍ତି।

ଅନୁଗୋଳ ଜିଲ୍ଲାରୁ ୫ ଜଣ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୨, ବରଗଡ଼ରୁ ଜଣେ, ବଲାଙ୍ଗିରରୁ ୩, ବୌଦ୍ଧରୁ ଜଣେ, ଢେଙ୍କାନାଳରୁ ଜଣେ, ଗଜପତିରୁ ଜଣେ, ଜଗତସିଂହପୁରରୁ ୫, ଯାଜପୁରରୁ ୪, ଝାରସୁଗୁଡ଼ାରୁ ୪, କେନ୍ଦ୍ରାପଡ଼ାରୁ ୩, କେନ୍ଦୁଝରରୁ ୨, କୋରାପୁଟରୁ ଜଣେ, ମୟୂରଭଞ୍ଜରୁ ୧୧, ନୂଆପଡ଼ାରୁ ୪, ରାୟଗଡ଼ାରୁ ଜଣେ ଓ ସମ୍ବଲପୁରରୁ ୩ ଜଣ ଚିହ୍ନଟ ହୋଇଛନ୍ତି। ଷ୍ଟେଟ୍ ପୁଲ୍‌ରୁ ମଧ୍ୟ ୩ ଜଣ ଚିହ୍ନଟ ହୋଇଛନ୍ତି।

୧୧୩ଟି ନୂଆ କେସ୍ ସହିତ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୩୯,୦୭୬ରେ ପହଞ୍ଚି ଯାଇଛି। ସେମାନଙ୍କ ମଧ୍ୟରୁ ୩,୩୬,୨୦୬ ଜଣ ସୁସ୍ଥ ହୋଇସାରିଛନ୍ତି। ଏବେ ୮୯୮ ଜଣ ଚିକିତ୍ସାଧୀନ ଅଛନ୍ତି।

ସୂଚନାଯୋଗ୍ୟ, ସୋମବାର ଯେଉଁ ରିପୋର୍ଟ ଆସିଥିଲା, ସେଥିରେ ରାଜ୍ୟରେ ୧୪୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା କୁହାଯାଇଥିଲା। ସେଥିମଧ୍ୟରେ କେବଳ ଖୋର୍ଦ୍ଧା ଜିଲ୍ଲାରୁ ୩୫ ଜଣ ଥିଲେ। ଗତ କିଛି ଦିନ ଭିତରେ କଟକର ତିନୋଟି ଘରୋଇ ଅନୁଷ୍ଠାନରୁ ୪୬ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ଭୁବନେଶ୍ୱର ସ୍ଥିତ ମ୍ୟାନେଜ୍‌ମେଣ୍ଟ ଶିକ୍ଷାନୁଷ୍ଠାନ XIMBରୁ ୪୫ ଜଣ ଚିହ୍ନଟ ହୋଇଥିଲେ।

The post ରାଜ୍ୟରେ ୧୧୩ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ, ସୁନ୍ଦରଗଡ଼ରେ ସର୍ବାଧିକ appeared first on Odisha Reporter.



from Odisha Reporter https://ift.tt/2OXsWw9

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages