ବସ୍‌-ଅଟୋ ମୁହାଁମୁହିଁ ଧକ୍କା, ୧୩ ମୃତ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Monday, March 22, 2021

ବସ୍‌-ଅଟୋ ମୁହାଁମୁହିଁ ଧକ୍କା, ୧୩ ମୃତ

ଭୋପାଳ: ଏକ ବସ୍ ଓ ଅଟୋ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ୧୩ ଜଣଙ୍କ ମୃତ୍ୟୁ ଘଟିଛି। ମଧ୍ୟପ୍ରଦେଶର ଗ୍ୱାଲିଅର ଜିଲ୍ଲାର ପୁରାନୀ ଛୱାନୀରେ ଏହି ଦୁର୍ଘଟଣା ଘଟିଛି।

ମୃତକଙ୍କ ମଧ୍ୟରେ ୧୧ ଜଣ ମହିଳା ଅଛନ୍ତି। ସେମାନଙ୍କ ସହିତ ଅଟୋ ଡ୍ରାଇଭରଙ୍କର ମଧ୍ୟ ମୃତ୍ୟୁ ଘଟିଛି।

ଆଜି ସକାଳ ପ୍ରାୟ ୭ଟା ବେଳେ ଏହି ଦୁର୍ଘଟଣା ଘଟିଥିଲା। ୧୦ ଜଣଙ୍କର ଘଟଣାସ୍ଥଳରେ ମୃତ୍ୟୁ ଘଟିଥିଲା। ଏହି ସମସ୍ତ ମୃତକ ଅଟୋ ଯୋଗେ ଗୋଟିଏ କାର୍ଯ୍ୟକ୍ରମକୁ ରୋଷେଇ କରିବାକୁ ଯାଉଥିଲେ। ଅଟୋରେ କ୍ଷମତା ଠାରୁ ଅଧିକ ଜଣ ବସିଥିଲେ। ସେହିପରି ବସ୍‌ଟି ମୋରେନା ଅଭିମୁଖେ ଯାଉଥିବା ବେଳେ ଏହି ଦୁର୍ଘଟଣା ଘଟିଥିଲା।

ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଶିବରାଜ ସିଂହ ଚୌହାନ ଏହି ଘଟଣାରେ ଦୁଃଖ ପ୍ରକାଶ କରିଛନ୍ତି। ଏହା ସହିତ ସେ ମୃତକଙ୍କ ପରିବାର ଲୋକଙ୍କୁ ୪ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି।

ସୂଚନାଯୋଗ୍ୟ, ଗତ ସପ୍ତାହରେ ମଧ୍ୟପ୍ରଦେଶର ମଣ୍ଡଲା ଜିଲ୍ଲାରେ ଏକ ମିନି ଟ୍ରକ୍ ଓଲଟି ପଡ଼ିବାରୁ ୫ ଜଣଙ୍କର ମୃତ୍ୟୁ ଘଟିଥିଲା। ଏଥିରେ ୪୬ ଜଣ ଆହତ ହୋଇଥିଲେ। ଏକ ବାହାଘର ସାରି ଫେରୁଥିବା ବେଳେ ସେମାନେ ଏହି ଦୁର୍ଘଟଣାର ଶିକାର ହୋଇଥିଲେ।

The post ବସ୍‌-ଅଟୋ ମୁହାଁମୁହିଁ ଧକ୍କା, ୧୩ ମୃତ appeared first on Odisha Reporter.



from Odisha Reporter https://ift.tt/3caQRkl

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages