ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ସମଗ୍ର ଦେଶକୁ ପୁଣି ଥରେ ଥରହର କଲାଣି କରୋନା ମହାମାରୀ। ଦେଶରେ କରୋନା ଗ୍ରାଫ୍ ଉପରମୁହାଁ ଥିବା ବେଳେ ରାଜ୍ୟରେ ବି ବଢ଼ି ଚାଲିଛି ଆକ୍ରାନ୍ତଙ୍କ ସଂଖ୍ୟା। ଗତକାଲି ପରି ଆଜି ବି ରାଜ୍ୟରେ ୨୦୦ ପାର୍ ହେଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ଗତ ୨୪ ଘଣ୍ଟାରେ ରାଜ୍ୟରେ ୨୩୪ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି।
ନୂଆପଡ଼ା ଜିଲ୍ଲାରୁ ସର୍ବାଧିକ ୩୩ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ଖୋର୍ଦ୍ଧାରୁ ୩୨, କଟକରୁ ୨୯, ବରଗଡ଼ରୁ ୨୪, କଳାହାଣ୍ଡିରୁ ୧୭, ସୁନ୍ଦରଗଡ଼ ଓ ବଲାଙ୍ଗିରରୁ ୧୫ ଲେଖାଏଁ, ସମ୍ବଲପୁରରୁ ୧୧ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।
ସୂଚନାଯୋଗ୍ୟ, ଗତକାଲି ILS ନିର୍ଦ୍ଦେଶକ ଅଜୟ ପରିଡ଼ା କହିଥିଲେ, ରାଜ୍ୟରେ ପଜିଟିଭ ସଂଖ୍ୟା ୨୦୦ ପାର କରୁଥିଲେ ମଧ୍ୟ ସ୍ଥିତି ଠିକ୍ ଅଛି। ଏଥିଯୋଗୁ ଭୟଭୀତ ହେବା ଦରକାର ନାହିଁ । ସ୍ଥିତି ଗମ୍ଭୀର ନଥିଲେ ମଧ୍ୟ ହୋଲି ଭଳି ପର୍ବପର୍ବାଣୀରେ ସତର୍କ ରହିବାକୁ ସେ ପରାମର୍ଶ ଦେଇଥିଲେ।
ଅନ୍ୟପକ୍ଷରେ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁସାରେ, ଭାରତରେ ଗତ ୨୪ ଘଣ୍ଟା ଭିତରେ ୫୯ ହଜାର ୧୧୮ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିସହ ଆକ୍ରାନ୍ତଙ୍କ ସଂଖ୍ୟା ୧ କୋଟି ୧୮ ଲକ୍ଷ ୪୬ ହଜାର ୬୫୨କୁ ବୃଦ୍ଧି ପାଇଛି । ସେହିପରି ଦିନକରେ ୨୫୭ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି ।
ଆଜିର ୨୫୭କୁ ମିଶାଇ ଦେଶରେ କରୋନା ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୬୦ ହଜାର ୯୪୯ରେ ପହଞ୍ଚିଛି । ବର୍ତ୍ତମାନ ସୁଦ୍ଧା ୧ କୋଟି ୧୨ ଲକ୍ଷ ୬୪ ହଜାର ୬୩୭ ଜଣ ସୁସ୍ଥ ହୋଇଥିବା ବେଳେ ଏବେବି ଆକ୍ଟିଭ କେସ୍ ରହିଛି ୪ ଲକ୍ଷ ୨୧ ହଜାର ୬୬ ରହିଛି। ଆଜି ସୁଦ୍ଧା ସମଗ୍ର ଦେଶରେ ୫ କୋଟି ୫୫ ଲକ୍ଷ ୪ ହଜାର ୪୪୦ ଜଣ ଟିକା ନେଇସାରିଲେଣି ।
The post ଆଜି ବି ୨ଶହ ପାର୍ କଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା appeared first on Odisha Reporter.
from Odisha Reporter https://ift.tt/3w0ORTT
No comments:
Post a Comment