ଆଜି ସବୁ ସ୍କୁଲ, କଲେଜ ବନ୍ଦ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, March 4, 2021

ଆଜି ସବୁ ସ୍କୁଲ, କଲେଜ ବନ୍ଦ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ପଞ୍ଚାୟତିରାଜ ଦିବସ ଉପଲକ୍ଷେ ଆଜି ସବୁ ସ୍କୁଲ ଓ ଜୁନିୟର କଲେଜ ବନ୍ଦ ରଖିବାକୁ ନିଷ୍ପତି ନେଇଛନ୍ତି ସରକାର । ଏନେଇ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ସୂଚନା ଦେଇଛନ୍ତି । ସେପଟେ ଆଜି ଡିଗ୍ରୀ କଲେଜ ଓ ବିଶ୍ୱବିଦ୍ୟାଳୟ ମଧ୍ୟ ଛୁଟି ଘୋଷଣା କରାଯାଇଛି  ।

ପଞ୍ଚାୟତିରାଜ ଦିବସ ପାଇଁ ରାଜ୍ୟର ସମସ୍ତ ବିଶ୍ୱବିଦ୍ୟାଳୟ, ଉଚ୍ଚ ଶିକ୍ଷା ଅଧୀନ ସମସ୍ତ ଡିଗ୍ରୀ କଲେଜ ଛୁଟି ରହିବ । ଆଜିର ଛୁଟି ପାଇଁ ଉଚ୍ଚ ଶିକ୍ଷା ବିଭାଗ ପକ୍ଷରୁ ନିର୍ଦ୍ଦେଶନାମା ଜାରି କରାଯାଇଛି। ଉଚ୍ଚଶିକ୍ଷା ବିଭାଗ ଅଧୀନରେ  ଥିବା ସମସ୍ତ ବିଶ୍ୱବିଦ୍ୟାଳୟ କୁଳପତି ଓ ସରକାରୀ ଡିଗ୍ରୀ କଲେଜ ଅଧ୍ୟକ୍ଷ ଏ ଦିଗରେ ପଦକ୍ଷେପ ନେବାକୁ ବିଭାଗୀୟ ସଚିବ ଶାଶ୍ୱତ ମିଶ୍ର ଚିଠି ଲେଖି ଅବଗତ କରାଇଛନ୍ତି।

ସୂଚନାଯୋଗ୍ୟ,  ଏବେ କେବଳ ନବମରୁ ଦ୍ୱାଦଶ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ପାଠପଢ଼ା ଚାଲିଥିବା ବେଳେ ଅନ୍ୟ ସବୁ କ୍ଲାସ ବନ୍ଦ ରହିଛି। ତେଣୁ ଶୁକ୍ରବାର ଛୁଟି ଘୋଷଣା ହେବା ଯୋଗୁ ରାଜ୍ୟର ସମସ୍ତ ସ୍କୁଲ ବନ୍ଦ ରହିବ।

The post ଆଜି ସବୁ ସ୍କୁଲ, କଲେଜ ବନ୍ଦ appeared first on Odisha Reporter.



from Odisha Reporter https://ift.tt/3rhTdmI

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages