ରାଜ୍ୟରେ ବଢ଼ିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା, ଗୋଟିଏ ଦିନରେ ୧୪୬ ଚିହ୍ନଟ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Monday, March 22, 2021

ରାଜ୍ୟରେ ବଢ଼ିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା, ଗୋଟିଏ ଦିନରେ ୧୪୬ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ପୁଣି ବଢ଼ିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ଆଜି ଆସିଥିବା ରିପୋର୍ଟ ଅନୁଯାୟୀ, ଗତ ୨୪ ଘଣ୍ଟାରେ ରାଜ୍ୟରେ ୧୪୬ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୮୭ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୫୯ଟି ହେଉଛି ଲୋକାଲ୍ କେସ୍‌।

୧୯ଟି ଜିଲ୍ଲା ଓ ଷ୍ଟେଟ୍‌ ପୁଲ୍‌ରୁ ଏହି ୧୪୬ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩୫ ଜଣ ଚିହ୍ନଟ ହୋଇଛନ୍ତି। ଏହା ତଳକୁ ରହିଛି କଟକ। ଏହି ଜିଲ୍ଲାରୁ ୨୫ ଜଣ ଚିହ୍ନଟ ହୋଇଛନ୍ତି।

ଅନୁଗୋଳ ଜିଲ୍ଲାରୁ ୩ ଜଣ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୪, ବରଗଡ଼ରୁ ୩, ବଲାଙ୍ଗିରରୁ ୯, ଗଞ୍ଜାମରୁ ୫, ଜଗତସିଂହପୁରରୁ ୩, ଯାଜପୁରରୁ ୪, ଝାରସୁଗୁଡ଼ାରୁ ଜଣେ, କଳାହାଣ୍ଡିରୁ ୨, କେନ୍ଦ୍ରାପଡ଼ାରୁ ଜଣେ, ମୟୂରଭଞ୍ଜରୁ ୧୩, ନବରଙ୍ଗପୁରରୁ ଜଣେ, ନୂଆପଡ଼ାରୁ ୧୨, ପୁରୀରୁ ୨, ରାୟଗଡ଼ାରୁ ୨, ସମ୍ବଲପୁରରୁ ଜଣେ ଓ ସୁନ୍ଦରଗଡ଼ରୁ ୧୨ ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଷ୍ଟେଟ୍‌ ପୁଲ୍‌ରୁ ୮ ଜଣ ଚିହ୍ନଟ ହୋଇଛନ୍ତି।

୧୪୬ଟି ନୂଆ କେସ୍ ସହିତ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୩୮,୯୬୩ରେ ପହଞ୍ଚଛି। ସେମାନଙ୍କ ମଧ୍ୟରୁ ୩,୩୬,୧୨୪ ଜଣ ସୁସ୍ଥ ହୋଇସାରିଛନ୍ତି। ୮୬୭ ଜଣ ଏବେ ଚିକିତ୍ସାଧୀନ ଅଛନ୍ତି।

ସୂଚନାଯୋଗ୍ୟ, ଭୁବନେଶ୍ୱର ସ୍ଥିତ XIMBରୁ ବହୁ ସଂଖ୍ୟାରେ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ବିଏମ୍ସି ଏହାକୁ ସିଲ୍ କରି ଦେଇଛି।

The post ରାଜ୍ୟରେ ବଢ଼ିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା, ଗୋଟିଏ ଦିନରେ ୧୪୬ ଚିହ୍ନଟ appeared first on Odisha Reporter.



from Odisha Reporter https://ift.tt/3s8Y0Yh

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages