ବିଜେପି ସାଂସଦଙ୍କ ଝୁଲନ୍ତା ମୃତଦେହ ଠାବ, ଆତ୍ମହତ୍ୟା ସନ୍ଦେହ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, March 16, 2021

ବିଜେପି ସାଂସଦଙ୍କ ଝୁଲନ୍ତା ମୃତଦେହ ଠାବ, ଆତ୍ମହତ୍ୟା ସନ୍ଦେହ

ନୂଆଦିଲ୍ଲୀ: ବିଜେପି ସାଂସଦଙ୍କ ଝୁଲନ୍ତା ମୃତେଦହ ଉଦ୍ଧାର। ହିମାଚଳ ପ୍ରଦେଶ ମଣ୍ଡିର ବିଜେପି ସାଂସଦ ରାମସ୍ୱରୂପ ଶର୍ମାଙ୍କ ସନ୍ଦେହଜନକ ଅବସ୍ଥାରେ ମୃତ୍ୟୁ ହୋଇଛି। ଦିଲ୍ଲୀ ସ୍ଥିତ ଗୋମତି ଆପାର୍ଟମେଣ୍ଟରୁ ଝୁଲନ୍ତା ଅବସ୍ଥାରେ ତାଙ୍କ ମୃତ ଦେହ ଉଦ୍ଧାର କରାଯାଇଛି। ସେ ଆତ୍ମହତ୍ୟା କରିଥିବା ନେଇ ସନ୍ଦେହ କରଯାଉଛି। ବର୍ତ୍ତମାନ ପର୍ଯ୍ୟନ୍ତ ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି । ପୁଲିସ ଘଟଣାସ୍ଥଳ ପହଞ୍ଚି ଛାନ୍‌ଭିନ୍‌ ଆରମ୍ଭ କରିଛି। ସେପଟେ ସାଂସଦଙ୍କ ମୃତ୍ୟୁ ପରେ ବିଜେପିର ଆଜିର ସଂସଦୀୟ ଦଳ ବୈଠକ ରଦ୍ଦ କରାଯାଇଛି।

ଖବର ଅନୁଯାୟୀ,  ୬୨ ବର୍ଷୀୟ ସାଂସଦ ରାମସ୍ୱରୁପ ଶର୍ମା ନିଜ ରୁମ୍ ଭିତରେ ବେକରେ ଫାଶି ଲଗାଇ ଆତ୍ମହତ୍ୟା କରିଛନ୍ତି । ଦୀର୍ଘ ଦିନ ହେବ ସେ ଅସୁସ୍ଥ ଥିଲେ। ମିଳିଥିବା ସୂଚନା ମୁତାବକ ପ୍ରତିଦିନ ସକାଳ ୬ଟା କିମ୍ବା ସାଢ଼େ ୬ଟାରେ ସାଂସଦ ଉଠି ଯାଉଥିଲେ କିନ୍ତୁ ଆଜି ସାଢ଼େ ୬ଟା ହେବା ପରେ ମଧ୍ୟ ସେ ଉଠିନଥିଲେ। ଏହାରେ ତାଙ୍କ ପିଏ କଣ୍ଟ୍ରୋଲ ରୁମ୍‌କୁ ଫୋନ କରି ଜଣାଇଥିଲେ।

ପରେ ପୁଲିସ ଘଟଣାସ୍ଥଳରେ ପହଞ୍ଚି କବାଟ ଭାଙ୍ଗି ଭିତରେ  ରୁମ୍‌ ଭିତରେ ପ‌ଶିବା ପରେ  ସାଂସଦଙ୍କ  ମୃତଦେହ ଫ୍ୟାନ୍‌ରେ ଝୁଲୁଥିବା ଦେଖିବାକୁ ମିଳିଥିଲା। ପରେ ତାଙ୍କୁ ଉଦ୍ଧାର କରାଯାଇ ସେଠାରୁ ମେଡିକାଲକୁ ନେଇଥିଲା । ସେଠାରେ ଡାକ୍ତର ତାଙ୍କୁ ମୃତ୍ୟୁ ଘୋଷଣା କରିଛନ୍ତି। ତେବେ ବର୍ତ୍ତମାନ ପର୍ଯ୍ୟନ୍ତ ମୃତ୍ୟୁର କାରଣ ଅସ୍ପଷ୍ଟ ରହିଥିବା ବେଳେ କୌଣସି ସୁଇସାଇଡ଼୍‌ ନୋଟ ଘଟଣାସ୍ଥଳରୁ ମିଳିନଥିବା ସୂଚନା ମିଳିଛି।

ତେବେ ସାଂସଦଙ୍କ ମୃତ୍ୟୁ ପରେ ବିଜେପିର ସଂସଦୀୟ ଦଳ ବୈଠକ ବାତିଲ ହୋଇଥିବାର ସୂଚନା ରହିଛି । ସେପଟେ ଅର୍ଥ ରାଷ୍ଟ୍ରମନ୍ତ୍ରୀ ଅନୁରାଗ ଠାକୁର ରାମସ୍ୱରୁପଙ୍କ ମୃତ୍ୟୁ ଖବର ପାଇ ତାଙ୍କ ଦିଲ୍ଲୀ ସ୍ଥିତ ବାସଭବନରେ ପହଞ୍ଚିଛନ୍ତି ।

ସୂଚନାଯୋଗ୍ୟ ଯେ, ହିମାଚଳ ପ୍ରଦେଶର ମଣ୍ଡି ଲୋକସଭା ଆସନରୁ ଦୁଇ ଦୁଇ ସାଂସଦ ଭାବେ ନିର୍ବାଚନ ହୋଇଛନ୍ତି ରାମସ୍ୱରୁପ ଶର୍ମା । ପ୍ରଥମେ ୨୦୧୪ ପରେ ୨୦୧୯ରେ ମଣ୍ଡି ଲୋକସଭା ଆସନରୁ ନିର୍ବାଚନ ଲଢ଼ି  ଲଗାତର ଦ୍ୱିତୀୟ ଥର ପାଇଁ ସାଂସଦ ଭାବେ ନିର୍ବାଚିତ ହୋଇଥିଲେ ରାମସ୍ୱରୁପ ଶର୍ମା । ସେ ଦୀର୍ଘ ଦିନ ହେବ ରାଷ୍ଟ୍ରୀୟ ସ୍ୱଂୟ ସେବା ସଂଘ ସହ ମଧ୍ୟ ଜଡିତ ଥିଲେ । ସାଂସଦ ହେବା ପୂର୍ବରୁ ସେ ମଣ୍ଡି ଜିଲ୍ଲାର ବିଜେପି ସଚିବ ଏବଂ ପରେ ହିମାଚଳ ପ୍ରେଦଶର ବିଜେପି ସଚିବ ଥିଲେ।  ତେବେ ହଠାତ୍‌ ତାଙ୍କର ଏପରି ମୃତ୍ୟୁ ନେଇ ଅନେକ ସନ୍ଦେହ ସୃଷ୍ଟି କରୁଛି ।

 

The post ବିଜେପି ସାଂସଦଙ୍କ ଝୁଲନ୍ତା ମୃତଦେହ ଠାବ, ଆତ୍ମହତ୍ୟା ସନ୍ଦେହ appeared first on Odisha Reporter.



from Odisha Reporter https://ift.tt/3vA9iH6

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages