ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ପୁଣି ଉପରମୁହାଁ ହେଲାଣି ମହାମାରୀ କରୋନା। ଧୀରେ ଧୀରେ ବଢ଼ିଚାଲିଛି ଆକ୍ରାନ୍ତଙ୍କ ସଂଖ୍ୟା। ଗତ ୨୪ ଘଣ୍ଟାରେ ୨୦୮ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୨୨ ଜଣ କ୍ୱାରେଣ୍ଟାଇନ୍ରେ ରହିଥିବା ବେଳେ ୮୬ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି । ସେହିପରି କରୋନାରେ ଆକ୍ରାନ୍ତ ହୋଇ ଜଣେ ପ୍ରାଣ ହରାଇଛନ୍ତି। ମୃତକ ଜଣକ କଳାହାଣ୍ଡିର ବୋଲି ଜଣାପଡିଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ଟୁଇଟ କରି ସୂଚନା ଦେଇଛି।
ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରେ ସବୁଠୁ ଆଗରେ ରହିଛି ନୂଆପଡା। ଜିଲ୍ଲାରୁ ସର୍ବାଧିକ ୩୬ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେହିପରି ଖୋର୍ଦ୍ଧା ଜିଲ୍ଲା ଦ୍ୱିତୀୟ ସ୍ଥାନରେ ରହିଛି। ଖୋର୍ଦ୍ଧା ଜିଲ୍ଲାରୁ ୩୩ଟି ନୂଆ ମାମଲା ସାମ୍ନାକୁ ଆସିଛି।
ସେହିପରି ଅନୁଗୁଳ ଜିଲ୍ଲାରୁ ୩ଜଣ, ବାଲେଶ୍ୱର ଜିଲ୍ଲାରୁ ୮ଜଣ, ବରଗଡ଼ ଜିଲ୍ଲାରୁ ୨୨ଜଣ, ବଲାଙ୍ଗୀର ଜିଲ୍ଲାରୁ ୪ଜଣ, ବୌଦ୍ଧ ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୧୫ଜଣ, ଗଞ୍ଜାମ ଜିଲ୍ଲାରୁ ୩ଜଣ, ଯାଜପୁର ଜିଲ୍ଲାରୁ ୮ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୧୧ଜଣ, କଳାହାଣ୍ଡି ଜିଲ୍ଲାରୁ ୨୨ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୩ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୯ଜଣ, ନବରଙ୍ଗପୁର ଜିଲ୍ଲାରୁ ଜଣେ, ପୁରୀ ଜିଲ୍ଲାରୁ ୯ଜଣ, ରାୟଗଡ଼ା ଜିଲ୍ଲାରୁ ଜଣେ, ସମ୍ବଲପୁର ଜିଲ୍ଲାରୁ ୫ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୭ଜଣ, ଷ୍ଟେଟ ପୁଲରୁ ୭ଜଣ ରହିଛନ୍ତି ।
ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୪୦୪୦୨ରେ ପହଞ୍ଚିଛି । ଏଥି ମଧ୍ୟରୁ ୧୭୩୭ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୩୩୬୬୯୧ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ସେହିପରି ମୋଟ ୧୯୨୧ ଜଣ କରୋନାରେ ଆକ୍ରାନ୍ତ ହୋଇ ପ୍ରାଣ ହରାଇଛନ୍ତି।
Covid-19 Report For 28th March
New positive Cases: 208
In quarantine: 122
Local contacts: 86(Details of local contacts will be shared by concerned District Administration)
District Wise Cases:
1. Angul: 3
2. Balasore: 8
3. Bargarh: 22
4. Balangir: 4
5. Boudh: 1— I & PR Department, Odisha (@IPR_Odisha) March 29, 2021
18. Sambalpur: 5
19. Sundargarh: 7
20. State Pool: 7New recoveries: 120
Cumulative tested: 9001450
Positive: 340402
Recovered: 336691
Active cases: 1737— I & PR Department, Odisha (@IPR_Odisha) March 29, 2021
The post ରାଜ୍ୟରେ ଦିନକରେ ୨ଶହ ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା, ଜଣେ ମୃତ appeared first on Odisha Reporter.
from Odisha Reporter https://ift.tt/2QM9DGK
No comments:
Post a Comment