‘ତିରୁପତି’ ବସ୍‌କୁ ପିଟିଲା ଟ୍ରକ୍‌ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, March 25, 2021

‘ତିରୁପତି’ ବସ୍‌କୁ ପିଟିଲା ଟ୍ରକ୍‌

ବୌଦ୍ଧ(ଭାର୍ଜନ କୁମାର ପ୍ରଧାନ): ଗତକାଲି ବିଳମ୍ବିତ ରାତିରେ ବୌଦ୍ଧ ଜିଲ୍ଲା ସଦର ଥାନା ୫୭ ନମ୍ବର ଜାତୀୟ ରାଜପଥ ଖଜୁରୀପଡା ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ବସ୍‌-ଟ୍ରକ୍‌ ମୁହାଁମୁହିଁ ଧକ୍କା ହେବାରୁ ୧୦ ଯାତ୍ରୀ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୩ ଜଣଙ୍କ ଅବସ୍ଥା ଗୁରୁତର ଅଛି।

ସୂଚନାଯୋଗ୍ୟ, ‘ତିରୁପତି’ ନାମକ  ବସ୍‌ ଗତକାଲି ଭୁବନେଶ୍ୱରରୁ ଭବାନୀପାଟଣା ଯାଉଥିଲା।  ବିଳମ୍ବିତ ରାତି ପ୍ରାୟ ୩ଟାରେ ବସ୍‌ଟି  57ନମ୍ବର ଜାତୀୟ ରାଜପଥ ଖଜୁରୀପଡା ଅତିକ୍ରମ କରୁଥିଲା। ଏହି ସମୟରେ ବିପରୀତ ଦିଗରୁ ଆସୁଥିବା ଟ୍ରକ୍‌ ସହ ବସ୍‌ର ମୁହାଁମୁହିଁ ଧକ୍କା ହୋଇଥିଲା।

ଖବର ପାଇ ପୁଲିସ୍‌ ପହଞ୍ଚି ଆହତମାନଙ୍କୁ ବୌଦ୍ଧ ଜିଲ୍ଲା ମୁଖ୍ୟ ଡାକ୍ତରଖାନାରେ ଭର୍ତ୍ତି କରିଛି।

The post ‘ତିରୁପତି’ ବସ୍‌କୁ ପିଟିଲା ଟ୍ରକ୍‌ appeared first on Odisha Reporter.



from Odisha Reporter https://ift.tt/3tW5H4p

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages