ଆଜି ଦାୟିତ୍ୱ ନେବେ ସୌମେନ୍ଦ୍ର ପ୍ରିୟଦର୍ଶୀ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Monday, March 8, 2021

ଆଜି ଦାୟିତ୍ୱ ନେବେ ସୌମେନ୍ଦ୍ର ପ୍ରିୟଦର୍ଶୀ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଟୁଇନ୍ ସିଟିର ନୂଆ ପୁଲିସ କମିଶନର ଭାବେ ଆଜି ଦାୟିତ୍ୱ ନେବେ ସୌମେନ୍ଦ୍ର ପ୍ରିୟଦର୍ଶୀ। କ୍ରାଇମବ୍ରାଞ୍ଚର ଏଡିଜି ଥିବା ୧୯୯୫ ବ୍ୟାଚ୍ର ଏହି ଆଇପିଏସ ଅଫିସରଙ୍କୁ ରାଜ୍ୟ ସରକାର ଗତକାଲି କଟକ-ଭୁବନେଶ୍ୱର କମିଶନରେଟ୍  ପୁଲିସର ନୂଆ କମିଶନର ଭାବେ ନିଯୁକ୍ତ କରିଛନ୍ତି।  ସରକାର ଏତେ ବଡ଼ ବିଶ୍ୱାସ ରଖି ଦାୟିତ୍ୱ ଦେଇଛନ୍ତି, ଦାୟିତ୍ୱ ସଂପାଦନ ପାଇଁ ଆପ୍ରାଣ ଉଦ୍ୟମ କରିବି। ଟୁଇନ୍ ସିଟିର ନୂଆ ପୁଲିସ କମିଶନର ନିଯୁକ୍ତ ହେବା ପରେ ଏଭଳି ପ୍ରତିକ୍ରିୟା ଦେଇଛନ୍ତି ସୌମେନ୍ଦ୍ର ପ୍ରିୟଦର୍ଶୀ।

ସେପଟେ ସୌମେନ୍ଦ୍ର ପ୍ରିୟଦର୍ଶୀ ନୂଆ ପୁଲିସ କମିଶନର ଭାବେ ନିଯୁକ୍ତ ହେବା ପରେ ପଦ ଛାଡ଼ିଛନ୍ତି ସିପି ସୁଧାଂଶୁ ଷଡ଼ଙ୍ଗୀ। ପୁଲିସ କମିଶନର ପଦରେ ରହି ସେବା କରିବାର ସୁଯୋଗ ମିଳିଥିବାରୁ ସେ ସରକାରଙ୍କୁ ଧନ୍ୟବାଦ ଦେଇଛନ୍ତି । ଏଥିସହ କୋଭିଡ୍ ସମୟରେ ଚ୍ୟାଲେଞ୍ଜପୂର୍ଣ୍ଣ ସମୟକୁ ମନେ ପକାଇ ତାହା ତାଙ୍କୁ ସନ୍ତୁଷ୍ଟି ଦେଇଥିବା ଉଲ୍ଲେଖ କରିଛନ୍ତି ସୁଧାଂଶୁ ଷଡ଼ଙ୍ଗୀ।

୧୯୯୦ ବ୍ୟାଚ୍‌ର ଆଇପିଏସ୍ ଅଫିସର ସୁଧାଂଶୁ ଷଡ଼ଙ୍ଗୀଙ୍କୁ ପୁଲିସ ଗୃହ ନିର୍ମାଣ ନିଗମର ସିଏମ୍‌ଡି ଭାବେ ନୂଆ ନିଯୁକ୍ତି ମିଳିଛି। ସେହିଭଳି ପୁଲିସ ଗୃହ ନିର୍ମାଣ ନିଗମର ସିଏମଡି ଥିବା ୧୯୮୮ ବ୍ୟାଚର ଆଇପିଏସ ଅଫିସର ଏମ୍. ଅକ୍ଷୟଙ୍କୁ ଡିଜି ଫାୟାର ସର୍ଭିସ ଓ ହୋମ୍ ଗାର୍ଡ ଭାବେ ନିଯୁକ୍ତି ମିଳିଛି।

The post ଆଜି ଦାୟିତ୍ୱ ନେବେ ସୌମେନ୍ଦ୍ର ପ୍ରିୟଦର୍ଶୀ appeared first on Odisha Reporter.



from Odisha Reporter https://ift.tt/3el5uTO

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages