ରାଜ୍ୟରେ ୩ଶହ ପାଖାପାଖି ପଜିଟିଭି ସଂଖ୍ୟା, ଖୋର୍ଦ୍ଧାରେ ଆହୁରି ବଢ଼ିଲା - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, March 28, 2021

ରାଜ୍ୟରେ ୩ଶହ ପାଖାପାଖି ପଜିଟିଭି ସଂଖ୍ୟା, ଖୋର୍ଦ୍ଧାରେ ଆହୁରି ବଢ଼ିଲା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଦେଶରେ ପୁଣି କରୋନାର କୋପ ବଢ଼ିଥିବା ବେଳେ ଓଡ଼ିଶା ବି ସେଥିରୁ ବାଦ୍ ପଡ଼ିନି। ଆଜିକୁ ମିଶାଇ ଚାରି ଦିନ ହେଲାଣି ରାଜ୍ୟରେ ଦୈନିକ ୨ ଶହରୁ ଅଧିକ କରୋନା ପଜିଟିଭ୍ ଚିହ୍ନଟ ହେଉଛନ୍ତି। ଆଜି ଆସିଥିବା ରିପୋର୍ଟ ଅନୁଯାୟୀ, ଗତ ୨୪ ଘଣ୍ଟାରେ ଏହି ସଂଖ୍ୟା ୨୯୦ ରହିଛି। ଏହି ୨୯୦ ଆକ୍ରାନ୍ତଙ୍କ ମଧ୍ୟରୁ ୧୭୧ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୧୧୯ଟି ହେଉଛଇ ଲୋକାଲ୍ କେସ୍‌।

ଗତକାଲି ପରି ଆଜି ବି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତକାଲି ଏହି ଜିଲ୍ଲାରୁ ୫୧ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ଏହି ସଂଖ୍ୟା ୭୧ରେ ପହଞ୍ଚିଛି। ନୂଆପଡ଼ା ଦ୍ୱିତୀୟ ସ୍ଥାନରେ ଅଛି। ଏହି ଜିଲ୍ଲାରୁ ୪୦ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

ଅନୁଗୋଳ ଜିଲ୍ଲାରୁ ୧୦ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୬, ବରଗଡ଼ରୁ ୧୫, ଭଦ୍ରକରୁ ୬, ବଲାଙ୍ଗିରରୁ ୯, କଟକରୁ ୧୬, ଦେବଗଡ଼ରୁ ଜଣେ, ଢେଙ୍କାନାଳରୁ ଜଣେ, ଗଞ୍ଜାମରୁ ୭, ଜଗତସିଂହପୁରରୁ ୩, ଯାଜପୁରରୁ ୫, ଝାରସୁଗୁଡ଼ାରୁ ୨୧, କଳାହାଣ୍ଡିରୁ ୯, କୋରାପୁଟରୁ ୨, ମୟୂରଭଞ୍ଜରୁ ୧୦, ପୁରୀରୁ ୬, ରାୟଗଡ଼ାରୁ ୯, ସମ୍ବଲପୁରରୁ ୧୧, ସୋନପୁରରୁ ୨ ଓ ସୁନ୍ଦରଗଡ଼ରୁ ୧୪ ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଷ୍ଟେଟ୍‌ ପୁଲ୍‌ରୁ ୧୬ ଜଣ ଚିହ୍ନଟ ହୋଇଛନ୍ତି।

୨୯୦ଟି ନୂଆ କେସ୍ ସହିତ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩, ୪୦,୧୯୪ରେ ପହଞ୍ଚିଥିବା ବେଳେ ସେମାନଙ୍କ ମଧ୍ୟରୁ  ୩,୩୬,୫୭୧ ଜଣ ସୁସ୍ଥ ହୋଇସାରିଛନ୍ତି। ରାଜ୍ୟରେ ଏବେ ୧୬୫୦ଟି ଆକ୍ଟିଭ କେସ୍‌ ରହିଛି ଅର୍ଥାତ୍ ସେମାନେ ଚିକିତ୍ସାଧୀନ ଅଛନ୍ତି। ସେହିପରି ରାଜ୍ୟରେ ଏଯାବତ୍ କରୋନାରେ ୧୯୨୦ ଜଣଙ୍କ ମୃତ୍ୟୁ ଘଟିଛି।

ସୂଚନାଯୋଗ୍ୟ, ଗତ ୨୪ ଘଣ୍ଟାରେ ଦେଶରୁ ୬୨, ୭୧୪ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ଏହି ସମୟ ମଧ୍ୟରେ ଆଉ ୩୧୨ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଏହି ସୂଚନା ଦିଆଯାଇଛି।

The post ରାଜ୍ୟରେ ୩ଶହ ପାଖାପାଖି ପଜିଟିଭି ସଂଖ୍ୟା, ଖୋର୍ଦ୍ଧାରେ ଆହୁରି ବଢ଼ିଲା appeared first on Odisha Reporter.



from Odisha Reporter https://ift.tt/2PEypaY

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages