ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର) ରାଜ୍ୟରେ ଅସହ୍ୟ ହେଲାଣି ତାତି। ଗତକାଲି ୧୫ଟି ସହରର ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିଥିଲା। ୪୨.୨ ଡିଗ୍ରୀ ସହ ସବୁଠୁ ଉତପ୍ତ ସହର ପାଲଟିଛି ଟିଟିଲାଗଡ଼। ବାରିପଦାରେ ପାରଦ ୪୨ ଡିଗ୍ରୀ ଥିବା ବେଳେ ବଲାଙ୍ଗିର ୪୧.୫, ଝାରସୁଗୁଡ଼ା ୪୧.୨, ହୀରାକୁଦ ୪୧.୧ ଡିଗ୍ରୀ ଥିଲା। ରାଜଧାନୀ ଭୁବନେଶ୍ୱରରେ ପାରଦ ଥିଲା ୪୦.୫ ଡିଗ୍ରୀ ।
ଆସନ୍ତା ୪୮ ଘଣ୍ଟା ଭିତରେ ଆହୁରି ୨ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ବଢ଼ିପାରେ ବୋଲି ପାଣିପାଗ ବିଭାଗ ସୂଚନା ଦେଇଛି। ବଲାଙ୍ଗିର ଓ ସୋନପୁରକୁ ହିଟ୍ ୱେଭ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି।
ଅନ୍ୟପଟେ ବଙ୍ଗୋପସାଗରେ ଲଘୁଚାପ ସମ୍ଭାବନା ଦକ୍ଷିଣପୂର୍ବ ବଙ୍ଗୋପସାଗର ଉପରେ ଏକ ଘୁର୍ଣ୍ଣିବଳୟ ସୃଷ୍ଟି ହୋଇଥିବାରୁ ଏହାର ପ୍ରଭାବରେ ଆସନ୍ତା ୪୮ ଘଣ୍ଟାରେ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା ରହିଛି। ଏହି ଘୂର୍ଣ୍ଣିବଳୟ ପରବର୍ତ୍ତୀ ୨୪ ଘଣ୍ଟାରେ ଅଧିକ ଘନୀଭୂତ ହେବା ଆଶଙ୍କା କରାଯାଉଥିବା ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି । ଏହାର ପ୍ରଭାବରେ ବଙ୍ଗୋପ ସାଗର ଓ ଆଣ୍ଡାମାନ ସାଗର ଉପରେ ପାଗ ମେଘୁଆ ରହିବ। ଆକାଶ ବାଦଲରେ ଆଛାଦିତ ହେବ ବୋଲି ଅନୁମାନ କରାଯାଇଛି । ସେହିପରି ଆରବ ସାଗର ଉପରେ ଘୂର୍ଣ୍ଣି ବଳୟ ସୃଷ୍ଟି ସମ୍ଭାବନା ଦେଖାଦେଇଛି ।
The post ଆସନ୍ତା ୪୮ ଘଣ୍ଟାରେ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା appeared first on Odisha Reporter.
from Odisha Reporter https://ift.tt/3rA8WNh
No comments:
Post a Comment