ଚୁରମାର ହେଲା ସ୍ୱପ୍ନ ; ଟୁଇନ ସିଟିରେ ଗଡ଼ିବନି ମେଟ୍ରୋ ଟ୍ରେନ୍‌ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, March 30, 2021

ଚୁରମାର ହେଲା ସ୍ୱପ୍ନ ; ଟୁଇନ ସିଟିରେ ଗଡ଼ିବନି ମେଟ୍ରୋ ଟ୍ରେନ୍‌

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଭୁବନେଶ୍ୱର-କଟକ ମେଟ୍ରୋ ସ୍ୱପ୍ନକୁ ଝଟକା। ୨୦୪୧ ଭିତରେ ଭୁବନେଶ୍ୱର-କଟକ ମଧ୍ୟରେ ମେଟ୍ରୋ ଟ୍ରେନ୍ ଗଡ଼ିବାର ସମ୍ଭାବନା କ୍ଷୀଣ । ବିଧାନସଭା ପ୍ରଶ୍ନୋତ୍ତର କାଳରେ ଆଜି ଏହି ମର୍ମରେ ଗୃହକୁ ସୂଚନା ଦେଇଛନ୍ତି ନଗର ଉନ୍ନୟନ ମନ୍ତ୍ରୀ ପ୍ରତାପ ଜେନା ।

ଏସଂପର୍କିତ ପ୍ରଶ୍ନର ଉତ୍ତରରେ ମନ୍ତ୍ରୀ କହିଛନ୍ତି ଭୁବନେଶ୍ୱର ଓ କଟକରେ ମେଟ୍ରୋ ଟ୍ରେନ୍ ଚାଲିବା ପାଇଁ ରାଜ୍ୟ ସରକାରଙ୍କ କୌଣସି ପ୍ରସ୍ତାବ ନାହିଁ।  ଭୁବନେଶ୍ୱର-କଟକରେ ମେଟ୍ରୋ ଟ୍ରେନ ଚାଲିବା ପାଇଁ ଭାରତ ସରକାର ଓ ରାଜ୍ୟ ସରକାରଙ୍କ ମିଳିତ ଉଦ୍ୟମରେ ଏକ ସର୍ଭେ କରାଯାଇଥିଲା । ଯେଉଁଥିରେ କି ୨୦୪୧ ପର୍ଯ୍ୟନ୍ତ ଟୁଇନ ସିଟିରେ ମେଟ୍ରୋ ରେଳ ଗଡ଼ିପାରିବନି ବୋଲି ସର୍ଭେ ରିପୋର୍ଟରୁ ଜଣାପଡିଛି।

ଜନସଂଖ୍ୟା ଆଧାରରେ ସର୍ଭେ ଅନୁଯାୟୀ ଫିଜିବିଲିଟି ନଥିବାରୁ ଏହାକୁ ଆଗକୁ ବଢା ଯାଇ ପାରୁନି ବୋଲି ମନ୍ତ୍ରୀ କହିଛନ୍ତି । ତେବେ ସଦସ୍ୟଙ୍କ ଦାବି ପରେ ପୁଣିଥରେ ସର୍ଭେ ପାଇଁ କେନ୍ଦ୍ର ପାଖରେ ଦାବି ହେବ।  ଏଥିରେ କଟକରୁ ଚଣ୍ଡିଖୋଲ ଓ ଭୁବନେଶ୍ୱରରୁ ପୁରୀ ପର୍ଯ୍ୟନ୍ତ ଏହାକୁ ସମ୍ପ୍ରସାରଣ କରିବାର ପ୍ରସ୍ତାବ ରହିବ ବୋଲି ମନ୍ତ୍ରୀ ସୂଚନା ଦେଇଛନ୍ତି।

The post ଚୁରମାର ହେଲା ସ୍ୱପ୍ନ ; ଟୁଇନ ସିଟିରେ ଗଡ଼ିବନି ମେଟ୍ରୋ ଟ୍ରେନ୍‌ appeared first on Odisha Reporter.



from Odisha Reporter https://ift.tt/31vxTPp

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages