ରାଜ୍ୟରେ ୨ଶହ ପାର୍‌ କଲା ପଜିଟିଭ ସଂଖ୍ୟା, ଖୋର୍ଦ୍ଧାରେ ସର୍ବାଧିକ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, March 24, 2021

ରାଜ୍ୟରେ ୨ଶହ ପାର୍‌ କଲା ପଜିଟିଭ ସଂଖ୍ୟା, ଖୋର୍ଦ୍ଧାରେ ସର୍ବାଧିକ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ ଦିନକୁ ଦିନ ବଢୁଛି କରୋନା ସଂକ୍ରମଣ ।  ଆଜି ରାଜ୍ୟରେ ଦୈନିକ ସଂକ୍ରମଣ ୨୦୦ପାର କରିଛି । ରାଜ୍ୟରେ ୨୪ ଘଣ୍ଟାରେ ୨୧୪ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି।  ୨୧୪ ପଜିଟିଭ୍ ମଧ୍ୟରୁ କ୍ୱାରେଣ୍ଟାଇନ୍‌ରୁ ୧୨୬ ଓ ଲୋକାଲ୍ କେସ ୮ଟି ରହିଛି। ସେଥିମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରେ ସର୍ବାଧିକ ୩୩ ଜଣ ଚିହ୍ନଟ ହୋଇଛନ୍ତି ।

ରାଜ୍ୟରେ ସମୁଦାୟ ୩୦ ହଜାର ୭୨୯ ନମୁନା ପରୀକ୍ଷଣରୁ ୨୧୪ ପଜିଟିଭ ଚିହ୍ନଟ ହୋଇଛନ୍ତି। ସୁନ୍ଦରଗଡ଼ ଜିଲ୍ଲାରୁ ୨୭, ବଲାଙ୍ଗିର ଓ କଟକରୁ ୨୦ ଲେଖାଏଁ ଚିହ୍ନଟ ହୋଇଛନ୍ତି । ବରଗଡ଼ରୁ ୧୩ ଓ ବାଲେଶ୍ୱରରୁ ୧୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଢେଙ୍କାନାଳ, କୋରାପୁଟ, ସମ୍ବଲପୁରରୁ ୧୦ ଲେଖାଏଁ ଚିହ୍ନଟ ହୋଇଛନ୍ତି।

ରାଜ୍ୟରେ ସମୁଦାୟ ଆକ୍ରାନ୍ତ ସଂଖ୍ୟା ୩ ଲକ୍ଷ ୩୯ ହଜାର ୪୬୦କୁ ବୃଦ୍ଧି ପାଇଲା।  ଆକ୍ଟିଭ କେସ୍‌  ୧୧୫୧ ଥିବା ବେଳେ ସୁସ୍ଥ ହେଲେଣି ୩ ଲକ୍ଷ ୩୬ ହଜାର ୩୩୭ ଆକ୍ରାନ୍ତ। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ସୂଚନାଯୋଗ୍ୟ, ଗତକାଲି ରାଜ୍ୟରେ ୧୭୦ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିଲେ।

 

 

 

The post ରାଜ୍ୟରେ ୨ଶହ ପାର୍‌ କଲା ପଜିଟିଭ ସଂଖ୍ୟା, ଖୋର୍ଦ୍ଧାରେ ସର୍ବାଧିକ appeared first on Odisha Reporter.



from Odisha Reporter https://ift.tt/3vWU4Mu

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages