ହିଙ୍ଗୁଳ, ହରିତାଳ, ଶଙ୍ଖ, କସ୍ତୁରୀ ଓ କଳା ରଙ୍ଗରେ ଚମକିବେ ମହାପ୍ରଭୁ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, March 30, 2021

ହିଙ୍ଗୁଳ, ହରିତାଳ, ଶଙ୍ଖ, କସ୍ତୁରୀ ଓ କଳା ରଙ୍ଗରେ ଚମକିବେ ମହାପ୍ରଭୁ

ପୁରୀ(ଓଡ଼ିଶା ରିପୋର୍ଟର) ଆଜି ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ବନକଲାଗି ନୀତି । ଦ୍ୱିପ୍ରହର ଧୁପ ସରିବାପରେ ଦତ୍ତମହାପାତ୍ର ସେବକ ମାନେ ଶ୍ରୀମନ୍ଦିର ଗର୍ଭଗୃହକୁ ପ୍ରବେଶ କରିବା ସହ ମହାପ୍ରଭଙ୍କର ଶ୍ରୀମୁଖ ଶୃଙ୍ଗାର କରିବେ । ପ୍ରାକୃତିକ ପ୍ରଣାଳୀରେ ପ୍ରସ୍ତୁତ ପ୍ରସାଧାନରେ ଶ୍ରୀବିଗ୍ରହମାନଙ୍କ ଶ୍ରୀମୁଖକୁ ଶୃଙ୍ଗାର କରାଯିବ।

ହିଙ୍ଗୁଳ, ହରିତାଳ, ଶଙ୍ଖ, କସ୍ତୁରୀ ଓ କଳା ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଚମକିବ । ଏହା ଏକ ଗୁପ୍ତ ସେବା ଓ ପ୍ରାୟ ଚାରିଘଣ୍ଟାର ନୀତି ହୋଇଥିବା କାରଣରୁ ଆଜି ଅପରାହ୍ନ ଚାରିଟାରୁ ରାତି ୮ଟା ପର୍ଯ୍ୟନ୍ତ ସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ସୂଚନା ଦିଆଯାଇଛି ।

ସେପଟେ ଆଜି ଶ୍ରୀମନ୍ଦିରରେ ନୀତି ଶୃଙ୍ଖଳିତ ହୋଇଛି। ଭୋର ୫ଟା ୪୦ରେ ଦ୍ୱାର ଫିଟା ନିତି ସମ୍ପର୍ଣ୍ଣ ହୋଇଥିବା ବେଳେ ୬ଟା୨୫ରେ ମଙ୍ଗଳଆଳତୀ ନୀତି ଅନୁଷ୍ଠିତ ହେବା ସହ ଦୈନଦିନର ଅନ୍ୟାନ୍ୟ ନୀତି ଆଗକୁ ବଢିଛି । ମହାପ୍ରଭୁଙ୍କ ଏହି ବନକଲାଗି ନୀତି ଏକ ଅନନ୍ୟ ପରମ୍ପରା । ଏହାଦ୍ୱାରା ମହାପ୍ରଭୁଙ୍କ ଶ୍ରୀଅଙ୍ଗ ସୁରକ୍ଷିତ ରହିବା ସହ ମହାପ୍ରଭୁଙ୍କ ଶ୍ରୀମୁଖ ଝଟକିଥାଏ । ଭକ୍ତମାନେ ଏଭଳି ଚମତ୍କାର ଦର୍ଶନ ଲାଭ କରି କୃତାର୍ଥ ହୋଇଥାନ୍ତି ।

The post ହିଙ୍ଗୁଳ, ହରିତାଳ, ଶଙ୍ଖ, କସ୍ତୁରୀ ଓ କଳା ରଙ୍ଗରେ ଚମକିବେ ମହାପ୍ରଭୁ appeared first on Odisha Reporter.



from Odisha Reporter https://ift.tt/3sFcCi2

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages