ଭୋଗ ଖାଇ ୫୦ରୁ ଅଧିକ ଅସୁସ୍ଥ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, March 5, 2021

ଭୋଗ ଖାଇ ୫୦ରୁ ଅଧିକ ଅସୁସ୍ଥ

ଜଳେଶ୍ୱର(ଅଜିତ ଦାସ): ବାଲେଶ୍ୱର ଜିଲ୍ଲା ବସ୍ତା ବ୍ଳକ ଗିଲାଯୋଡ଼ିରେ ଭୋଗ ଖାଇ ୫୦ରୁ ଅଧିକ ଲୋକ ଅସୁସ୍ଥ ହୋଇପଡ଼ିଛନ୍ତି । ସେମାନଙ୍କୁ ବିଭିନ୍ନ ହସ୍ପିଟାଲରେ ଭର୍ତ୍ତି କରାଯାଇଛି ।

ଗତକାଲି ଗାଁରେ ଭଗବତୀ ପୂଜା ହୋଇଥିଲା । ଏଥିରେ ୬୦୦ରୁ ଅଧିକ ଲୋକ ପ୍ରସାଦ ସେବନ କରିଥିଲେ । ସନ୍ଧ୍ୟା ବେଳେ  ପ୍ରଥମେ ୬ ଜଣ ଶିଶୁ ଅସୁସ୍ଥ ହୋଇ ପଡ଼ିଥିଲେ । ପ୍ରବଳ ବାନ୍ତି ହେବା ସହ ପେଟ କାଟିବାରୁ ପିଲାମାନଙ୍କୁ ବସ୍ତା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରକୁ ନିଆଯାଇଥିଲା। ଏହାପରେ ଗାଁରୁ ୫୦ରୁ ଅଧିକ ଲୋକ ଅସୁସ୍ଥ ହୋଇଥିଲେ । ସେମାନଙ୍କୁ ବସ୍ତା, ଜଳେଶ୍ୱର ଓ ପାଉଁଶକୁଳି ପ୍ରାଥମିକ ସ୍ୱାସ୍ଥ୍ୟକେନ୍ଦ୍ରକୁ ନିଆଯାଇଥିଲା। ଏବେ ସମସ୍ତଙ୍କ ଅବସ୍ଥା ସ୍ଥିର ଥିବା ଜଣାଯାଇଛି।

The post ଭୋଗ ଖାଇ ୫୦ରୁ ଅଧିକ ଅସୁସ୍ଥ appeared first on Odisha Reporter.



from Odisha Reporter https://ift.tt/3rlHBix

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages