ଆଜି ୪ ଘଣ୍ଟା ବନ୍ଦ ରହିବ ଶ୍ରୀମନ୍ଦିର - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, March 2, 2021

ଆଜି ୪ ଘଣ୍ଟା ବନ୍ଦ ରହିବ ଶ୍ରୀମନ୍ଦିର

ପୁରୀ (ଓଡ଼ିଶା ରିପୋର୍ଟର): ଆଜି ୪ ଘଣ୍ଟା ବନ୍ଦ ରହିବ ଶ୍ରୀମନ୍ଦିର। ଏଥସହ ସାଧାରଣ ଦର୍ଶନ ମଧ୍ୟ ହେବ। ଆଜି ଫାଲଗୁନ ମାସ କୃଷ୍ଣ ପଞ୍ଚମୀ ତିଥିରେ ମହାପ୍ରଭୁ ଜଗନ୍ନାଥଙ୍କ ବନକଲାଗି ବା ଶ୍ରୀମୁଖସିଂହାର ଅନୁଷ୍ଠିତ ହେବ। ଦ୍ୱିତୀୟ ଭୋଗ ମଣ୍ତପ ପରେ ଦତ୍ତ ମହାପାତ୍ର ସେବାୟତ ମାନେ ମହାପ୍ରଭୁଙ୍କର ଏହି ଗୁପ୍ତ ନୀତି ଆରମ୍ଭ କରିବେ।

ବନକ ଲାଗି ନୀତି ପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ନୀତି ନୀର୍ଘଣ୍ଟ ଚୂଡ଼ାନ୍ତ ହୋଇଛି। ଏହା ଏକ ଗୁପ୍ତ ସେବା ହୋଇଥିବାରୁ ପ୍ରାୟ ୪ ଘଣ୍ଟା ଧରି ଏହି ନୀତି ଚାଲିବ। ଏଥିପାଇଁ ଅପରାହ୍ନ ୪ଟାରୁ ରାତି ୮ଟା ପର୍ଯ୍ୟନ୍ତ ସାଧାରଣ ଦର୍ଶନ ବନ୍ଦ ରହିବ।

ଶ୍ରୀମନ୍ଦିରରେ ପ୍ରତି ବୁଧବାର କିମ୍ବା ଗୁରୁବାରରେ ବନକ ଲାଗି ନୀତି ପାଳନ ହେବା ବିଧି ରହିଛି। ଶ୍ରୀମନ୍ଦିର ନୀତି ନୀର୍ଘଣ୍ଟ ଅନୁଯାୟୀ ଅପରାହ୍ଣ ୪ଟାରୁ  ମହାପ୍ରଭୁଙ୍କର ଶ୍ରୀମୁଖ ଶୃଙ୍ଗାର ନୀତି ଆରମ୍ଭ କରାଯିବ। ମହାପ୍ରଭୁଙ୍କ ଶ୍ରୀମୁଖକୁ ବିଭିନ୍ନ ପ୍ରାକୃତିକ ରଙ୍ଗରେ ସଜ୍ଜିତ କରାଯିବ। ଏଥିପାଇଁ ଆବଶ୍ୟକ ହେଙ୍ଗୁଳ, ହରିତାଳ, କର୍ପୁର ଓ କସ୍ତୁରୀ ବ୍ୟବହାର କରାଯାଇ ଦତ୍ତ ମହାପାତ୍ର ସେବାୟତ ମାନେ ଏହି ନୀତି ସଂପନ୍ନ କରିବେ ।

The post ଆଜି ୪ ଘଣ୍ଟା ବନ୍ଦ ରହିବ ଶ୍ରୀମନ୍ଦିର appeared first on Odisha Reporter.



from Odisha Reporter https://ift.tt/384fzk8

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages