କରୋନା ଆକ୍ରାନ୍ତ ଚିହ୍ନଟ: ଭୁବନେଶ୍ୱର XIMB ସିଲ୍‌ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, March 21, 2021

କରୋନା ଆକ୍ରାନ୍ତ ଚିହ୍ନଟ: ଭୁବନେଶ୍ୱର XIMB ସିଲ୍‌

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଭୁବନେଶ୍ୱରସ୍ଥିତ XIMBକୁ ସିଲ୍ କରିଛି ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି)। ଏହି ଶିକ୍ଷାନୁଷ୍ଠାନରୁ ବହୁ ସଂଖ୍ୟାରେ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହେବା ପରେ ଏଭଳି ପଦକ୍ଷେପ ନେଇଛି ବିଏମ୍‌ସି।

ବିଏମ୍‌ସିର ନିର୍ଦ୍ଦେଶ ଅନୁଯାୟୀ, ଏହି ଶିକ୍ଷାନୁଷ୍ଠାନ ଭିତରକୁ କେହି ପ୍ରବେଶ କରିପାରିବେ ନାହିଁ। ସେହିପରି କ୍ୟାମ୍ପସ ଭିତରେ ଥିବା ବ୍ୟକ୍ତିଙ୍କୁ ବାହାରକୁ ଆସିବାକୁ ବାରଣ କରାଯାଇଛି। କେବଳ ବିଏମ୍‌ସି କର୍ମଚାରୀ କ୍ୟାମ୍ପସ ଭିତରକୁ ପ୍ରବେଶ କରିପାରିବେ। ଅତ୍ୟାବଶ୍ୟକ ସାମଗ୍ରୀ ଓ ଔଷଧ ବିଏମ୍‌ସି ଯୋଗାଇ ଦେବ।

ଏହା ସହିତ ଶିକ୍ଷାନୁଷ୍ଠାନର ସବୁ ଛାତ୍ରଛାତ୍ରୀ ଓ ଶିକ୍ଷକଙ୍କର ଆଜି କୋଭିଡ୍ ଟେଷ୍ଟ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ସେହିପରି ସମସ୍ତ ଆକ୍ରାନ୍ତଙ୍କୁ ଗୋଟିଏ ହଷ୍ଟେଲ ରୁମ୍‌ରେ ଆଇସୋଲେସନ୍‌ରେ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି। ସେମାନଙ୍କ ଉପରେ ଶିକ୍ଷାନୁଷ୍ଠାନ କର୍ତ୍ତୃପକ୍ଷ କଡ଼ା ନଜର ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି।

ଟେଷ୍ଟ ପରେ ଆଉ ଯେଉଁ ଛାତ୍ରଛାତ୍ରୀ ଓ କର୍ମଚାରୀଙ୍କ ରିପୋର୍ଟ ପଜିଟିଭ୍ ଆସିବ, ସେମାନଙ୍କୁ ମଧ୍ୟ ସେହି ସମାନ ହଷ୍ଟେଲରେ ଆଇସୋଲେସନ୍‌ରେ ରଖିବାକୁ ବିଏମ୍‌ସି ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି।

କୋଭିଡ୍ କଟକଣାକୁ ମାନି ସମସ୍ତ ଆକ୍ରାନ୍ତଙ୍କୁ ଶିକ୍ଷାନୁଷ୍ଠାନ କର୍ତ୍ତୃପକ୍ଷ ଠିକ୍ ସମୟରେ ଖାଦ୍ୟ ଯୋଗାଇ ଦେବେ ବୋଲି ନିର୍ଦ୍ଦେଶ ଦିଆଯାଇଛି।

ସୂଚନାଯୋଗ୍ୟ, ଏହା ପୂର୍ବରୁ କଟକର ଦୁଇଟି ଘରୋଇ ଶିକ୍ଷାନୁଷ୍ଠାନରୁ ଏକାଧିକ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ସିଏମ୍‌ସି ପକ୍ଷରୁ ସେଗୁଡ଼ିକୁ ବନ୍ଦ କରାଯାଇଛି। ଗୋଟିଏ ଶିକ୍ଷାନୁଷ୍ଠାନରୁ ୨୫ ଜଣ ଛାତ୍ରଛାତ୍ରୀ କରୋନାରେ ଆକ୍ରାନ୍ତ ହୋଇଥିବା ବେଳେ ଆଉ ଗୋଟିଏ ଶିକ୍ଷାନୁଷ୍ଠାନର ୧୭ ଜଣ କର୍ମଚାରୀ କରୋନାରେ ଆକ୍ରାନ୍ତ ହୋଇଥିଲେ।

The post କରୋନା ଆକ୍ରାନ୍ତ ଚିହ୍ନଟ: ଭୁବନେଶ୍ୱର XIMB ସିଲ୍‌ appeared first on Odisha Reporter.



from Odisha Reporter https://ift.tt/3c9XMu4

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages