ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ମେ’ ୧୩ ତାରିଖରେ ହେବ ପିପିଲି ଉପନିର୍ବାଚନ। ଆସନ୍ତା ୨୬ ତାରିଖରେ ପ୍ରାର୍ଥିପତ୍ର ଦାଖଲର ଶେଷ ତାରିଖ ରହିଛି। ୨୭ରେ ନାମାଙ୍କନ ଯାଞ୍ଚ ଓ ୨୯ ତାରିଖରେ ନାମାଙ୍କନ ପ୍ରତ୍ୟାହାରର ଶେଷ ତାରିଖ ରହିଛି। ଭୋଟଗ୍ରହଣ ସକାଳ ୭ଟାରୁ ଆରମ୍ଭ ହୋଇ ସଂଧ୍ୟା ୬ଟା ପର୍ଯ୍ୟନ୍ତ ଚାଲିବ। ମେ’ ୧୮ ତାରିଖ ପୂର୍ବରୁ ନିର୍ବାଚନ ପ୍ରକ୍ରିୟା ସରିବ। ଏଥିପାଇଁ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସାନି ବିଜ୍ଞପ୍ତି ପ୍ରକାଶ ପାଇଛି।
ପିପିଲି ବିଧାୟକ ପ୍ରଦୀପ ମହାରଥୀଙ୍କ ବିୟୋଗରେ ସେଠାରେ ହେବାକୁ ଯାଉଥିଲା ଉପନିର୍ବାନ। ଗତ ୧୭ ତାରିଖରେ ହୋଇଥାଆନ୍ତା ଉପନିର୍ବାଚନ। ଏଥିପାଇଁ ରାଜ୍ୟର ୩ ପ୍ରମୁଖ ରାଜନୈତିକ ଦଳ ସେମାନଙ୍କ ପ୍ରଚାରକୁ ଜୋରଦାର କରିଥିଲେ। ବିଜେଡିରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରାର୍ଥୀ ରୁଦ୍ର ପ୍ରତାପ ମହାରଥୀଙ୍କ ପାଇଁ ଭର୍ଚୁଆଲ୍ରେ ପ୍ରଚାର କରିଥିଲେ। ସେହିପରି ବିଜେପି ପାଇଁ ଦୁଇ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ପ୍ରତାପ ଷଡଙ୍ଗୀଙ୍କ ସମେତ ବହୁ ବରିଷ୍ଠ ନେତାମାନେ ଆଶ୍ରିତ ପଟ୍ଟନାୟକଙ୍କ ପାଇଁ ପ୍ରଚାର କରିଥିଲେ। ସେପଟେ କଂଗ୍ରେସ ପ୍ରାର୍ଥୀ ଅଜିତ ମଙ୍ଗରାଜଙ୍ଗ ପାଇଁ ବିଧାୟକ ସୁର ରାଉତରାୟ, ତାରା ବାହିନୀପତି, ରମେଶ ଯେନା, ପିସିସି ନିରଞ୍ଜନ ପଟ୍ଟନାୟକଙ୍କ ସମେତ ତୁଙ୍ଗ ନେତାମାନେ ପ୍ରଚାର କରିଥିଲେ।
ନିର୍ବାଚନ ପ୍ରଚାର ବେଳେ ହଠାତ କଂଗ୍ରେସ ପ୍ରାର୍ଥୀ ଅଜିତ ମଙ୍ଗରାଜ ଅସୁସ୍ଥ ହୋଇଥିଲେ। ତାଙ୍କୁ ମେଡିକାଲ୍ରେ ଭର୍ତ୍ତି କରାଯାଇଥିଲା। ମେଡିକାଲ୍ରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଥିଲା। ଯେଉଁଥିପାଇଁ ଉନପିର୍ବାଚନକୁ ସ୍ଥଗିତ ରଖାଯାଇଥିଲା। ଗତ ଶନିବାର ସାନି ଉପନିର୍ବାଚନ ପାଇଁ ତାରିଖ ଘୋଷଣା ହୋଇଛି। ମେ’ ୧୩ ତାରିଖରେ ନିର୍ବାଚନ କରିବାକୁ ରାଜ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି।
The post ପିପିଲି ଉପନିର୍ବାଚନ ପାଇଁ ସାନି ବିଜ୍ଞପ୍ତି appeared first on Odisha Reporter.
from Odisha Reporter https://ift.tt/2P3fQO0
No comments:
Post a Comment