୬ ଜିଲ୍ଲାରୁ ୭ ଜଣଙ୍କ ଜୀବନ ନେଲା କରୋନା - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Saturday, April 24, 2021

୬ ଜିଲ୍ଲାରୁ ୭ ଜଣଙ୍କ ଜୀବନ ନେଲା କରୋନା

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ କରୋନାରେ ଆଉ ୭ ଜଣଙ୍କ ମୃତ୍ୟୁ ଘଟିଛି। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧,୯୮୮ରେ ପହଞ୍ଚିଛି। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

ରାୟଗଡ଼ା ଜିଲ୍ଲାରୁ ୨ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଗଞ୍ଜାମ, କଳାହାଣ୍ଡି, ଖୋର୍ଦ୍ଧା, ପୁରୀ ଓ ସୁନ୍ଦରଗଡ଼ ଜିଲ୍ଲାରୁ ଜଣେ ଲେଖାଏଁଙ୍କ ମୃତ୍ୟୁ ଘଟିଛି।

ଆଉ ୨ଟି ମୃତ୍ୟୁ ମାମଲା ସହିତ ରାୟଗଡ଼ା ଜିଲ୍ଲାରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୫୦ରେ ପହଞ୍ଚିଯାଇଛି। ସେହିପରି ଗଞ୍ଜାମରେ ଏହି ସଂଖ୍ୟା ୨୫୬ରେ ପହଞ୍ଚିଥିବା ବେଳେ କଳାହାଣ୍ଡିରେ ୩୯, ଖୋର୍ଦ୍ଧାରେ ୩୪୪, ପୁରୀରେ ୧୨୦ ଓ ସୁନ୍ଦରଗଡ଼ରେ ୧୮୧ ହୋଇଛି।

ଏଯାବତ ଖୋର୍ଦ୍ଧା ଜିଲ୍ଲାରେ ସର୍ବାଧିକ ୩୪୪ ଜଣଙ୍କର କରୋନାରେ ମୃତ୍ୟୁ ଘଟିଛି। ଏହା ତଳକୁ ରହିଛି ଗଞ୍ଜାମ ଜିଲ୍ଲା। କଟକ ଜିଲ୍ଲାରେ ୧୪୪ ଜଣଙ୍କ ମୃତ୍ୟୁ ଘଟିଛି।

ସୂଚନାଯୋଗ୍ୟ, ରାଜ୍ୟରେ ଗତ ୨୪ ଘଣ୍ଟାରେ ୬,୧୧୬ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହା ସହିତ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪,୦୭,୪୫୭ରେ ପହଞ୍ଚିଛି। ସେମାନଙ୍କ ମଧ୍ୟରୁ ୩,୫୯,୪୬୭ ଜଣ ସୁସ୍ଥ ହୋଇ ସାରିଲେଣି। ୪୫,୯୪୯ ଜଣ ଚିକିତ୍ସାଧୀନ ଅଛନ୍ତି।

The post ୬ ଜିଲ୍ଲାରୁ ୭ ଜଣଙ୍କ ଜୀବନ ନେଲା କରୋନା appeared first on Odisha Reporter.



from Odisha Reporter https://ift.tt/3dTtPjb

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages