ଦିନକରେ ଲକ୍ଷେ ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା, ୪୭୮ ମୃତ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, April 4, 2021

ଦିନକରେ ଲକ୍ଷେ ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା, ୪୭୮ ମୃତ

ନୂଆଦିଲ୍ଲୀ: ଦେଶରେ ପ୍ରଥମ ଥର ପାଇଁ ରେକର୍ଡ କରିଛି ମହାମାରୀ । ଦିନକରେ ଲକ୍ଷେ ଟପିଛି ଆକ୍ରାନ୍ତଙ୍କ ସଂଖ୍ୟା। ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧ ଲକ୍ଷ ୩ ହଜାର ୫୫୮ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ୪୭୮ ଜଣ କରୋନାରେ ଆକ୍ରାନ୍ତ ହୋଇ ପ୍ରାଣ ହରାଇଛନ୍ତି। ଏହାପୂର୍ବରୁ ସର୍ବାଧିକ ଦୈନିକ ସଂକ୍ରମଣ ୯୭, ୮୯୪ ଥିଲା ।

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ଦେଇଥିବା ତଥ୍ୟ ଅନୁସାରେ, ନୂଆ ସଂକ୍ରମିତଙ୍କୁ ମିଶାଇ ଦେଶରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧ କୋଟି ୨୫ ଲକ୍ଷ ୮୯ ହଜାର ୬୭କୁ ବୃଦ୍ଧି ପାଇଛି। ସେହିପରି ସମୁଦାୟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୬୫ ହଜାର ୧୦୧ରେ ପହଞ୍ଚିଛି।

ବର୍ତ୍ତମାନ ଦେଶରେ ମୋଟ ୭ ଲକ୍ଷ ୪୧ ହଜାର ୮୩୦ଟି ସକ୍ରିୟ ମାମଲା ରହିଛି। ଅନ୍ୟପଟେ ୧ କୋଟି ୧୬ ଲକ୍ଷ ୮୨ ହଜାର ୧୩୬ ଜଣ କରୋନାରୁ ସୁସ୍ଥ ହଇଛନ୍ତି। ଗତକାଲି ସନ୍ଧ୍ୟା ସୁଦ୍ଧା ଦେଶରେ ମୋଟ ୭ କୋଟି ୯୧ ଲକ୍ଷ ୫ ହଜାର ୧୬୩ ଟିକା ନେଇଥିବା କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ସୂଚନା ଦେଇଛି।

ସୂଚନାଯୋଗ୍ୟ ଯେ, ଦେଶରେ ୨ୟ ଲହର ଜାରି ରହିଥିବାରୁ ଏବେଠାରେ ସାଂଘାତିକ ଅବସ୍ଥା ସୃଷ୍ଟି କଲାଣି । କେବଳ ମହାରାଷ୍ଟ୍ରରେ ସଂକ୍ରମଣ ବେକାବୁ ହେବାରେ ଲାଗିଛି । ୨୪ ଘଣ୍ଟାରେ ୫୭ ହଜାରରୁ ନୂଆ ମାମଲା ନଜର ଆସିଥିବାବେଳେ ୨୨୨ ଲୋକଙ୍କ ମୃତ୍ୟୁ ହୋଇଛି ।

The post ଦିନକରେ ଲକ୍ଷେ ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା, ୪୭୮ ମୃତ appeared first on Odisha Reporter.



from Odisha Reporter https://ift.tt/3wuaDQ0

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages