ରାଜ୍ୟରେ ଦିନବେଳେ ଲାଗୁ ହୋଇପାରେ କର୍ଫ୍ୟୁ: ବାଚସ୍ପତି - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, April 4, 2021

ରାଜ୍ୟରେ ଦିନବେଳେ ଲାଗୁ ହୋଇପାରେ କର୍ଫ୍ୟୁ: ବାଚସ୍ପତି

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଆସନ୍ତାକାଲି ଠାରୁ ରାଜ୍ୟର ୧୦ଟି ଜିଲ୍ଲାରେ ନାଇଟ୍ କର୍ଫ୍ୟୁ ଲାଗୁ କରିବାକୁ ସରକାର ନିର୍ଦ୍ଦେଶ ଦେଇଥିବା ବେଳେ ଆଗାମୀ ଦିନରେ ଦିନ ବେଳେ ବି କର୍ଫ୍ୟୁ ଲାଗୁ ହୋଇପାରେ। ଆଜି ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ଦେଇଛନ୍ତି ଏଭଳି ସୂଚନା।

ବାଚସ୍ପତି କହିଛନ୍ତି, ରାଜ୍ୟରେ କରୋନା ସଂକ୍ରମଣ ବଢୁଥିବା ଯୋଗୁ ଦିନ ବେଳେ କର୍ଫ୍ୟୁ ଲାଗୁ ହୋଇପାରେ। ୪/୫ ଦିନ ମଧ୍ୟ ରାଜ୍ୟରେ ଦିନ ବେଳେ କର୍ଫ୍ୟୁ ଲାଗୁ ହୋଇପାରେ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏନେଇ ଅନୁଧ୍ୟାନ କରୁଥିବା ସେ କହିଛନ୍ତି।

ଏହା ସହିତ କରୋନା ନେଇ ସମସ୍ତେ ସଚେତନ ହେବାର ଆବଶ୍ୟକତା ରହିଛି। ସମସ୍ତେ ସରକାର ଜାରି କରିଥିବା କଟକଣା ମାନିବା ଉଚିତ୍‌ ବୋଲି ବାଚସ୍ପତି କହିଛନ୍ତି।

ଅନ୍ୟପକ୍ଷରେ କରୋନା ସଂକ୍ରମଣ ବଢୁଥିବା ଦେଖି ରାଜ୍ୟ ସରକାର ୧୦ଟି ଜିଲ୍ଲାରେ ନାଇଟ୍ କର୍ଫ୍ୟୁ ଲାଗୁ କରିବାକୁ ଗତକାଲି ନିର୍ଦ୍ଦେଶ ଦେଇଛନ୍ତି। ସ୍ୱତନ୍ତ୍ର ରିଲିଫ୍ କମିଶନର (ଏସ୍ଆର୍ସି) ପକ୍ଷରୁ ଜାରି କରାଯାଇଥିବା ନିର୍ଦ୍ଦେଶ ଅନୁଯାୟୀ, ଏପ୍ରିଲ୍ ୫ ତାରିଖରୁ ଅର୍ଥାତ୍ ସୋମବାର ଠାରୁ ଏହାକୁ ଲାଗୁ କରାଯିବ। ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼, ବଲାଙ୍ଗିର, ନୂଆପଡ଼ା, କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ ଏହି କଟକଣା ଲାଗୁ ହେବ।

ଏହି ସବୁ ଜିଲ୍ଲା ଗୁଡ଼ିକରେ ରାତି ୧୦ଟାରୁ ସକାଳ ୫ଟା ଯାଏଁ ନାଇଟ୍ କର୍ଫ୍ୟୁ ଲାଗୁ କରିବାକୁ କୁହାଯାଇଛି। ଅନ୍ୟାଦେଶ ଯାଏଁ ଏହା ଲାଗୁ ହେବ।

ସୂଚନାଯୋଗ୍ୟ, ରାଜ୍ୟରେ ଗତ ୨୪ ଘଣ୍ଟାରେ ୪୭୧ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଆଜି ଏହି ସୂଚନା ଦିଆଯାଇଛି। ଏହା ସହିତ ଲଗାତାର ତିନି ଦିନ ହେଲାଣି ଦୈନିକ ସଂକ୍ରମଣ ୪୫୦ ଉପରେ ରହୁଛି।

The post ରାଜ୍ୟରେ ଦିନବେଳେ ଲାଗୁ ହୋଇପାରେ କର୍ଫ୍ୟୁ: ବାଚସ୍ପତି appeared first on Odisha Reporter.



from Odisha Reporter https://ift.tt/3wpOvGq

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages