ଓଡ଼ିଆରେ ଭାଷଣ ଦେଲେ ଉପରାଷ୍ଟ୍ରପତି - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Saturday, April 3, 2021

ଓଡ଼ିଆରେ ଭାଷଣ ଦେଲେ ଉପରାଷ୍ଟ୍ରପତି

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଚରିତ୍ର ଗଠନ ସହ ଶିକ୍ଷା ସଫଳ ଜୀବନର ପ୍ରଥମ ପାହାଚ।  ଶିକ୍ଷା ହିଁ ଛାତ୍ରଛାତ୍ରୀଙ୍କୁ ଶୃଙ୍ଖଳିତ ଓ ସଂଗଠିତ କରିଥାଏ ।  ଉତ୍କଳ ବିଶ୍ୱବିଦ୍ୟାଳୟ ସମାବର୍ତ୍ତନ ଉତ୍ସବରେ ଯୋଗ ଦେଇ ଛାତ୍ରୀଛାତ୍ରୀଙ୍କୁ ଏଭଳି ଦୀକ୍ଷାନ୍ତ ଭାଷଣ ଦେଇଛନ୍ତି ଉପରାଷ୍ଟ୍ରପତି ଭେଙ୍କିୟା ନାଇଡୁ।  ପ୍ରଥମେ ଓଡ଼ିଆରେ ଭାଷଣ ଆରମ୍ଭ କରିଥିଲେ ଉପରାଷ୍ଟ୍ରପତି।

ଦୀକ୍ଷାନ୍ତ ଭାଷଣ ବେଳେ ଓଡ଼ିଶାର ଗୌରବମୟ ଇତିହାସର ସ୍ମୃତିଚାରଣ କରିଥିଲେ ଉପରାଷ୍ଟ୍ରପତି। ସେ କହିଛନ୍ତି, ପୂର୍ବ ଏସୀୟ ଦେଶ ସହ ନୌବାଣିଜ୍ୟ ଥିଲା ମହାନ ପରମ୍ପରା  ।

ଚାକିରି ପଛରେ ନ ଗୋଡ଼ାଇ ନିଯୁକ୍ତିଦାତା ହେବାକୁ ଆହ୍ୱାନ ଦେଇଛନ୍ତି ଉପରାଷ୍ଟ୍ରପତି । ଉତ୍କଳ ବିଶ୍ୱବିଦ୍ୟାଳୟର ସୁବର୍ଣ୍ଣ ଜୟନ୍ତୀ ସମାରୋହ ଅବସରରେ ଦେଶର ୫ ଜଣ ବ୍ୟକ୍ତି ଆରବିଆଇ ଗଭର୍ଣ୍ଣର ଶକ୍ତିକାନ୍ତ ଦାଶ, ସିଏଜି ଗିରୀଶ ଚନ୍ଦ୍ର ମୁର୍ମୁ, ଓଡିଶା ହାଇକୋର୍ଟର ବିଚାରପତି ସଞ୍ଜୁ ପଣ୍ଡା, ଭାବା ଆଟୋମିକ୍ ରିସର୍ଚ୍ଚ ସେଣ୍ଟରର ନିର୍ଦ୍ଦେଶକ ଅଜିତ କୁମାର ମହାନ୍ତି, ଓଡିଶା ଆଦର୍ଶ ବିଦ୍ୟାଳୟ ସଂଗଠନର ଉପଦେଷ୍ଟା ବିଜୟ କୁମାର ସାହୁଙ୍କୁ ସମ୍ମାନସୂଚକ ଡକ୍ଟେରେଟ ଡିଗ୍ରୀ ପ୍ରଦାନ କରିଛନ୍ତି ଉପରାଷ୍ଟ୍ରପତି।

The post ଓଡ଼ିଆରେ ଭାଷଣ ଦେଲେ ଉପରାଷ୍ଟ୍ରପତି appeared first on Odisha Reporter.



from Odisha Reporter https://ift.tt/2Po028Q

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages