ରାଜ୍ୟରେ ୩ ହଜାର ପାଖେଇଲା ଦୈନିକ କରୋନା ସଂକ୍ରମଣ: ସୁନ୍ଦରଗଡ଼ରେ ୬୦୦ ଓ ଖୋର୍ଦ୍ଧାରେ ୪୦୦ ପାର୍‌ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, April 14, 2021

ରାଜ୍ୟରେ ୩ ହଜାର ପାଖେଇଲା ଦୈନିକ କରୋନା ସଂକ୍ରମଣ: ସୁନ୍ଦରଗଡ଼ରେ ୬୦୦ ଓ ଖୋର୍ଦ୍ଧାରେ ୪୦୦ ପାର୍‌

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ତିନି ହଜାର ମୁହାଁ ହୋଇଛି ଦୈନିକ କରୋନା ସଂକ୍ରମଣ। ଆଜି ରାଜ୍ୟ ସରକାରଙ୍କ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁଯାୟୀ, ଗତ ୨୪ ଘଣ୍ଟାରେ ୨୯୮୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୭୩୩ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ବାକି ୧୨୫୬ଟି ହେଉଛି ଲୋକାଲ୍ କେସ୍‌। ସେହିପରି କରୋନାରେ ଆଉ ୨ ଜଣଙ୍କ ମୃତ୍ୟୁ ଘଟିଛି।

ସୁନ୍ଦରଗଡ଼ ଜିଲ୍ଲାରୁ ସର୍ବାଧିକ ୬୩୧ ଜଣ ଚିହ୍ନଟ ହୋଇଥିବା ବେଳେ ଖୋର୍ଦ୍ଧାରୁ ୪୩୮, କଳାହାଣ୍ଡିରୁ ୨୬୦, କଟକରୁ ୨୦୮, ନୂଆପଡ଼ାରୁ ୧୫୧, ସମ୍ବଲପୁରରୁ ୧୪୮, ବରଗଡ଼ରୁ ୧୨୬, ପୁରୀରୁ ୧୧୨ ଓ ବଲାଙ୍ଗିର ଜିଲ୍ଲାରୁ ୧୧୦ ଜଣ ଚିହ୍ନଟ ହୋଇଛନ୍ତି।

ଅନୁଗୋଳରୁ ୬୫ ଜଣ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୮୩, ଭଦ୍ରକରୁ ୩୪, ବୌଦ୍ଧରୁ ୧୦, ଦେବଗଡ଼ରୁ ୨୩, ଢେଙ୍କାନାଳରୁ ୨୧, ଗଜପତିରୁ ୧୫, ଗଞ୍ଜାମରୁ ୬୩, ଜଗତସିଂହପୁରରୁ ୨୪, ଯାଜପୁରରୁ ୫୧, ଝାରସୁଗୁଡ଼ାରୁ ୮୪, କନ୍ଧମାଳରୁ ୮, କେନ୍ଦ୍ରାପଡ଼ାରୁ ୧୧, କେନ୍ଦୁଝରରୁ ୭୭, କୋରାପୁଟରୁ ୧୪, ମାଲକାନଗିରିରୁ ୨, ମୟୂରଭଞ୍ଜରୁ ୩୮, ନବରଙ୍ଗପୁରରୁ ୪୩, ନୟାଗଡ଼ରୁ ୧୨, ରାୟଗଡ଼ାରୁ ୨୭ ଓ ସୋନପୁରରୁ ୬ ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଷ୍ଟେଟ୍‌ପୁଲ୍‌ରୁ ୯୪ ଜଣ ଚିହ୍ନଟ ହୋଇଛନ୍ତି।

୨୯୮୯ଟି ନୂଆ କେସ୍ ଆସିବା ପରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୫୮,୩୪୨ରେ ପହଞ୍ଚିଯାଇଛି। ସେମାନଙ୍କ ମଧ୍ୟରୁ ୩,୪୧,୭୩୩ ସୁସ୍ଥ ହୋଇସାରିଲେଣି। ୧୪,୬୨୧ ଜଣ ଚିକିତ୍ସାଧୀନ ଅଛନ୍ତି। ସେହିପରି ଆଉ ୨ ଜଣଙ୍କ ଜୀବନ ଯିବା ସହିତ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୯୩୫ ହୋଇଛି।

୨୪ ଘଣ୍ଟାରେ ଗଲା ଆଉ ୨ ଜୀବନ
କରୋନାରେ ରାଜ୍ୟରେ ଆଉ ୨ ଜଣଙ୍କ ମୃତ୍ୟୁ ଘଟିଛି। ଫଳରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୯୩୫ରେ ପହଞ୍ଚିଛି। ଏହି ଦୁଇ ମୃତକ କଳାହାଣ୍ଡି ଓ କେନ୍ଦୁଝର ଜିଲ୍ଲାର। ଆଉ ଜଣେ ଲେଖାଏଁ ପ୍ରାଣ ହରାଇବା ସହିତ କଳାହାଣ୍ଡିରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୩୪ରେ ପହଞ୍ଚିଥିବା ବେଳେ କେନ୍ଦୁଝରରେ ୩୭ ହୋଇଛି।

The post ରାଜ୍ୟରେ ୩ ହଜାର ପାଖେଇଲା ଦୈନିକ କରୋନା ସଂକ୍ରମଣ: ସୁନ୍ଦରଗଡ଼ରେ ୬୦୦ ଓ ଖୋର୍ଦ୍ଧାରେ ୪୦୦ ପାର୍‌ appeared first on Odisha Reporter.



from Odisha Reporter https://ift.tt/3aavoXm

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages