ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ ଆଜି ୮୬୮୧ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୪୦୮ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସୁନ୍ଦରଗଡ଼ରୁ ୭୪୫, କଟକରୁ ୫୭୦, ପୁରୀରୁ ୫୧୪ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
ବଲାଙ୍ଗିରରୁ ୪୫୯, ବରଗଡ଼ରୁ ୪୨୩, ଅନୁଗୁଳରୁ ୪୧୯, ଝାରସୁଗୁଡ଼ାରୁ ୪୧୧, ସମ୍ବଲପୁରରୁ ୪୧୦, ନବରଙ୍ଗପୁରରୁ ୩୬୮, ଯାଜପୁରରୁ ୩୨୧, ନୂଆପଡ଼ାରୁ ୩୦୪, ଷ୍ଟେଟ୍ ପୁଲ୍ରୁ ୨୭୭ ଚିହ୍ନଟ ହୋଇଛନ୍ତି।
ମୟୂରଭଞ୍ଜରୁ ୨୨୦, ଗଞ୍ଜାମରୁ ୧୯୮, କଳାହାଣ୍ଡିରୁ ୧୯୫, ନୟାଗଡ଼ରୁ ୧୬୦, ବାଲେଶ୍ୱରରୁ ୧୫୫, ରାୟଗଡ଼ାରୁ ୧୫୧, କେନ୍ଦୁଝରରୁ ୧୪୮, ଗଜପତିରୁ ୧୨୫, କୋରାପୁଟରୁ ୧୧୩, ଭଦ୍ରକରୁ ୧୦୩, ଦେବଗଡ଼ରୁ ୧୦୨ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
ଏହାବ୍ୟତୀତ ସୁବର୍ଣ୍ଣପୁରରୁ ୯୮, କେନ୍ଦ୍ରାପଡ଼ାରୁ ୮୫, ବୌଦ୍ଧରୁ ୫୭, କନ୍ଧମାଳରୁ ୫୪, ମାଲକାନଗିରିରୁ ୩୪, ଢେଙ୍କାନାଳରୁ ୩୩, ଜଗତସିଂହପୁରରୁ ୨୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତ ସଂଖ୍ୟା ୪ ଲକ୍ଷ ୪୪ ହଜାର ୧୯୪କୁ ବୃଦ୍ଧି ପାଇଛି।
ସୂଚନାଯୋଗ୍ୟ, ରାଜ୍ୟରେ ଫ୍ଲାଟେନିଙ୍ଗ କର୍ଭ ବା ସମାନ୍ତରାଳ ଭାବେ ରହୁଛି ସଂକ୍ରମଣର ସ୍ଥିତି ବୋଲି ଗତକାଲି ଡିଏମ୍ଇଟି ସିବିକେ ମହାନ୍ତି ଗଣମାଧ୍ୟମକୁ ସୂଚନା ଦେଇଥିଲେ। ସମାନ୍ତରାଳ ସ୍ଥିତି ଅର୍ଥାତ ଢେଉ ଭଳି କେତେବେଳେ ଉପରେ ତ ଆଉ କେତେବେଳେ ତଳେ ରହୁଛି ସଂକ୍ରମଣ । ହେଲେ ଯେକୌଣସି ପରିସ୍ଥିତିର ମୁକାବିଲା ପାଇଁ ରାଜ୍ୟ ସରକାର ସବୁବେଳେ ପ୍ରସ୍ତୁତ ଅଛନ୍ତି ବୋଲି କହିଛନ୍ତି ଡିଏମ୍ଇଟି ।
The post ପୁଣି ମାଡ଼ିଲା ମହାମାରୀ, ରାଜ୍ୟରେ ୮୬୮୧ ପଜିଟିଭ ଚିହ୍ନଟ appeared first on Odisha Reporter.
from Odisha Reporter https://ift.tt/3gKxz8m
No comments:
Post a Comment