ଏଣିକି ସପ୍ତାହରେ ଦୁଇଦିନ ଜଗା ଦର୍ଶନ ବନ୍ଦ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, April 16, 2021

ଏଣିକି ସପ୍ତାହରେ ଦୁଇଦିନ ଜଗା ଦର୍ଶନ ବନ୍ଦ

ପୁରୀ (ଓଡ଼ିଶା ରିପୋର୍ଟର): ଏଣିକି ପ୍ରତ୍ୟେକ ଶନିବାର ଓ ରବିବାର ଦୁଇ ଦିନ ଭକ୍ତଙ୍କ ପାଇଁ ବନ୍ଦ ରହିବ ଶ୍ରୀମନ୍ଦିର। ଏହି ଦୁଇ ଦିନ ସାଧାରଣ ଦର୍ଶନାର୍ଥୀ ମହାପ୍ରଭୁଙ୍କୁ ଦର୍ଶନ କରିପାରିବେ ନାହିଁ। ଆସନ୍ତା ୨୪ ତାରିଖଠାରୁ ଏହି କଟକଣା ଲାଗୁ ହେବ। ରାଜ୍ୟରେ କରୋନା ସଂକ୍ରମଣ ବଢ଼ୁଥିବା ଦେଖି ପ୍ରଶାସନ ପକ୍ଷରୁ ଏଭଳି ନିଷ୍ପତ୍ତି ନିଆଯାଇଛି।

କରୋନା ମହାମାରୀ ପାଇଁ ଆଗରୁ କେବଳ ପ୍ରତ୍ୟେକ ରବିବାର ଶ୍ରୀମନ୍ଦିର ଦର୍ଶନ ବନ୍ଦ ରହୁଥିଲା। ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ କ୍ରିଷନ କୁମାରଙ୍କ ଅଧକ୍ଷତାରେ ଆଜି ଛତିଶା ନିଯୋଗ ବୈଠକରେ ଏନେଇ ନିଷ୍ପତ୍ତି ହୋଇଛି। ଭର୍ଚୁଆଲ ବୈଠକରେ ଜିଲ୍ଲାପାଳ ତଥା ଶ୍ରୀମନ୍ଦିର ଉପମୁଖ୍ୟ ପ୍ରଶାସକ ସମର୍ଥ ବର୍ମା, ଏସପି କନୱର ବିଶାଲ ସିଂହ, ଛତିଶା ନିଯୋଗ ମହାନାୟକ, ବିଭିନ୍ନ ସେବାୟତ ନିଯୋଗର ପ୍ରତିନିଧିମାନେ ଯୋଗଦେଇଥିଲେ।

ଦୁଇ ଦିନ ତଳେ ଶ୍ରୀମନ୍ଦିର ସହ ସଂପୃକ୍ତ ୨୩ ଜଣ ପଜିଟିଭ ଚିହ୍ନଟ ହୋଇଥିବା ନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଅଯାଇଥିଲା। ଏଥିରେ ପୁରୀରେ ୭ ସେବାୟତ ଓ ସେମାନଙ୍କ ୩ ପରିବାର ସଦସ୍ୟଙ୍କ ସମେତ ଜୋତା ଷ୍ଟାଣ୍ଡର ୮ ଜଣ ଓ ଶ୍ରୀମନ୍ଦିର ପ୍ରଶାସନର ୩ କର୍ମଚାରୀ ସାମିଲ ଅଛନ୍ତି। ଜଗନ୍ନାଥ ଟେମ୍ପଲ ପୁଲିସ୍‌ କର୍ମଚାରୀ ଓ ଜଣେ ମାଳି ମଧ୍ୟ କରୋନାରେ ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି।

ସୂଚନାଯୋଗ୍ୟ, କରୋନା କୋପ ଦେଖି କିଛି ଦିନ ପୂର୍ବରୁ ପୁରୀରେ ପ୍ରବେଶ ଉପରେ କଟକଣା ଲାଗୁ କରାଯାଇଛି।। ପୁରୀରେ ପ୍ରବେଶ ନିମନ୍ତେ ପର୍ଯ୍ୟଟକଙ୍କ ପାଇଁ ନେଗେଟିଭ ରିପୋର୍ଟ ବାଧ୍ୟତାମୂଳକ କରାଯାଇଥିଲା। ହୋଟେଲରେ ରହିବା ପୂର୍ବରୁ କୋଭିଡ୍ ନେଗେଟିଭ ରିପୋର୍ଟ ଯାଞ୍ଚ ହେବ। ଯେଉଁମାନେ ୨ ଡୋଜ ଟିକା ନେଇଥିବେ ସେମାନଙ୍କୁ ହିଁ ଛଡ଼ାଯିବ। ଏହି ନିୟମରେ ଖିଲାପ ହେଲେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ପ୍ରଶାସନ ପକ୍ଷରୁ ଚେତାବନୀ ଦିଆଯାଇଥିଲା।

The post ଏଣିକି ସପ୍ତାହରେ ଦୁଇଦିନ ଜଗା ଦର୍ଶନ ବନ୍ଦ appeared first on Odisha Reporter.



from Odisha Reporter https://ift.tt/3wZdpgy

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages